ଅଭିମନ୍ୟୁ ସେଠୀଙ୍କୁ ବିଜେଡିର ସାଧାରଣ ସମ୍ପାଦକ ଦାୟିତ୍ୱ

ହାଟଡିହି (ଓ୍ବାଇଏନଏସ): ଆନନ୍ଦପୁର ବିଧାୟକ ଅଭିମନ୍ୟୁ ସେଠୀଙ୍କୁ ବିଜୁ ଜନତା ଦଳର ସାଧାରଣ ସମ୍ପାଦକ ଭାବରେ ନିଯୁକ୍ତି ଦିଆ ଯାଇଛି।  ବିଜୁ ଜନତା ଦଳର ସଭାପତି ଶ୍ରୀଯୁକ୍ତ ନବୀନ ପଟ୍ଟନାୟକ ଆଜି ତାଙ୍କୁ ସାଧାରଣ ସମ୍ପାଦକ ପଦବୀରେ ନିଯୁକ୍ତ ଦେଇଛନ୍ତି। ତାଙ୍କ ଉପରେ ଆସ୍ଥା ପ୍ରକଟ କରି ଏପରି ଏକ ଗୁରୁ ଦାୟିତ୍ୱ ପ୍ରଦାନ କରିଥିବାରୁ ସେ ବିଜେଡି ସଭାପତିଙ୍କୁ କୃତଜ୍ଞତା ଜ୍ଞାପନ କରିଛନ୍ତି। ତାଙ୍କୁ ଏପରି ଦାୟିତ୍ୱ ମିଳିବା ପରେ ଘସିପୁରା ବିଧାୟକ ବଦ୍ରି ନାରାୟଣ ପାତ୍ର, ଜିଲ୍ଲା ସଭାପତି ଆଶିଷ ଚକ୍ରବର୍ତ୍ତୀ, ଜିଲ୍ଲା ଯୁବ ବିଜେଡି ସଭାପତି ରାକେଶ ରାମ, ବ୍ଲକ ଅଧ୍ୟକ୍ଷା ସାବିତ୍ରୀ ସେଠୀ, ବିଜେଡି ନେତା ଦେବପ୍ରିୟ ପାତ୍ର, ମାର୍କଣ୍ଡ ଚରଣ ଓଝା, ପୂର୍ବତନ ଜିଲ୍ଲା ବିଜେଡି ସଭାପତି ବିମ୍ବାଧର ବିଶ୍ୱାଳ, ଜିଲ୍ଲା ପରିଷଦ ଉପାଧ୍ୟକ୍ଷ ସୋମନାଥ ଦାସ, ବ୍ଲକ ବିଜେଡି ସଭାପତି ସୁରେନ୍ଦ୍ର ଜେନା, ଜିଲ୍ଲା ଛାତ୍ର ବିଜେଡି ସଭାପତି ଅମରେନ୍ଦ୍ର ଧଳ, ଜିଲ୍ଲା ଉପ ସଭାପତି ବିକ୍ରମ କେଶରୀ ବିଶ୍ୱାଳ, ଶତ୍ରୁଘ୍ନ ପାତ୍ର, ଜିଲ୍ଲା ସମ୍ପାଦକ ବୀରେନ୍ଦ୍ର କୁମାର ବିଶ୍ୱାଳ, ଦୀପ୍ତି ରଞ୍ଜନ ଦାସଙ୍କ ସମେତ ବହୁ ସରପଞ୍ଚ, ସମିତି ସଭ୍ୟଙ୍କ ସମେତ ଅନେକ ମାନ୍ୟଗଣ୍ୟ ବ୍ୟକ୍ତି ତାଙ୍କୁ ଶୁଭେଚ୍ଛା ଓ ଅଭିନନ୍ଦନ ଜଣାଇଛନ୍ତି।

Spread the love

Leave a Reply

Your email address will not be published. Required fields are marked *

Advertisement

ଏବେ ଏବେ