ଜିଲ୍ଲାସ୍ତରୀୟ ଜନ ଅଭିଯୋଗ ଶୁଣାଣି
କେନ୍ଦ୍ରାପଡ଼ା,(ଚିତ୍ତ ରଞ୍ଜନ ଦାଶ):କେନ୍ଦ୍ରାପଡା ଜିଲ୍ଲା ପରିଷଦ ସମ୍ମିଳନୀ କକ୍ଷରେ ସୋମବାର ଜିଲ୍ଲା ସ୍ତରୀୟ ଜନ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ ହୋଇଯାଇଛି। ଏହି ଶିବିରରେ ସାଧାରଣ ଲୋକମାନେ ନିଜ ନିଜ ସମସ୍ୟା ଓ ଅଭିଯୋଗ ଗୁଡ଼ିକୁ ଜିଲ୍ଲା ପ୍ରଶାସନ ନଜରକୁ ଆଣିଥିଲେ। ଏହି ଶିବିରରେ ମୋଟ ୭୧ଟି ଅଭିଯୋଗ ପଞ୍ଜିକୃତ ହୋଇଥିଲା। ସେଥିମଧ୍ୟରୁ ୬୧ଟି ବ୍ୟକ୍ତିଗତ ଏବଂ ୧୦ଟି ସାମୁହିକ ଅଭିଯୋଗ ରହିଥିଲା। ତଦ୍ମଧ୍ୟରୁ ୮ଟି ଅଭିଯୋଗର ତୁରନ୍ତ ସମାଧାନ କରାଯାଇଥିଲା। ଏହା ସହିତ ମୁଖ୍ୟମନ୍ତ୍ରୀ ରିଲିଫ ପାଣ୍ଠିରୁ ୪ ଜଣଙ୍କୁ ମୋଟ ୧୬,୦୦୦ ଟଙ୍କାର ଆର୍ôଥକ ସହାୟତା ପ୍ରଦାନ କରାଯାଇଥିଲା।ଏହି ଶିବିରରେ ଜିଲ୍ଲା ପରିଷଦ ସଭାପତି ସୁଶ୍ରୀ ଲିଲିତା ଦାସ, ମୁଖ୍ୟ ଉନ୍ନୟନ ଅଧିକାରୀ ଅଜାମ୍ବର ମହାନ୍ତି, ଅତିରିକ୍ତ ଜିଲ୍ଲାପାଳ ନବକ୍ରିଷ୍ଣ ଜେନା, ଉପଜିଲ୍ଲାପାଳ ଅରୁଣ କୁମାର ନାୟକ, ଉପଖଣ୍ଡ ଆରକ୍ଷୀ ଅଧିକାରୀ ଜ୍ୟୋତିରଞ୍ଜନ ଗୌଡ଼, ବିଡିଓ ଅଭିଷେକ ସ୍ୱାଇଁ, ତହସିଲଦାର କୁଇନି ଜେନା ଓ ଡେପୁଟି କଲେକ୍ଟର(ସାଧାରଣ ଓ ବିବିଧ) ସରୋଜ କୁମାର ବେହେରାଙ୍କ ସହ ଅନ୍ୟାନ୍ୟ ଜିଲ୍ଲାସ୍ତରୀୟ ଅଧିକାରୀମାନେ ଉପସ୍ଥିତ ଥିଲେ। ପ୍ରକାଶ ଥାଉ କି ଆସନ୍ତା ୨୦ ତାରିଖରେ ରାଜକନିକା ବ୍ଲକ, ୨୭ର ଆଳି ବ୍ଲକ, ମଇମାସ ୪ତାରିଖରେ ମାର୍ଶାଘାଇ ବ୍ଲକ, ୧୧ ରେ ମହାକାଳପଡ଼ା ବ୍ଲକ, ୧୮ରେ ଡେରାବିଶ ବ୍ଲକ ଓ ମଇମାସ୨୫ ତାରିଖରେ ଗରଦପୁର ବ୍ଲକରେ ଏହି ଶିବିରଗୁଡ଼ିକ ଆୟୋଜିତ ହେବ।


