ଜିଲ୍ଳାପାଳଙ୍କ ଯୁଗ୍ମ ଜନ ଅଭିଯୋଗ ଶୁଣାଣି ଅନୁଷ୍ଠିତ

କଟକ, (ଓ୍ବାଇଏନଏସ): ବଡମ୍ବା ବ୍ଲକ୍ କାର୍ଯ୍ୟାଳୟଠାରେ ଆଜି ଜିଲ୍ଲାପାଳଙ୍କ ଯୁଗ୍ମ ଜନ ଅଭିଯୋଗ ଶୁଣାଣି ଅନୁଷ୍ଠିତ ହୋଇଯାଇଛି । ଜିଲ୍ଲାପାଳ ଶ୍ରୀ ଦତ୍ତାତ୍ରୟ ଭାଉସାହେବ ଶିନ୍ଦେଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଏହି ଜନ ଅଭିଯୋଗ ଶୁଣାଣିରେ ସମୁଦାୟ ୧୧୫ଟି ଅଭିଯୋଗ ହସ୍ତଗତ ହୋଇଥିଲା । ତନ୍ମଧ୍ୟରେ ୯୭ଟି ବ୍ୟକ୍ତିଗତ ଅଭିଯୋଗ ଏବଂ ୧୮ଗୋଟି ସାମୁହିକ ଅଭିଯୋଗ ରହିଥିଲା । ଅଭିଯୋଗ ଶୁଣାଣି ଶିବିରରେ ୫ଟି ଅଭିଯୋଗର ତ୍ୱରିତ ସମାଧାନ ନିମନ୍ତେ ବିହିତ ପଦକ୍ଷେପ ଗ୍ରହଣ କରାଯାଇଥିଲା । ଏହି ଅଭିଯୋଗ ଶୁଣାଣି କାଳରେ ଆରକ୍ଷୀ ଅଧିକ୍ଷକ ଶ୍ରୀ ବିନୀତ ଅଗ୍ରୱାଲ, ଅତିରିକ୍ତ ଜିଲ୍ଲାପାଳ ଶ୍ରୀ କମଲଜିତ୍ ଦାସ, ଜିଲ୍ଳା ପରିଷଦ ମୁଖ୍ୟ ଉନ୍ନୟନ ଅଧିକାରୀ ତଥା ନିର୍ବାହୀ ଅଧିକାରୀ ଶ୍ରୀ ପ୍ରଶାନ୍ତ କୁମାର ନାୟକ, ଆଠଗଡ ଉପଜିଲ୍ଳାପାଳ ଶ୍ରୀ ପ୍ରହ୍ଲାଦ ନାରାୟଣ ଶର୍ମା ଏବଂ ଅନ୍ୟାନ୍ୟ ବିଭାଗୀୟ ଅଧିକାରୀମାନେ ଉପସ୍ଥିତ ଥିଲେ । ଏଥିସହ ପାନୀୟ ଜଳ, ବାର୍ଦ୍ଧକ୍ୟ ଭତ୍ତା, ଭିନ୍ନକ୍ଷମ ଭତ୍ତା, ସ୍ୱାସ୍ଥ୍ୟ, ଶିକ୍ଷା, କୃଷି, ପ୍ରାଣୀ ସମ୍ପଦ ଆଦି ସମ୍ପର୍କିତ ବିଭିନ୍ନ ପଞ୍ଜିକୃତ ଅଭିଯୋଗର ଶୁଣାଣି ପରେ ତୁରନ୍ତ କାର୍ଯ୍ୟାନୁଷ୍ଠାନ ନିମନ୍ତେ ବିଭିନ୍ନ ଅଧିକାରୀମାନଙ୍କୁ ନିର୍ଦ୍ଦେଶ ଦିଆଯାଇଛି । ଏଠାରେ ସୂଚନାଯୋଗ୍ୟ ଆସନ୍ତା ୯ ତାରିଖରେ କିଶନନଗର ତହସିଲ କାର୍ଯ୍ୟାଠାରେ ଜିଲ୍ଳାପାଳଙ୍କ ଯୁଗ୍ମ ଜନ ଅଭିଯୋଗ ଶୁଣାଣି ଅନୁଷ୍ଠିତ ହେବ ।

Spread the love

Leave a Reply

Your email address will not be published. Required fields are marked *

Advertisement

ଏବେ ଏବେ