ମାଣିତରା ଆଞ୍ଚଳିକ ଉଚ୍ଚ ବିଦ୍ୟାଳୟର ବାର୍ଷିକ ଉତ୍ସବ
ବୁଗୁଡା, (ଅନୀଲ କୁମାର ମହାରଣା): ଗଞ୍ଜାମ ଜିଲ୍ଲାର ବୁଗୁଡା ବ୍ଲକ ଅନ୍ତର୍ଗତ ମାଣିତରା ଗ୍ରାମର ଆଞ୍ଚଳିକ ଉଚ୍ଚ ବିଦ୍ୟାଳୟର ବାର୍ଷିକ ଉତ୍ସବ ୦୬-୩-୨୬ ତାରିଖ ଦିନ ବିଦ୍ୟାଳୟ ପରିସରରେ ଅନୁଷ୍ଠିତ ହୋଇଯାଇଛି। ବିଦ୍ୟାଳୟର ପ୍ରଧାନ ଶିକ୍ଷକ ଦେବଦତ୍ତ କହଁରଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଏହି ବାର୍ଷିକ ଉତ୍ସବ କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ବିଦ୍ୟାଳୟର ଅବସରପ୍ରାପ୍ତ ପ୍ରଧାନ ଶିକ୍ଷକ କୈଳାଶ ଚନ୍ଦ୍ର ମହାରଣା, ମୁଖ୍ୟ ବକ୍ତା ଭାବେ ମାଣିତର ବିଜ୍ଞାନ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟର ପ୍ରିନ୍ସପାଲ ଅନୁପ କୁମାର ପଣ୍ଡା ଏବଂ ସମ୍ମାନିତ ଅତିଥି ଭାବେ ଅବସରପ୍ରାପ୍ତ ପ୍ରଧାନ ଶିକ୍ଷକ ପ୍ରକାଶ ଚନ୍ଦ୍ର ପ୍ରଧାନ, ବରିଷ୍ଠ ସାମ୍ବାଦିକ ଅନିଲ କୁମାର ମହାରଣା, ସ୍ଥାନୀୟ ସମିତି ମେମ୍ବର ଜୟଦେବ ପ୍ରଧାନ, ମାଣିତରା କ୍ଲଷ୍ଟର ସିଆରସିସି ଶଶିକାନ୍ତ ପ୍ରଧାନ ଓ ବିଦ୍ୟାଳୟର ସଭାପତି ଡାକ୍ତର ପ୍ରଧାନ ଯୋଗଦେଇ ଛାତ୍ରଛାତ୍ରୀଙ୍କୁ ବହୁ ମୂଲ୍ୟବାନ ଉପଦେଶ ଦେଇଥିଲେ। ଏହି ଅବସରରେ ବିଦ୍ୟାଳୟର ସମେତ ଶିକ୍ଷକ,ଶିକ୍ଷୟିତ୍ରୀ ଓ କର୍ମଚାରୀ ବୃନ୍ଦ ଓ ବିଶିଷ୍ଠ ବ୍ୟକ୍ତି ବିଶେଷଙ୍କୁ ସମ୍ମାନିତ କରିବା ସହ ବିଭିନ୍ନ ପ୍ରତିଯୋଗିତାରେ କୃତିତ୍ୱ ହାସଲ କରିଥିବା ଛାତ୍ରଛାତ୍ରୀମାନଙ୍କୁ ପ୍ରମାଣ ପତ୍ର ଓ ପୁରସ୍କାର ପ୍ରଦାନ କରାଯାଇଥିଲା। ଶିକ୍ଷକ ଗୋପାଳ ଚନ୍ଦ୍ର ନାୟକ କାର୍ଯ୍ୟକ୍ରମକୁ ସଂଯୋଜନା କରିଥିଲେ। ଶେଷରେ ଛାତ୍ରଛାତ୍ରୀଙ୍କ ଦ୍ଵାରା ସଂସ୍କୃତିକ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା। ବିଦ୍ୟାଳୟର ସମସ୍ତ ଶିକ୍ଷକ, ଶିକ୍ଷୟିତ୍ରୀ ଓ କର୍ମଚାରୀ କାର୍ଯ୍ୟକ୍ରମ ପରିଚାଳନାରେ ସହଯୋଗ କରିଥିଲେ।


