ଆୟୁଷ୍ମାନ୍‍ ଆରୋଗ୍ୟ ମନ୍ଦିରରେ ବିଶ୍ୱ ତମାଖୁ ବର୍ଜନ ଦିବସ

ଆସିକା (ୱାଇଏନ୍‍ଏସ୍‍) : ରାଜ୍ୟ ସରକାରଙ୍କ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ଏବଂ ଜାତୀୟ ସ୍ୱାସ୍ଥ୍ୟ ମିଶନ୍‍ ଓ ଆସିକା ଉପଖଣ୍ଡ ଚିକିତ୍ସାଳୟର ପ୍ରତ୍ୟେକ୍ଷ ତତ୍ତ୍ୱାବଧାନରେ ହାଟପଦା ଛକ ନିକଟରେ ପରିଚାଳିତ ହୋଇଆସୁଥିବା ସହରାଞ୍ଚଳ ଆୟୁଷ୍ମାନ୍‍ ଆରୋଗ୍ୟ ମନ୍ଦିରରେ ବିଶ୍ୱ ତମାଖୁ ବର୍ଜନ ଦିବସ ପାଳିତ ହୋଇଯାଇଛି । ଆସିକା ଉପଖଣ୍ଡ ଚିକିତ୍ସାଳୟର ଅଧୀକ୍ଷକ ଡାକ୍ତର ବାଲ୍‍ଗୋପାଳ ବେହେରାଙ୍କ ପରାମର୍ଶକ୍ରମେ ସହରାଞ୍ଚଳ ଆୟୁଷ୍ମାନ୍‍ ଆରୋଗ୍ୟ ମନ୍ଦିର ପରିସରରେ ଅନୁଷ୍ଠିତ ହୋଇଥିବା ବିଶ୍ୱ ତମାଖୁ ବର୍ଜନ ଦିବସ ପାଳନ କାର୍ଯ୍ୟକ୍ରମରେ ସ୍ୱାସ୍ଥ୍ୟକେନ୍ଦ୍ରର ମୁଖ୍ୟ ଚିକିତ୍ସାଧିକାରୀ ଡାକ୍ତର ଭାଗବତ ପ୍ରସାଦ ବିଷୋୟୀ ଯୋଗଦେଇ ତମାଖୁ ସେବନର ଅପକାରିତା ଏବଂ ଏହା ତମାଖୁ ସେବନ କରୁଥିବା ବ୍ୟକ୍ତିର ଜୀବନକୁ କିଭଳି ନଷ୍ଟ କରିବା ସହ ସେମାନଙ୍କ ପରିବାରବର୍ଗଙ୍କୁ ମଧ୍ୟ ଚିନ୍ତାରେ ପକାଇଥାଏ ତାହାରି ଉପରେ ବହୁ ଉପାଦେୟ ତଥା ଶିକ୍ଷଣୀୟ ସୂଚନା ପ୍ରଦାନ ସାଙ୍ଗକୁ ତମାଖୁଜନିତ ମୃତ୍ୟୁକୁ ରୋକିବା ଓ ତମାଖୁ ଠାରୁ ଦୂରେଇ ରହିବାର ଏକମାତ୍ର ଉପାୟ ହେଉଛି ସଚେତନତା ତେଣୁ ଯୁବପିଢୀ ସଦାସର୍ବଦା ନୀରବଘାତକ ତମାଖୁ ଠାରୁ ଦୂରେଇ ରହିବା ସାଙ୍ଗକୁ ଅନ୍ୟମାନଙ୍କୁ ମଧ୍ୟ ଏହାର କୁପରିଣାମ ସଂପର୍କରେ ଅବଗତ କରିବା ପାଇଁ ଆହ୍ୱାନ କରିଥିଲେ । ବିଶ୍ୱ ତମାଖୁ ବର୍ଜନ ଦିବସ ପାଳନ ଅବସରରେ ଆସିକା ସହରାଞ୍ଚଳ ଆୟୁଷ୍ମାନ୍‍ ଆରୋଗ୍ୟ ମନ୍ଦିର ପକ୍ଷରୁ ଆୟୋଜିତ କାର୍ଯ୍ୟକ୍ରମକୁ ସୁପରିଚାଳନା କରିବା ଦିଗରେ ସ୍ୱାସ୍ଥ୍ୟକେନ୍ଦ୍ରର ଫାର୍ମାସିଷ୍ଟ ରୀନା କୁମାରୀ ପ୍ରଧାନ, ଷ୍ଟାଫ୍‍ ନର୍ସ ଅର୍ଚ୍ଚନା ମହାନ୍ତି, ସହାୟକ ସମୀର କୁମାର ପଟ୍ଟନାୟକ, ଜଗନ୍ନାଥ ମିଶ୍ର, ନିରାପତ୍ତାରକ୍ଷୀ ବିପିନ୍‍ ନାହାକ ପ୍ରମୁଖ ସହଯୋଗ କରିଥିଲା ବେଳେ ବହୁ ସଚେତନ ନାଗରିକ ଉପସ୍ଥିତ ଥିବା ଲକ୍ଷ୍ୟ କରାଯାଇଥିଲା ।

Spread the love

Leave a Reply

Your email address will not be published. Required fields are marked *

Advertisement

ଏବେ ଏବେ