ଶ୍ରୀ ଗରୁଡ଼େଶ୍ୱର ଉଚ୍ଚ ବିଦ୍ୟାଳୟରେ ପ୍ରବେଶ ଉତ୍ସବ

ଗାଙ୍ଗପୁର,(ସନ୍ତୋଷ କୁମାର ବିଷୋଇ):ଗାଙ୍ଗପୁର ଥାନା ଅନ୍ତର୍ଗତ ଝାଡ଼ବନ୍ଧ ସ୍ଥିତ ଶ୍ରୀ ଗରୁଡ଼େଶ୍ୱର ଉଚ୍ଚ ବିଦ୍ୟାଳୟରେ ପ୍ରବେଶ ଉତ୍ସବ ଅନୁଷ୍ଠିତ ହୋଇଯାଇଛି I ବିଦ୍ୟାଳୟର ପ୍ରଧାନ ଶିକ୍ଷକ ପ୍ରମୋଦ କୁମାର ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ କାର୍ଯ୍ୟକ୍ରମରେ ଅତିଥି ରୂପେ ବିଦ୍ୟାଳୟ ପରିଚାଳନା କମିଟି ସଭାପତି ଅନ୍ତର୍ଯ୍ୟାମୀ ପ୍ରଧାନ, ଜିଲ୍ଲାପରିଷଦ ସଭ୍ୟ ପ୍ରତାପ ସ୍ୱାଇଁ,ଶିକ୍ଷକ ପ୍ରମୋଦ ବରାଡ଼, ସନ୍ତୋଷ କୁମାର ବିଷୋୟୀ,ଶିକ୍ଷୟିତ୍ରୀ କନ୍ୟା କୁମାରୀ ପାତ୍ର ପ୍ରମୁଖ ଉପସ୍ଥିତ ରହି ନବମ ଶ୍ରେଣୀରେ ନୂତନ ଭାବେ ନାମ ଲେଖାଇଥିବା ଛାତ୍ରଛାତ୍ରୀଙ୍କୁ ସ୍ୱାଗତ କରିବା ସହ କଠିନ ପରିଶ୍ରମ କରି ଭବିଷ୍ୟତରେ ସୁନାଗରିକ ହେବା ପାଇଁ ପରାମର୍ଶ ଦେଇଥିଲେ I ଛାତ୍ରଛାତ୍ରୀ ଶିକ୍ଷକ ଶିକ୍ଷୟିତ୍ରୀ ଏବଂ ବାପା ମାଆଙ୍କ କଥା ମାନିବା ସହିତ ସ୍ଵଚ୍ଛ ପରିବେଶ ପ୍ରତି ଯତ୍ନବାନ୍ ହେବା ପାଇଁ ପରାମର୍ଶ ଦେଇଥିଲେ I କାର୍ଯ୍ୟକ୍ରମରେ ଅନ୍ୟମାନଙ୍କ ମଧ୍ୟରେ ଶିକ୍ଷକ କର୍ମଚାରୀ ତୋଫାନ ଚରଣ ସ୍ୱାଇଁ, ଅରୁଣ କୁମାର ସ୍ୱାଇଁ, ବୃନ୍ଦାବନ ଡାକୁଆ, ଶ୍ରୀକାନ୍ତ ରଥ ପ୍ରମୁଖ ଉପସ୍ଥିତ ଥିଲେ I ଆଜି ନବମ ଶ୍ରେଣୀରେ ନୂତନ ଭାବେ ଦଶ ଜଣ ଛାତ୍ରଛାତ୍ରୀ ନାମ ଲେଖାଇଥିବା ବେଳେ ସେମାନଙ୍କୁ ଦଶମ ଶ୍ରେଣୀର ଛାତ୍ରଛାତ୍ରୀ ଫୁଲ, ଚନ୍ଦନ ଦେଇ ବିଦ୍ୟାଳୟକୁ ସ୍ୱାଗତ କରିଥିଲେ I

Spread the love

Leave a Reply

Your email address will not be published. Required fields are marked *

Advertisement

ଏବେ ଏବେ