ଅବସରପ୍ରାପ୍ତ ଶିକ୍ଷକଙ୍କ ପରଲୋକ

ବନ୍ତ,(ଚାନ୍ଦିନୀ ମହାନ୍ତି) : ବନ୍ତ ବ୍ଲକ ଛୟାଳସିଂହସ୍ଥିତ ଖଗେଶ୍ୱର ମଇ ବିଦ୍ୟାଳୟର ଅବସରପ୍ରାପ୍ତ ଶିକ୍ଷକ ତଥା ଗଣିଜାଙ୍ଗ ପଞ୍ଚାୟତ ବିନାୟକପୁର ଗ୍ରାମର ପୁରୁଷୋତ୍ତମ ଦାସ(୭୭)ଙ୍କର ବୁଧବାର ସନ୍ଧ୍ୟାରେ ପରଲୋକ ଘଟିଛି । ଖବର ପାଇ ବହୁ ଶିକ୍ଷକ, ପୁରାତନ ଛାତ୍ରଛାତ୍ରୀ ଓ ବହୁ ମାନ୍ୟଗଣ୍ୟ ବ୍ୟକ୍ତି ତାଙ୍କ ବାସଭବନରେ ପହଞ୍ôଚ ଶେଷ ଦର୍ଶନ କରିବା ସହିତ ମର ଶରୀରରେ ପୁଷ୍ପମାଲ୍ୟ ଅର୍ପଣ କରିଥିଲେ । ପରେ ତାଙ୍କ ମର ଶରୀରକୁ ଶୋଭାଯାତ୍ରାରେ ନିଆଯାଇ ଅନ୍ତିମ ସତ୍କାର କରାଯାଇଥିଲା । ପୁଅ ପ୍ରଫୁଲ୍ଲ ମୁଖାଗ୍ନି ଦେଇଥିଲେ । ସେ ଜଣେ ସରଳ, କର୍ତ୍ତବ୍ୟନିଷ୍ଠ ଓ ଛାତ୍ରବତ୍ସଳ ଆଦର୍ଶ ଶିକ୍ଷକ ଥିଲେ । ତାଙ୍କ ବିୟୋଗରେ ସମଗ୍ର ଅଞ୍ଚଳରେ ଶୋକର ଛାୟା ଖେଳି ଯାଇଛି ।

Spread the love

Leave a Reply

Your email address will not be published. Required fields are marked *

Advertisement

ଏବେ ଏବେ