ଯୁଗ୍ମ ଜନ ଅଭିଯୋଗ ଶୁଣାଣି
ରାଇରଙ୍ଗପୁର,(ଅକ୍ଷୟ କୁମାର ବିଶ୍ବାଳ): ବାମନଘାଟୀ ଉପଖଣ୍ଡ ସଦର ମହକୁମା ରାଇରଙ୍ଗପୁର ଠାରେ ଉପଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ସମ୍ମିଳନୀ କକ୍ଷରେ ଜନ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ ହୋଇ ଯାଇଛି, ଅତିରିକ୍ତ ଜିଲ୍ଲାପାଳ ନେତ୍ରାନନ୍ଦ ମଲ୍ଲିକଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଉକ୍ତ ଶିବିରରେ ଜିଲ୍ଲା ଆରକ୍ଷୀ ଅଧିକ୍ଷକ ବରୁଣ ଗୁଣ୍ଟୁପାଲ୍ଲୀ,ରାଇରଙ୍ଗପୁର ଅତିରିକ୍ତ ଜିଲ୍ଲାପାଳ ଅଜିତ କୁମାର,ଅତିରିକ୍ତ ଜିଲ୍ଲା ଆରକ୍ଷୀ ଅଧିକ୍ଷକ ଯଦୁନାଥ ଜେନା, ଉପଜିଲ୍ଲାପାଳ ଉଗ୍ରସେନ ଓରାମ,ଅତିରିକ୍ତ ଉପଜିଲ୍ଲାପାଳ ବାସନ୍ତୀ ଲାକ୍ରା,ମୁଖ୍ୟ ଜିଲ୍ଲା ଚିକିତ୍ସା ଅଧିକାରୀ ତଥା ଜନସ୍ୱାସ୍ଥ୍ୟ ଅଧିକାରୀ ଡା. ଧନୁର୍ଜୟ ମହାନ୍ତ,ରାଇରଙ୍ଗପୁର ଉପଖଣ୍ଡ ଚିକିତ୍ସାଳୟ ଅଧିକ୍ଷକ ଡା. ରବୀନ୍ଦ୍ର ନାଥ ମାର୍ଣ୍ଡି ପ୍ରମୁଖ ଯୋଗ ଦେଇଥିଲେ, ପ୍ରାରମ୍ଭରେ ଅତିରିକ୍ତ ଜିଲ୍ଲାପାଳ ଉପସ୍ଥିତ ସମସ୍ତ ଅଧିକାରୀ ମାନଙ୍କୁ ସ୍ୱାଗତ କରିବା ସହ ଜନସାଧାରଣଙ୍କ ଠାରୁ ଆସୁଥିବା ଆପତ୍ତି ଅଭିଯୋଗ ଗୁଡିକର ସମାଧାନ ତ୍ୱରିତ ପ୍ରକ୍ରିୟାରେ ସମ୍ପନ୍ନ କରିବା ପାଇଁ ପରାମର୍ଶ ଦେଇଥିଲେ, ଏହି ଶିବିର ରେ ଜନସାଧାରଣ ଙ୍କ ଠାରୁ ମୋଟ ୧୧୭ଟି ଅଭିଯୋଗ ପତ୍ର ଗ୍ରହଣ ହୋଇଥିବା ବେଳେ ୯୧ଟି ବ୍ୟକ୍ତିଗତ ସମସ୍ୟା ଭିତ୍ତିକ ଏବଂ ୨୬ଟି ଗ୍ରାମବାସୀ ଙ୍କ ବିଭିନ୍ନ ସମସ୍ୟା ଭିତ୍ତିକ ସାମୁହିକ ଅଭିଯୋଗ ଥିଲା, ଏଥି ମଧ୍ୟରୁ ୨ଗୋଟି ଅଭିଯୋଗର ତତ୍କାଳ ସମାଧାନ ହୋଇଥିଲା। ଅନ୍ୟାନ୍ୟ ଆପତ୍ତି ଅଭିଯୋଗ ଗୁଡିକର ବିଷୟ ପ୍ରସଙ୍ଗ ଉପରେ ସବିଶେଷ ତଦନ୍ତ କରି ଅନୁଧ୍ୟାନ ପୂର୍ବକ ବିହିତ କାର୍ଯ୍ୟାନୁଷ୍ଠାନ ନେବା ସହ ତ୍ୱରିତ ପ୍ରକ୍ରିୟା ରେ ସମାଧାନ କରିବା ପାଇଁ ସମ୍ପୃକ୍ତ ବିଭାଗୀୟ ଅଧିକାରୀ ମାନଙ୍କୁ ଅତିରିକ୍ତ ଜିଲ୍ଲାପାଳ ନିର୍ଦେଶ ଦେଇଥିଲେ, ଶିବିରରେ ବାମନଘାଟି ଉପଖଣ୍ଡ ଅଧିନସ୍ଥ ସମସ୍ତ ଉପଖଣ୍ଡ ସ୍ତରୀୟ ବିଭାଗୀୟ ଅଧିକାରୀ, ରାଇରଙ୍ଗପୁର ପୌରପାଳିକାର କାର୍ଯ୍ୟନିର୍ବାହୀ ଅଧିକାରୀ, ଗୋଷ୍ଠୀ ଉନ୍ନୟନ ଅଧିକାରୀ, ତହସିଲଦାର, ଗୋଷ୍ଠୀ ଶିକ୍ଷା ଅଧିକାରୀ, ବିଭିନ୍ନ ଲାଇନ ବିଭାଗର ଅଧିକାରୀଗଣ ଉପସ୍ଥିତ ଥିଲେ।


