ଚାମେଲିଙ୍କୁ ଭେଟିଲେ ପୂର୍ବତନ ସାଂସଦ ଅର୍ଚ୍ଚନା ନାୟକ

କେନ୍ଦ୍ରାପଡ଼ା,(ଚିତ୍ତ ରଞ୍ଜନ ଦାଶ):କେନ୍ଦ୍ରାପଡ଼ାର ପୂର୍ବତନ ସାଂସଦ ଅର୍ଚ୍ଚନା ନାୟକ ଚାମେଲିଙ୍କୁ ମଙ୍ଗଳବାର ଡାକ୍ତରଖାନାରେ ଭେଟି ତାଙ୍କ ସ୍ୱାସ୍ଥ୍ୟାବସ୍ଥା ପଚାରି ବୁଝିଛନ୍ତି। ତାଙ୍କୁ ଉପଯୁକ୍ତ ଚିକିତ୍ସା କରିବା ପାଇଁ ଡାକ୍ତରଖାନା କର୍ତ୍ତୃପକ୍ଷଙ୍କୁ ଅନୁରୋଧ କରିଛନ୍ତି। ତାଙ୍କ ସ୍ୱାସ୍ଥ୍ୟାବସ୍ଥା ପୂର୍ବ ଅପେକ୍ଷା ଭଲ ରହିଥିବା ଡାକ୍ତରଖାନା ପକ୍ଷରୁ ତାଙ୍କୁ ସୂଚନା ଦିଆଯାଇଥିଲା। ଏହି ପ୍ରସଙ୍ଗରେ ସେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝି ଓ ଦଳର ରାଜ୍ୟ ସଭାପତି ମନମୋହନ ସାମଲଙ୍କୁ ଭେଟିବେ। ସରକାର ଏହି ପ୍ରସଙ୍ଗରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରୁଛନ୍ତି। ଗତକାଲି ଜଣଙ୍କୁ ଗିରଫ କରାଯାଇଛି। ଯେଉଁମାନେ ବାସ୍ତବିକ ଅଭିଯୁକ୍ତ ସେମାନେ ନିଶ୍ଚିତ ଭାବେ ଗିରଫ ହେବା ଉଚିତ। ଯେଉଁମାନେ ଭୁଲ କରିଛନ୍ତି ସରକାର ସେମାନଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବେ। ଲୋକେ ସରକାରଙ୍କ ଉପରେ ଭରସା ରଖିବା ଉଚିତ ବୋଲି ଶ୍ରୀମତୀ ନାୟକ କହିଛନ୍ତି।

Spread the love

Leave a Reply

Your email address will not be published. Required fields are marked *

Advertisement

ଏବେ ଏବେ