ଜିଲାପାଳ ଏବଂ ଅତିରିକ୍ତ ଆରକ୍ଷୀ ଅଧିକ୍ଷକଙ୍କ ଜନଶୁଣାଣି ଶିବିର

ନବରଙ୍ଗପୁର,(ୱାଇଏନଏସ): ନବରଂଗପୁର ପୌରପାଳିକା ସମ୍ମିଳନୀ ଗୃହରେ ଜିଲ୍ଲାପାଳ ଡ଼ ମହେଶ୍ବର ସ୍ୱାଇଁ ଏବଂ ଅତିରିକ୍ତ ଆରକ୍ଷୀ ଅଧିକ୍ଷକ ଆଦିତ୍ୟ ସେନ ଙ୍କ ଯୁଗ୍ମ ଅଧ୍ୟକ୍ଷତାରେ ଏକ ଜନ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ ହୋଇଯାଇଛି।ଶିବିରରେ ମୁଖ୍ୟ ଉନ୍ନୟନ ଅଧିକାରୀ ଜିଲ୍ଲା ପରିଷଦ ବିରଞ୍ଚି ନାରାୟଣ ଦରୱାନ,ଉପ ଜିଲ୍ଲାପାଳ ପ୍ରକାଶ କୁମାର ମିଶ୍ରଙ୍କ ସମେତ ସମସ୍ତ ଜିଲ୍ଲା ସ୍ତରୀୟ ବିଭାଗୀୟ ଅଧିକାରୀ ଉପସ୍ଥିତ ଥିଲେ।ଏହି ଜନ ଶୁଣାଣି ଶିବିରରେ ମୋଟ ୩୧ଜଣ ଆବେଦନକାରୀ ନିଜର ଅଭିଯୋଗ ପତ୍ର ଦାଖଲ କରିଥିଲେ। ସେଥିମଧ୍ୟରୁ ୨୬ଟି ବ୍ୟକ୍ତିଗତ ସମସ୍ୟା ଅଭିଯୋଗ ଓ ୦୫ଟି ଗ୍ରାମ୍ୟ ତଥା ସାମୁହିକ ସମସ୍ୟା ସମ୍ମିଳିତ ଥିଲା। ୪ ଟି ଅଭିଯୋଗର ସମାଧାନ ତତକ୍ଷଣା ତ କରାଯାଇଥିଲା। ଜିଲ୍ଲା ସମାଜ ସୁରକ୍ଷା ବିଭାଗ ପକ୍ଷରୁ ଚିହ୍ନଟ ଦିବ୍ୟାଙ୍ଗ ଙ୍କୁ ୨ ଟି କୃତ୍ରିମ ଅଙ୍ଗ ପ୍ରଦାନ କରାଯାଇଥିଲା।ଅଭିଯୋଗ ମୁଖ୍ୟତଃ ଚିକିତ୍ସା ସହାୟତା,ପାନୀୟ ଜଳ,ରାସ୍ତା,ଜମି ବିବାଦ,ନାଳ ମରାମତି ,ଭତ୍ତା ଓ ବାସଗୃହ ଉପରେ ଥିଲା।

Spread the love

Leave a Reply

Your email address will not be published. Required fields are marked *

Advertisement

ଏବେ ଏବେ