ଜିଲ୍ଲାପାଳ ଓ ଆରକ୍ଷୀ ଅଧୀକ୍ଷକଙ୍କ ମିଳିତ ଜନଶୁଣାଣୀ କାର୍ଯ୍ୟକ୍ରମ

ବାଲେଶ୍ୱର,(ଓ୍ବାଇଏନଏସ): ବାଲେଶ୍ୱର  ଜିଲ୍ଲାପାଳଙ୍କ ଅଭିଯୋଗ ପ୍ରକୋଷ୍ଠରେ ବାଲେଶ୍ୱର ଜିଲ୍ଲାପାଳ ଓ ଆରକ୍ଷୀ ଅଧିକ୍ଷକଙ୍କ ମିଳିତ ଜନଶୁଣାଣୀ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇ ଯାଇଛି। ବାଲେଶ୍ୱର ଜିଲ୍ଲାର ବିଭିନ୍ନ ପ୍ରାନ୍ତରୁ ୧୨୭ ଜଣ ଅଭିଯୋଗକାରୀ ନିଜର ଅଭିଯୋଗ ଫର୍ଦ୍ଦ ଉପସ୍ଥାପନ କରିଥିଲେ। ସେଥି ମଧ୍ୟରୁ ୧୧୧ ଗୋଟି ବ୍ୟକ୍ତିଗତ ଏବଂ ୧୦ ଗୋଟି ସାମୁହିକ ଅଭିଯୋଗ ସମ୍ପର୍କିତ ହୋଇଥିବା ବେଳେ ୬ ଗୋଟି ମୁଖ୍ୟମନ୍ତ୍ରୀ ସହାୟତା ପାଣ୍ଠି ନିମନ୍ତେ ଆବେଦନ କରିଥିଲେ I ଏହି ମିଳିତ ଜନଶୁଣାଣୀ କାର୍ଯ୍ୟକ୍ରମରେ ୨୧ ଗୋଟି ଅଭିଯୋଗର ତତକାଳ ସମାଧାନ କରାଯାଇଥିଲା I ଏହି କାର୍ଯ୍ୟକ୍ରମରେ ବାଲେଶ୍ୱର ଜିଲ୍ଲାପାଳ, ଶ୍ରୀଯୁକ୍ତ ସୂର୍ଯ୍ୟବଂଶୀ ମୟୂର ବିକାଶ, ଆରକ୍ଷୀ ଅଧିକ୍ଷକ, ବାଲେଶ୍ୱର, ଶ୍ରୀଯୁକ୍ତ ପ୍ରତ୍ୟୁଷ ଦିବାକର, ଅତିରିକ୍ତ ଜିଲ୍ଲାପାଳ (ରାଜସ୍ବ) ଶ୍ରୀଯୁକ୍ତ ହେମନ୍ତ କୁମାର ସିଂହ, କାର୍ଯ୍ୟ ନିର୍ବାହୀ ଅଧିକାରୀ, ଜିଲ୍ଲା ପରିଷଦ, ବାଲେଶ୍ୱର ସଂଜୟ କୁମାର ରାଉତ, ଉପ ଜିଲ୍ଲାପାଳ, ବାଲେଶ୍ୱର, ଶ୍ରୀଯୁକ୍ତ ଶିବ ମାଲବ୍ୟ, ମୁଖ୍ୟ ଜିଲ୍ଲା ଚିକିତ୍ସାଧିକାରୀ, ଡ. ଅମୂଲ୍ୟ କୁମାର ଦାସଙ୍କ ସମେତ ଜିଲ୍ଲାର ବିଭିନ୍ନ ବିଭାଗୀୟ ପଦାଧିକାରୀମାନେ ଉପସ୍ଥିତ ଥିଲେ ।
Spread the love

Leave a Reply

Your email address will not be published. Required fields are marked *

Advertisement

ଏବେ ଏବେ