ଅଧ୍ୟାପକଙ୍କୁ ଅବସରକାଳୀନ ସମ୍ବର୍ଦ୍ଧନା

ଆସିକା  (ୱାଇଏନ୍‍ଏସ୍‍) : ସ୍ଥାନୀୟ ମେକ୍‍ ମାଇକେଲ୍‍ ସଂସ୍କୃତ ମହାବିଦ୍ୟାଳୟର ଆଦର୍ଶ ଛାତ୍ରବତ୍ସଳ ଅଧ୍ୟାପକ ସନାତନ ପଣ୍ଡାଙ୍କୁ ଶିକ୍ଷାନୁଷ୍ଠାନ ପରିସରରେ ଏକ ଅବସରକାଳୀନ ବିଦାୟ ସମ୍ବର୍ଦ୍ଧନା ଦିଆଯାଇଛି । ଆସିକା ମେକ୍‍ ମାଇକେଲ୍‍ ସଂସ୍କୃତ ମହାବିଦ୍ୟାଳୟର ଅଧ୍ୟକ୍ଷ ଅଶ୍ୱିନୀ କୁମାର ଦାଶଙ୍କ ସଂଯୋଜନାରେ ଅନୁଷ୍ଠିତ ହୋଇଥିବା ଏହି ଅବସରକାଳୀନ ବିଦାୟ ସମ୍ବର୍ଦ୍ଧନା ସଭାରେ ମହାବିଦ୍ୟାଳୟର ଅଧ୍ୟାପକ ବାବାନାଥ ମିଶ୍ର, କବିତା କୁମାରୀ ଦାଶ, ସଂସ୍କୃତ ବିଦ୍ୟାଳୟର ପ୍ରଧାନପଣ୍ଡିତ ପ୍ରଦୀପ କୁମାର ତ୍ରିପାଠୀ, ଶିକ୍ଷାବିତ୍‍ ପଣ୍ଡିତ ସାଲବେଗ ଶତପଥୀ, ରାଧାମାଧବ ଗୌଡ, ମଦନ ନାୟକ, ଲକ୍ଷ୍ମୀକାନ୍ତ ନାୟକ, ଲକ୍ଷ୍ମୀଧର ପଣ୍ଡା, ପଣ୍ଡିତ ଅରୁଣ କୁମାର ନାୟକ ପ୍ରମୁଖ ଯୋଗଦେଇ ଉଚ୍ଚଶିକ୍ଷାର ବିକାଶ ଲାଗି ଛାତ୍ରବତ୍ସଳ ଅବସରପ୍ରାପ୍ତ ଅଧ୍ୟାପକ ସନାତନ ପଣ୍ଡାଙ୍କ ବହୁମୁଖୀ ପ୍ରତିଭା ଉପରେ ସ୍ମୃତିଚାରଣ କରିବା ସହ ଅବସର ପରବର୍ତ୍ତୀ ଜୀବନ ତାଙ୍କର ସୁସ୍ଥ ଓ ନିରାମୟ ଜୀବନ କାମନା କରିଥିଲେ। ଏହି ଅବସରରେ ଅବସରପ୍ରାପ୍ତ ବିଦାୟୀ ଅଧ୍ୟାପକ ସନାତନ ପଣ୍ଡାଙ୍କୁ ପୁଷ୍ପଗୁଚ୍ଛ ଓ ଉପଢୌକନ ଦେଇ ସମ୍ବର୍ଦ୍ଧିତ କରାଯାଇଥିବା ଦେଖିବାକୁ ମିଳିଥିଲା। ଏହି କାର୍ଯ୍ୟକ୍ରମକୁ ପରିଚାଳନା କରିବା ଦିଗରେ ଶିକ୍ଷାନୁଷ୍ଠାନର କର୍ମଚାରୀ ଟୁନା ମହାରଣା, ପ୍ରଦୀପ କୁମାର ଷଡଙ୍ଗୀ ସକ୍ରିୟ ସହଯୋଗ କରିଥିଲା ବେଳେ ମହାବିଦ୍ୟାଳୟର ବହୁ ବିଦ୍ୟାର୍ଥୀ ଯୋଗଦେଇଥିବା ଲକ୍ଷ୍ୟ କରାଯାଇଥିଲା। ଆସିକା ମେକ୍‍ ମାଇକେଲ୍‍ ସଂସ୍କୃତ ମହାବିଦ୍ୟାଳୟର ଅବସରପ୍ରାପ୍ତ ଅଧ୍ୟାପକ ସନାତନ ପଣ୍ଡା ଏହି କାର୍ଯ୍ୟକ୍ରମରେ ଯୋଗଦେଇ ଦେଇ ଶିକ୍ଷାନୁଷ୍ଠାନର ସମସ୍ତ ଅଧ୍ୟାପକ, ଅଧ୍ୟାପିକା ଓ ଅଣଶୈକ୍ଷିକ କର୍ମଚାରୀଙ୍କ ଠାରୁ ଆରମ୍ଭ କରି ବିଦ୍ୟାର୍ଥୀମାନଙ୍କ ସହଯୋଗ ସବୁଦିନ ପାଇଁ ସ୍ମରଣୀୟ ହୋଇ ରହିବ ବୋଲି ଭାବବିହ୍ୱଳ ହୋଇ ପ୍ରକାଶ କରିଥିବା ଦେଖିବାକୁ ମିଳିଥିଲା। ଆସିକା ମେକ୍‍ ମାଇକେଲ୍‍ ସଂସ୍କୃତ ମହାବିଦ୍ୟାଳୟର ଅବସରପ୍ରାପ୍ତ ଅଧ୍ୟାପକ ସନାତନ ପଣ୍ଡାଙ୍କୁ ଏକ ଭାବବିହ୍ୱଳ ପରିବେଶ ମଧ୍ୟରେ ବିଦାୟକାଳୀନ ସମ୍ବର୍ଦ୍ଧନା ଦିଆଯାଇଥିବା ଦେଖିବାକୁ ମିଳିଥିଲା । ଆସିକା ମେକ୍‍ ମାଇକେଲ୍‍ ସଂସ୍କୃତ ମହାବିଦ୍ୟାଳୟରେ ଗତ ୧୯୯୨ ମସିହା ଅଗଷ୍ଟ ମାସ ୧୧ ତାରିଖରୁ କର୍ମମୟ ଜୀବନ ଆରମ୍ଭ କରି ଦୀର୍ଘ ୩୩ ବର୍ଷରୁ ଉର୍ଦ୍ଧ୍ୱ ସମୟ ଧରି ବ୍ୟାକରଣ ବିଭାଗର ଅଧ୍ୟାପକ ରୂପେ ରହି ନିରବିଚ୍ଛିନ ଭାବେ ନିଷ୍ଠାର ସହ ଅଧ୍ୟାପନା କରି ଶହ ଶହ ମେଧାବୀ ଛାତ୍ରଙ୍କୁ ସୃଷ୍ଟି କରିବାରେ ଏକ ପ୍ରମୁଖ ଭୁମିକା ଗ୍ରହଣ କରି ନିଜ ନିଜର ଏକ ସ୍ୱତନ୍ତ୍ର ପରିଚୟ ସୃଷ୍ଟି କରିପାରିଥିବା ଆଦର୍ଶ ଛାତ୍ରବତ୍ସଳ ଅଧ୍ୟାପକ ସନାତନ ପଣ୍ଡାଙ୍କୁ ଏକ ଭାବବିହ୍ୱଳ ପରିବେଶ ମଧ୍ୟରେ ଅବସରକାଳୀନ ସମ୍ବର୍ଦ୍ଧନା ଦିଆଯାଇଥିବା ଦେଖିବାକୁ ମିଳିଥିଲା ।

Spread the love

Leave a Reply

Your email address will not be published. Required fields are marked *

Advertisement

ଏବେ ଏବେ