ଜିଲ୍ଲାପାଳଙ୍କ ଯୁଗ୍ମ ଅଭିଯୋଗ ଶୁଣାଣି  

ରାୟଗଡ଼ା , ( ଯୋଗେଶ୍ୱର ଦାସ ): ରାୟଗଡ଼ା ଜିଲ୍ଲା ପ୍ରଶାସନ ପକ୍ଷରୁ ବିଷମକଟକ ପଞ୍ଚାୟତ ସମିତି କାର୍ଯାଳୟ ଠାରେ ଯୁଗ୍ମ ଅଭିଯୋଗ ଶୁଣାଣୀ ଅନୁଷ୍ଠିତ ହୋଇଯାଇଛି । ରାୟଗଡ଼ା ଜିଲ୍ଲାପାଳ ଶ୍ରୀ ଆଶୁତୋଷ କୁଲକର୍ଣ୍ଣିଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଶୁଣାଣି ଶିବିରରେ ଉପଜିଲ୍ଲାପାଳ ଗୁଣପୁର ଶ୍ରୀ ଦୁଧାଳ ଅଭିଷେକ ଦିଲ୍ଲୀପ, ଜିଲ୍ଲା ମୁଖ୍ୟ ଚିକିତ୍ସା ତଥା ଜନସ୍ୱାସ୍ଥ୍ୟ ଅଧିକାରୀ ଡ଼ଃ ନଗେନ୍ଦ୍ରନାଥ ମହାପାତ୍ର, ବନଖଣ୍ଡ ଅଧିକାରୀ ଶ୍ରୀ ସଚିନ ଅନାସାହେବ ଓହଲ ଉପସ୍ଥିତ ରହି ଜନସାଧାରଣଙ୍କୁ ବିଭିନ୍ନ ଅଭିଯୋଗ ଶୁଣାଣି କରିଥିଲେ l ମୋଟ ୧୦୦ ଟି ଅଭିଯୋଗ ଜିଲ୍ଲାପାଳ ଗ୍ରହଣ କରିଥିଲେ । ସେଥି ମଧ୍ୟରୁ ୮୪ଟି ବ୍ୟକ୍ତିଗତ ଅଭିଯୋଗ ଥିଲା ବେଳେ ୧୪ଗୋଟି ଗ୍ରାମ ବାସୀ ମାନଙ୍କର ସାମୂହିକ ଅଭିଯୋଗ ଥିଲା l ଏହି ଅଭିଯୋଗ ଶିବିରରେ ବିଶେଷକରି ଆବାସ ଯୋଜନାରେ ଘର, ସ୍ବାସ୍ଥ୍ୟଗତ ସମସ୍ୟା, ଜମାଜମା, ପାରିବାରିକ ସମସ୍ୟା , ଜଳସେଚନ, ଭତ୍ତା, ରାସ୍ତା ନିର୍ମାଣ, ପୋଲ ନିର୍ମାଣ ଓ ଅଙ୍ଗନବାଡି ଗୃହ ନିର୍ମାଣ ସହ ଅନ୍ୟାନ୍ୟ ସମସ୍ୟା ଅଭିଯୋଗ ପଞ୍ଜିକୃତ ହୋଇଥିଲା । ଏହି ଅଭିଯୋଗ ଶୁଣାଣିରେ ରେଡକ୍ରସ ପାଣ୍ଠିରୁ ୧୫,୦୦୦ ଟଙ୍କା ୨ ଜଣ ଅଭିଯୋଗକାରୀଙ୍କୁ ଦିଆଯାଇଥିଲା। ଜିଲ୍ଲାପାଳ ଆଜିର ଅଭିଯୋଗ ଗୁଡିକୁ ପାଇଲା ପରେ ବିଭାଗୀୟ ଅଧିକାରୀ ମାନଙ୍କୁ ତୁରନ୍ତ ଫଇସଲା ନିମନ୍ତେ ନିର୍ଦ୍ଦେଶ ଦେଇଥିଲେ ଓ ବିଭିନ୍ନ ବିଭାଗୀୟ ଅଧିକାରୀ ମାନେ ଯୋଗ ଦେଇ ଜନସାଧାରଣଙ୍କର ବିଭିନ୍ନ ଅଭିଯୋଗର ସମାଧାନ କରିଥିଲେ।

Spread the love

Leave a Reply

Your email address will not be published. Required fields are marked *

Advertisement

ଏବେ ଏବେ