ଜାତୀୟ ସ୍ତରୀୟ ଦିବାରାତ୍ର ଫୁଟବଲ ଟୁର୍ଣ୍ଣାମେଣ୍ଟ ଉଦଘାଟିତ

କେନ୍ଦ୍ରାପଡ଼ା,(ଚିତ୍ତ ରଞ୍ଜନ ଦାଶ): କେନ୍ଦ୍ରାପଡା ସହରର ଫକିରାବାଦ୍ ଆଜାଦ୍ କ୍ଲବ ପକ୍ଷରୁ ଏକ ଜାତୀୟ ସ୍ତରୀୟ ଦିବାରାତ୍ର ଫୁଟବଲ ଟୁର୍ଣ୍ଣାମେଣ୍ଟ୍ ଗୁରୁବାର ସନ୍ଧ୍ୟାରେ ଉଦଘାଟିତ ହୋଇଯାଇଛି। ଏହି ଉପଲକ୍ଷେ ଆଜାଦ୍ କ୍ଲବର ସଭାପତି ହିବଜୁର ରହେମାନଙ୍କ ସଭାପତିତ୍ୱରେ ଅନୁଷ୍ଠିତ ଉତ୍ସବରେ ଅତିରିକ୍ତ ଆରକ୍ଷୀ ଅଧୀକ୍ଷକ ସୁଧାକର ସାହୁ ମୁଖ୍ୟଅତିଥି ଭାବେ ଯୋଗଦେଇ କେନ୍ଦ୍ରାପଡାରେ ଏଭଳି ଟୁର୍ଣ୍ଣାମେଣ୍ଟର ଆୟୋଜନ ଦ୍ୱାରା ଯୁବବର୍ଗଙ୍କ ମଧ୍ୟରେ କ୍ରୀଡା ପ୍ରତି ଆଗ୍ରହ ସୃଷ୍ଟି ହେବା ସହିତ ଏହି ଜିଲ୍ଲାରେ ବହୁ କ୍ରୀଡାବୀତ ସୃଷ୍ଟି ହେବାର ସମ୍ଭାବନା ଦେଖାଦେଇଛି ବୋଲି ମତବ୍ୟକ୍ତ କରିଥିଲେ। ସମ୍ମାନିତ ଅତିଥି ଭାବେ ଜିଲ୍ଲା କ୍ରୀଡା ଅଧିକାରୀ ଲୋକନାଥ ପାଣିଗ୍ରାହୀ ଓ ଜିଲ୍ଲା କ୍ରୀଡା ସଂସଦ ସମ୍ପାଦକ ସୟଦ ଅକମଲ ଅଲ୍ଲୀ ଯୋଗଦେଇ ଏଭଳି ପ୍ରତିଯୋଗିତା ଦ୍ୱାରା ଆମ ଅଞ୍ଚଳର କ୍ରୀଡାବିତଙ୍କ ଅନ୍ତର୍ନିହିତ ପ୍ରତିଭାର ବିକାଶ ହୋଇପାରିବ ବୋଲି କହିଥିଲେ। ପ୍ରଥମ କ୍ୱାଟର ଫାଇନାଲ ମ୍ୟାଚରେ କେନ୍ଦ୍ରାପଡାର ଚାନ୍ଦ କ୍ଲବ କଟକର ଟାର୍ଜନ କ୍ଲବକୁ ୩-୧ ଟ୍ରାଇବ୍ରେକରରେ ହରାଇ ସେମିଫାଇନାଲରେ ପ୍ରବେଶ କରିଛି। ଆଜିର ଦ୍ୱିତୀୟାର୍ଦ୍ଧରେ ଅନୁଷ୍ଠିତ ଦ୍ୱିତୀୟ କ୍ୱାଟର ଫାଇନାଲ ମ୍ୟାଚ୍‌ରେ ଭୁବନେଶ୍ୱରର କଳିଙ୍ଗ ୟୁନାଇଟେଡ ଏଫସି ଝାଡଖଣ୍ଡ ଚାଇବସାର କେଲାନ ସକ୍କର ଏକାଡେମୀକୁ ଭେଟିଥିଲା। କ୍ଲବର ସମ୍ପାଦକ ସେକ ଲିୟାକତ ଅଲ୍ଲୀ ଅତିଥି ପରିଚୟ ଓ ସ୍ୱାଗତ ଭାଷଣ ପ୍ରଦାନ କରିଥିବା ବେଳେ ଉପସଭାପତି ମୀର ବକ୍କାଉଲ୍ଲା ଧନ୍ୟବାଦ ଅର୍ପଣ କରିଥିଲେ। ଏହି ମ୍ୟାଚକୁ ରେଫରୀ ଭାବେ ଶିବାନୀ ରାଜପୁତ, ଦେବଜାନୀ ମଣ୍ଡଳ, ଉମା ବାରୋହୀ ଓ ବନ୍ଦନା ବୋଷ ପ୍ରମୁଖ ପରିଚାଳନା କରିଥିଲେ। ଅନ୍ୟମାନଙ୍କ ମଧ୍ୟରେ ଟିକା ଖାନ୍‌, ସେକ ଅମୀର ଅହେମ୍ମଦ, କଲିମ ଖାନ୍‌, ନୁର ଖାନ, ସୟଦ ଅହେସାନ ଅଲ୍ଲୀ, ସିପୁନ ଖାନ, ସେକ ବୁରଖାନ, ଆଝାରୁଦ୍ଦିନ ଖାନ ପ୍ରମୁଖ ଟୁର୍ଣ୍ଣାମେଣ୍ଟ ପରିଚାଳନାରେ ସହଯୋଗ କରିଥିଲେ।

Spread the love

Leave a Reply

Your email address will not be published. Required fields are marked *

Advertisement

ଏବେ ଏବେ