ମହିଳା ଡିଗ୍ରୀ କଲେଜ ବାର୍ଷିକ ଉତ୍ସଵ
ଛତ୍ରପୁର , (ଓ୍ବାଇଏନଏସ): ସ୍ଥାନୀୟ ଜିଲ୍ଲା ସଂସ୍କୃତି ଭବନ ପରିସରରେ ଛତ୍ରପୁର ମହିଳା ଡିଗ୍ରୀ କଲେଜ ର ୨୮ତମ ବାର୍ଷିକ ଉତ୍ସବ ପିନ୍ସପାଲ ସୁମିତା ମିଶ୍ରଙ୍କ ପୌରହିତ୍ୟରେ ମହାସମାରୋହ ପାଳିତ ହୋଇଯାଇଛି l ଏଥିରେ ଛତ୍ରପୁର ବିଧାୟକ କୃଷ୍ଣ ଚନ୍ଦ୍ର ନାୟକ ମୁଖ୍ୟ ଅତିଥି ରୂପେ ଯୋଗଦେଇ କୃତି ଛାତ୍ରୀମାନଙ୍କୁ ପୁରସ୍କୃତ କରିବା ସହ ପାଠ ଓ କ୍ରୀଡ଼ାର ମହତ୍ୱ ବିଷୟରେ ବୁଝାଇଥିଲେ ଏବଂ ନିଜର ଭବିଷ୍ୟତ ଗଢିବା ସହିତ ଦେଶ ଓ ସମାଜ ସେବାରେ ନିଜକୁ ନିୟୋଜିତ କରିବା ପାଇଁ ସେ ଆହ୍ବାନ ଦେଇଥିଲେ । ସମ୍ନାନିତ ଅତିଥି ଭାବେ ଗଞ୍ଜାମ ଜିଲ୍ଲାର ଅତିରିକ୍ତ ଜିଲ୍ଲାପାଳ ( ସାଧାରଣ ) ସଚ୍ଚିଦାନନ୍ଦ ନାୟକ ଯୋଗଦେଇ କାର୍ଯ୍ୟକ୍ରମର ଆଭିମୁଖ୍ୟ ଉପରେ ଆଲୋକପାତ କରିବା ସହିତ ଛାତ୍ରୀ ମାନଙ୍କ ଉତ୍ତମ ଭବିଷ୍ୟତ ନିମନ୍ତେ କମନା କରିଥିଲେ l ଅଧ୍ୟାପିକା କବିତା ସାହୁ କାର୍ଯ୍ୟକ୍ରମ କୁ ସଂଯୋଜନା କରିଥିବା ବେଳେ ପ୍ରିନସିପାଲ ଶ୍ରୀମତୀ ମିଶ୍ର ବାର୍ଷିକ ବିବରଣୀ ପାଠ କରିଥିଲେ l ପ୍ରାରମ୍ଭରେ କଲେଜର ଛାତ୍ରୀ ମାନଙ୍କ ଦ୍ୱାରା ସ୍ୱାଗତ ସଙ୍ଗୀତ ଗାନ କରାଯାଇଥିଲା l ଏହି ଅବସର ପୂର୍ବରୁ ଛାତ୍ରୀ ମାନଙ୍କ ମଧ୍ୟରେ ବିଭିନ୍ନ ପ୍ରତିଯୋଗିତା ଅନୁଷ୍ଠିତ ହୋଇଥିଲା l ଏଥିରେ କୃତିତ୍ୱ ହାସଲ କରିଥିବା ଛାତ୍ରୀ ମାନଙ୍କୁ ଅତିଥି ମାନଙ୍କ ଦ୍ୱାରା ପୁରସ୍କାର ପ୍ରଦାନ କରାଯାଇଥିଲା l ଶେଷରେ ଛାତ୍ରୀ ମାନଙ୍କ ଦ୍ୱାରା ବିଭିନ୍ନ ରଙ୍ଗାରଙ୍ଗ ସାଂସ୍କୃତିକ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା l


