ସରିଲା ଚଳିତବର୍ଷର ମାଟ୍ରିକ୍ ପରୀକ୍ଷା, ମେ’ ପ୍ରଥମ କିମ୍ୱା ଦ୍ୱିତୀୟ ସପ୍ତାହରେ ପ୍ରକାଶ ପାଇବ ରେଜଲ୍ଟ
କଟକ, (ଓ୍ବାଇଏନଏସ): ଚଳିତବର୍ଷର ମାଟ୍ରିକ୍ ପରୀକ୍ଷା ଆଜି ଶେଷ ହୋଇଛି। ମେ ପ୍ରଥମ କିମ୍ୱା ଦ୍ୱିତୀୟ ସପ୍ତାହରେ ଫଳାଫଳ ପ୍ରକାଶ ପାଇବ। ଏନେଇ ବୋର୍ଡ ସଭାପତି ଶ୍ରୀକାନ୍ତ ତରାଇ ସୂଚନା ଦେଇଛନ୍ତି। ଓଏମଆର୍ ଖାତା ଦେଖା ଆରମ୍ଭ ହୋଇସାରିଲାଣି। ଆସନ୍ତା ୧୯ରୁ ସବଜେକଟିଭ୍ ଖାତା ଦେଖା ଆରମ୍ଭ ହେବ। ମୋଟ୍ ୫୫ କେନ୍ଦ୍ରରେ ୧୫ ହଜାର ନୀରିକ୍ଷକ ନିୟୋଜିତ ହୋଇଛନ୍ତି। ମେ ମାସରେ ରେଜଲ୍ଟ ବାହାରିବ। ଆଜି ଶେଷ ଦିନରେ ସାଢ଼େ ୫ ଲକ୍ଷ ପରୀକ୍ଷାର୍ଥୀ ଗଣିତ ପରୀକ୍ଷା ଦେଇଛନ୍ତି। ଚଳିତବର୍ଷ ଫେବ୍ରୁଆରୀ ୧୯ ତାରିଖଠାରୁ ମାର୍ଚ୍ଚ ୨ ତାରିଖ ଯାଏ ମାଟ୍ରିକ୍ ପରୀକ୍ଷା ଅନୁଷ୍ଠିତ ହୋଇଛି। ପ୍ରାୟ ୫ ଲକ୍ଷ ୬୧ ହଜାର ୯୭୯ଜଣ ପରୀକ୍ଷାର୍ଥୀ ପରୀକ୍ଷା ଦେଇଛନ୍ତି । ମୋଟ ୩ ହଜାର ୮୨ଟି ସେଣ୍ଟରରେ ସିସିଟିଭି ବ୍ୟବସ୍ଥା କରାଯାଇଥିଲା । ଭିନ୍ନକ୍ଷମ ପରୀକ୍ଷାର୍ଥୀଙ୍କ ପରୀକ୍ଷା ଲାଗି ଅତିରିକ୍ତ ୫୦ ମିନିଟ ସମୟ ଦିଆଯାଇଥିଲା। ପ୍ରତିଦିନ ଗୋଟିଏ ସିଟିଂରେ ପରୀକ୍ଷା ହୋଇଥିଲା । ପରୀକ୍ଷା ପରିଚାଳନା ତଦାରଖ ପାଇଁ ଚତୁଃସ୍ତରୀୟ ସ୍କ୍ବାଡ୍ ବ୍ୟବସ୍ଥା କରାଯାଇଥିଲା। ଚଳିତବର୍ଷ ପ୍ରଶ୍ନପତ୍ର ଭାଇରାଲ ରୋକିବାକୁ ବ୍ୟାପକ ବ୍ୟବସ୍ଥା କରାଯାଇଥିଲା। ସମସ୍ତ ପରୀକ୍ଷା କେନ୍ଦ୍ର ସମେତ ନୋଡାଲ ସେଣ୍ଟରରେ ଲାଇଭଷ୍ଟ୍ରିମିଂ ବ୍ୟବସ୍ଥା ହୋଇଥିଲା ।


