ନାମାଙ୍କନ ପତ୍ର ଦାଖଲର ଚତୁର୍ଥ ଦିନରେ ପ୍ରାର୍ଥିପତ୍ର ଦାଖଲ କଲେ ଜଣେ ପ୍ରାର୍ଥୀ

ବାଲେଶ୍ୱର,(ଯୁଗାବ୍ଦ ନ୍ୟୁଜ) : ନାମାଙ୍କନ ପତ୍ର ଦାଖଲର ଚତୁର୍ଥ ଦିନରେ ଆଜି ଜିଲ୍ଲାର ଜଣେ ପ୍ରାର୍ଥୀ ପ୍ରାର୍ଥିପତ୍ର ଦାଖଲ କରିଛନ୍ତି । ୩୯-ରେମୁଣା ବିଧାନସଭା ନିର୍ବାଚନ ମଣ୍ଡଳୀ ପାଇଁ ଶ୍ରୀ ସୁଧାଂଶୁ ଶେଖର ପରିଡା ଆଜି ନାମାଙ୍କନ ପତ୍ର ଦାଖଲ କରିଛନ୍ତି । ଏଥି ସହିତ ଆଜି ପର୍ଯ୍ୟନ୍ତ ଜିଲ୍ଲାର ବିଭିନ୍ନ ବିଧାନସଭା ନିର୍ବାଚନ ମଣ୍ଡଳୀ ପାଇଁ ୮ଜଣ ପ୍ରାର୍ଥିପତ୍ର ଦାଖଲ କରିଥିବା ବେଳେ ବାଲେଶ୍ୱର ଲୋକସଭା ନିର୍ବାଚନ ମଣ୍ଡଳୀ ପାଇଁ ଜଣେ ପ୍ରାର୍ଥୀ ନାମାଙ୍କନ ପତ୍ର ଦାଖଲ କରିଛନ୍ତି । ଆସନ୍ତା ଏପ୍ରିଲ ୯ତାରିଖ ପର୍ଯ୍ୟନ୍ତ ନାମାଙ୍କନ ପତ୍ର ଦାଖଲ ପ୍ରକ୍ରିୟା ଜାରି ରହିବ ।

Spread the love

Leave a Reply

Your email address will not be published. Required fields are marked *

Advertisement

ଏବେ ଏବେ