ଜିଲ୍ଲା ସ୍ତରୀୟ ମିଳିତ ଅଭିଯୋଗ ଶୁଣାଣି

ଭଞ୍ଜନଗର,(ସନ୍ତୋଷ କୁମାର ଜେନା): ଭଞ୍ଜନଗର ଉପଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ସମ୍ମିଳନୀ କକ୍ଷରେ ଗଞ୍ଜାମ ଜିଲ୍ଲା ସ୍ତରୀୟ ମିଳିତ ଜନ ଅଭିଯୋଗ ଶୁଣାଣି ଅନୁଷ୍ଠିତ ହୋଇଯାଇଛି। ଜିଲ୍ଲାପାଳ କୀର୍ତ୍ତି ଭାସନ୍ ଭି, ଗଞ୍ଜାମ ଜିଲ୍ଲାପରିଷଦ ମୁଖ୍ୟ ଉନ୍ନୟନ ଅଧିକାରୀ ସମୀର କୁମାର ଜେନା , ଉପ ଜିଲ୍ଲାପାଳ ଉମାଶଙ୍କର ବେହେରା, ଅତିରିକ୍ତ ଆରକ୍ଷୀ ଅଧୀକ୍ଷକ ରଞ୍ଜନ କୁମାର ଦେ, ମୋଟ ୬୯ଟି ଅଭିଯୋଗର ଶୁଣାଣୀ କରିଥିଲେ । ୨ଟି ଅଭିଯୋଗର ସମାଧାନ ଶିବିରରେ କରାଯାଇଥିବା ବେଳେ ଅନ୍ଯ ଅଭିଯୋଗର ତ୍ବରିତ୍ ସମାଧାନ ପାଇଁ ଜିଲ୍ଲାପାଳ ନିର୍ଦ୍ଦେଶ ଦେଇଛନ୍ତି । ରେଡକ୍ରସ୍ ପାଣ୍ଠିରୁ ୨ ଜଣ ବ୍ଯକ୍ତିଙ୍କୁ ଆର୍ଥିକ ସହାୟତା ୧୦,୦୦୦ ଟଙ୍କା ଯୋଗାଇ ଦିଆଯାଇଥିଲା । ସ୍ଥାନୀୟ ଜନସାଧାରଣ ଶିକ୍ଷା,କୃଷି, ସ୍ବାସ୍ଥ୍ଯ, ଭତ୍ତା, ଖାଦ୍ଯ ସୁରକ୍ଷା, ଗୃହ ନିର୍ମାଣ, ଜିବିକା ମିଶନ୍, ରାଜସ୍ବ, ଜମିଜମା ସମ୍ବନ୍ଧୀୟ ବିଭିନ୍ନ ସମସ୍ଯା ସମ୍ପର୍କରେ ଜିଲ୍ଲାପାଳ ଙ୍କୁ ଅବଗତ କରିଥିଲେ |ଏହି ଶିବିରରେ ସମସ୍ତ ଜିଲ୍ଲା ସ୍ତରୀୟ ଅଧିକାରୀ, ସହକାରୀ ଜିଲ୍ଲାପାଳ ପ୍ରଧାନ ଟୁଲିଆମା, ସହାୟକ ଜିଲ୍ଲାପାଳ ରାମଚନ୍ଦ୍ର ମହାପାତ୍ର , ସ୍ଥାନୀୟ ଗୋଷ୍ଠୀ ଉନ୍ନୟନ ଅଧିକାରୀ , ତହସିଲଦାର ଭଞ୍ଜନଗର ଉପଖଣ୍ଡର ସମସ୍ତ ପ୍ରଶାସନ ତଥା ସରକାରୀ ଅଧିକାରୀମାନେ ଉପସ୍ଥିତ ରହିଥିଲେ । ଭଞ୍ଜନଗର ଉପଜିଲ୍ଲାପାଳଙ୍କ କାର୍ଯ୍ୟାଳୟର କର୍ମଚାରୀ ଉପସ୍ଥିତ ରହି ଜନଶୁଣାଣୀ ପରିଚାଳନାରେ ସହଯୋଗ କରିଥିଲେ।

Spread the love

Leave a Reply

Your email address will not be published. Required fields are marked *

Advertisement

ଏବେ ଏବେ