ପଞ୍ଚାୟତ ସ୍ତରୀୟ ଯୁଗ୍ମ ଅଭିଯୋଗ ଶୁଣାଣି ଶିବିର

ଗାଙ୍ଗପୁର,(ସନ୍ତୋଷ କୁମାର ବିଷୋଇ):ବେଲଗୁଣ୍ଠା ବ୍ଳକ୍ ପାଇଲିପଡ଼ା ପଞ୍ଚାୟତରେ ଗଞ୍ଜାମ ଜିଲ୍ଲା ପ୍ରଶାସନର ସୌଜନ୍ୟରେ ପଞ୍ଚାୟତସ୍ତରୀୟ ଯୁଗ୍ମ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ ହୋଇଯାଇଛି। ଏହି ଅଭିଯୋଗ ଶୁଣାଣି କାର୍ଯ୍ୟକ୍ରମରେ ବେଲଗୁଣ୍ଠା ଗୋଷ୍ଠୀ ଉନ୍ନୟନ ଅଧିକାରୀ ସିଙ୍ଗିପୁରମ୍ ହରି, ତହସିଲଦାର କଳାକୃଷ୍ଣ ପ୍ରଧାନ, ଗାଙ୍ଗପୁର ଥାନା ଅଧିକାରୀ ବନ ବିହାରୀ ପ୍ରଧାନ ପ୍ରମୁଖ ଉପସ୍ଥିତ ରହି ଲୋକମାନଙ୍କ ଅଭିଯୋଗ ଶୁଣିଥିଲେ। ଶିବିରରେ ବିଶେଷ କରି ଭତ୍ତା,ଆବାସ ଯୋଜନା, ରାସନ୍ କାର୍ଡ,ପାନୀୟ ଜଳ ଭଳି ବିଭିନ୍ନ ବର୍ଗର ମୋଟ ୪୦ ଟି ଅଭିଯୋଗ ପତ୍ର ଗ୍ରହଣ କରାଯାଇଥିଲା ବେଳେ ୧୬ ଟି ଅଭିଯୋଗର ତ୍ୱରିତ ସମାଧାନ କରାଯାଇଥିଲା। ଅନ୍ୟ ସମସ୍ତ ଅଭିଯୋଗ ଗୁଡ଼ିକର ସମାଧାନ ପର୍ଯ୍ୟାୟକ୍ରମେ କରାଯିବ ବୋଲି ଉପସ୍ଥିତ ଅଧିକାରୀମାନେ ପ୍ରକାଶ କରିଥିଲେ। କାର୍ଯ୍ୟକ୍ରମରେ ଅନ୍ୟମାନଙ୍କ ମଧ୍ୟରେ ବେଲଗୁଣ୍ଠା ସହ କୃଷି ଅଧିକାରୀ ଶୈଳସୂତା ସାହୁ,ବରିଷ୍ଠ ଆଇନଜୀବି ସୀମାଞ୍ଚଳ ପୃଷ୍ଟିଙ୍କ ସମେତ ବିଭିନ୍ନ ଲାଇନ ବିଭାଗର କର୍ମଚାରୀ ମାନେ ଉପସ୍ଥିତ ଥିଲେ।

Spread the love

Leave a Reply

Your email address will not be published. Required fields are marked *

Advertisement

ଏବେ ଏବେ