ଦୁର୍ଘଟଣାରେ ଆହାତ ଯୁବକଙ୍କ ଚିକିତ୍ସାଧୀନ ଅବସ୍ଥାରେ ମୃତ୍ୟୁ
ଦିଗପହଣ୍ଡି(ଅଳକ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଗୋକର୍ଣ୍ଣପୁର ଗ୍ରାମର ଯୁବକ ଏଚ.ଯୁଧିଷ୍ଠିର ରେଡ୍ଡୀ(୫୪) ଗତ ମେ ୨୪ ତାରିଖ ସନ୍ଧ୍ୟା ପ୍ରାୟ ସାଢେ ୬ ଟାରେ ବାଇକ ଧକ୍କାରେ ଗୁରୁତର ଆହତ ହୋଇଥିଲେ। ବ୍ରହ୍ମପୁର ବଡ ଡାକ୍ତରଖାନା ରେ ଚିକିତ୍ସାଧିନ ଅବସ୍ଥାରେ ତାଙ୍କ ମୃତ୍ୟୁ ଘଟିଛି।ଦିଗପହଣ୍ଡି ଥାନା ଏଏସଆଇ ମନୋଜ ସିଂ ମୃତଦେହ ଜବତ କରି ବ୍ୟବଛେଦ କରାଇବା ପରେ ତାଙ୍କ ପରିବାର ଲୋକଙ୍କୁ ହସ୍ତାନ୍ତର କରିଛନ୍ତି। ଘଟଣା ଦିନ ଯୁଧିଷ୍ଠିର ଘରୁ ଚାଲି ଚାଲି ଗାଁ ବସଷ୍ଟାଣ୍ଡ କୁ ଯାଉଥିବା ବେଳେ ଏକ ବାଇକ (ନଂ. ଓଡ଼ି୦୭ ଏଏଫ୍- ୪୮୭୫) ପଛପଟୁ ଦୃତଗତି ରେ ଆସି ଧକ୍କା ଦେଇଥିଲା।ସେ ରାସ୍ତା ଉପରେ କଚାଡି ହୋଇ ପଡ଼ିଯାଇଥିଲେ।ତାଙ୍କୁ ଗୁରୁତର ଅବସ୍ଥାରେ ପ୍ରଥମେ ଦିଗପହଣ୍ଡି ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ର ରେ ଭର୍ତ୍ତି କରାଯାଇଥିଲା।ସେଠାରେ ପ୍ରାଥମିକ ଚିକିତ୍ସା ପରେ ଅବସ୍ଥା ଗୁରୁତର ଥିବାରୁ ତାଙ୍କୁ ସଙ୍କଟାପନ୍ନ ଅବସ୍ଥାରେ ବ୍ରହ୍ମପୁର ବଡ଼ ଡାକ୍ତରଖାନା କୁ ସ୍ଥାନାନ୍ତର କରାଯାଇଥିଲା।ସେଠାରେ ଚିକିତ୍ସାଧୀନ ଅବସ୍ଥାରେ ତାଙ୍କ ମୃତ୍ୟୁ ଘଟିଥିଲା।ଯୁଧିଷ୍ଠିର ଙ୍କ ସାନ ଭାଇ ଏଚ. ରାମ ରେଡ୍ଡୀ ଦିଗପହଣ୍ଡି ଥାନାରେ ଏତଲା ଦେବାପରେ ଆଇଆଇସି କିଶୋର କୁମାର ସାମଲ ମାମଲା ନଂ.୨୩୦/୨୬ ଭାରତୀୟ ନ୍ୟାୟ ସଂହିତା ର ଦଫା -୨୮୧/୧୦୬(୧) ଅନୁଯାୟୀ ମକଦ୍ଦମା ରୁଜୁ କରିଥିଲେ।


