ଆଞ୍ଚଳିକ ସ୍ନାତକ ମହାବିଦ୍ୟାଳୟରେ ବିଦାୟକାଳୀନ ସମ୍ବର୍ଦ୍ଧନା

ଗାଙ୍ଗପୁର,(ସନ୍ତୋଷ କୁମାର ବିଷୋଇ): ବେଲଗୁଣ୍ଠା ବ୍ଳକ୍ ଅନ୍ତର୍ଗତ କ୍ଷତ୍ରିୟବରପୁର ଆଞ୍ଚଳିକ ସ୍ନାତକ ମହାବିଦ୍ୟାଳୟରେ ପଦାର୍ଥ ବିଜ୍ଞାନ ଏବଂ ରସାୟନ ବିଜ୍ଞାନ ବିଭାଗର, ମିଳିତ ଆନୁକୂଲ୍ୟରେ ଅନ୍ତିମ ବର୍ଷର ଛାତ୍ରଛାତ୍ରୀଙ୍କ ପାଇଁ ବିଦାୟକାଳୀନ ସମ୍ବର୍ଦ୍ଧନା ଉତ୍ସବ ଅନୁଷ୍ଠିତ ହୋଇଯାଇଛି, ପ୍ରଥମ ଏବଂ ଦ୍ୱତୀୟ ବର୍ଷର ଛାତ୍ରଛାତ୍ରୀଙ୍କ ଦ୍ୱାରା ଆୟୋଜିତ ଏହି ଉତ୍ସବରେ ଅନୁଷ୍ଠାନ ଅଧ୍ୟକ୍ଷ ଡ. ଗିରିଧର ନାୟକ ଯୋଗ ଦେଇଥିବା ବେଳେ ସମ୍ମାନିତ ଅତିଥି ଭାବେ ପ୍ରଶାସନିକ ଅଧିକାରୀ ଡ. ଇ. ରବିନାରାୟଣ ପାତ୍ର ଯୋଗ ଦେଇ ଶେଷ ବର୍ଷ ଛାତ୍ରଛାତ୍ରୀଙ୍କ ଆଦର୍ଶରେ ଅନୁପ୍ରାଣିତ ହେବା ପାଇଁ ପ୍ରଥମ ଏବଂ ଦ୍ୱିତୀୟ ବର୍ଷର ଛାତ୍ରଛାତ୍ରୀଙ୍କୁ ଉପଦେଶ ଦେଇଥିଲେ, ଏଥିରେ ଅନ୍ୟତମ ଅତିଥି ରୂପେ ଡ. ସଞ୍ଜିବ୍ କୁମାର ଦାଶ ଏବଂ ଡ.ସଞ୍ଜୟ କୁମାର ପଣ୍ଡା ଯୋଗ ଦେଇଥିଲେ, ସମସ୍ତ ଅତିଥି ଛାତ୍ରଛାତ୍ରୀଙ୍କ ଉଜ୍ଜ୍ଵଳ ଭବିଷ୍ୟତ କାମନା କରିବା ସହିତ ସେମାନେ ନିଜକୁ ଭଲ ମଣିଷ କରି ଗଢ଼ି ତୋଳିବା ପାଇଁ ପରାମର୍ଶ ଦେଇଥିଲେ.

Spread the love

Leave a Reply

Your email address will not be published. Required fields are marked *

Advertisement

ଏବେ ଏବେ