ଯୁଗ୍ମ ଜନ ଅଭିଯୋଗ ଶୁଣାଣି ଅନୁଷ୍ଠିତ

କଟକ, (ଓ୍ବାଇଏନଏସ): କଟକ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟସ୍ଥିତ ଓସୱାନ୍ କକ୍ଷଠାରେ ଆଜି ଜିଲ୍ଲାପାଳଙ୍କ ଯୁଗ୍ମ ଜନ ଅଭିଯୋଗ ଶୁଣାଣି ଅନୁଷ୍ଠିତ ହୋଇଯାଇଛି । ଜିଲ୍ଲାପାଳ ଓ ଜିଲ୍ଲା ମାଜିଷ୍ଟ୍ରେଟ ଶ୍ରୀ ଦତ୍ତାତ୍ରୟ ଭାଉସାହେବ ଶିନ୍ଦେଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଏହି ଜନ ଅଭିଯୋଗ ଶୁଣାଣିରେ ସମୁଦାୟ ୩୮ଟି ଅଭିଯୋଗ ହସ୍ତଗତ ହୋଇଥିଲା । ତନ୍ମଧ୍ୟରେ ୩୬ଟି ବ୍ୟକ୍ତିଗତ ଅଭିଯୋଗ ଏବଂ ୦୨ଗୋଟି ସାମୁହିକ ଅଭିଯୋଗ ରହିଥିଲା । ଏହି ଅଭିଯୋଗ ଶୁଣାଣି କାଳରେ ପୁଲିସ ଆରକ୍ଷୀ ଅଧିକ୍ଷକ ଶ୍ରୀ ବିନୀତ ଅଗ୍ରୱାଲ, ଅତିରିକ୍ତ ଜିଲ୍ଲାପାଳ ଶ୍ରୀ କମଳଜିତ୍ ଦାସ, ମୁଖ୍ୟ ଉନ୍ନୟନ ଅଧିକାରୀ ତଥା ନିର୍ବାହୀ ଅଧିକାରୀ ଶ୍ରୀ ପ୍ରଶାନ୍ତ କୁମାର ନାୟକ, ଉପଜିଲ୍ଲାପାଳ କଟକ ସଦର ଶ୍ରୀ ଦିବ୍ୟଜ୍ୟୋତି ସ୍ମୃତିରଞ୍ଜନ ଦେଓ ଙ୍କ ସମେତ ଅନ୍ୟାନ୍ୟ ବିଭାଗୀୟ ଅଧିକାରୀମାନେ ଉପସ୍ଥିତ ଥିଲେ । ଭତ୍ତା,କୃଷି,ଶିକ୍ଷା ଆଦି ସମ୍ପର୍କିତ ବିଭିନ୍ନ ପଞ୍ଜିକୃତ ଅଭିଯୋଗର ଶୁଣାଣି ପରେ ତୁରନ୍ତ କାର୍ଯ୍ୟାନୁଷ୍ଠାନ ନିମନ୍ତେ ବିଭାଗୀୟ ଅଧିକାରୀମାନଙ୍କୁ ନିର୍ଦ୍ଦେଶ ଦିଆଯାଇଛି । ଏଥିସହ ବିଭିନ୍ନ ପଂଚାୟତ କାର୍ଯ୍ୟାଳୟଗୁଡିକରେ ମଧ୍ୟ ଅଭିଯୋଗ ଶୁଣାଣି ଅନୁଷ୍ଠିତ ହୋଇଯାଇଛି । ଏଠାରେ ସୂଚନାଯୋଗ୍ୟ ଆସନ୍ତା ୨୫ ତାରିଖରେ ବାରଙ୍ଗ ବ୍ଲକ କାର୍ଯ୍ୟାଳୟଠାରେ ଜିଲ୍ଲାପାଳଙ୍କ ଯୁଗ୍ମ ଜନ ଅଭିଯୋଗ ଶୁଣାଣି ଅନୁଷ୍ଠିତ ହେବ । ଗ୍ରୀଷ୍ମ ପ୍ରବାହକୁ ଦୃଷ୍ଟିରେ ଏହି ଅଭିଯୋଗ ଶୁଣାଣି ସକାଳ ୭ ଘଟିକା ଠାରୁ ୧୦ ଘଟିକା ପର୍ଯ୍ୟନ୍ତ ଅନୁଷ୍ଠିତ ହେଉଛି । ବିଭିନ୍ନ ପଞ୍ଚାଯତ କାର୍ଯ୍ୟଳୟଠାରେ ମଧ୍ୟ ଏହି ଜନଶୁଣାଣି ସକାଳ ୭ ଘଟିକାରେ ଅନୁଷ୍ଠିତ ହେବ ।

Spread the love

Leave a Reply

Your email address will not be published. Required fields are marked *

Advertisement

ଏବେ ଏବେ