ହାଇସ୍କୁଲ ପକ୍ଷରୁ ବନ ମହୋତ୍ସବ ସପ୍ତାହ

ବୁଗୁଡ଼ା,(ଅନୀଲ କୁମାର ମହାରଣା) : ଗଞ୍ଜାମ ଜିଲ୍ଲାର ବୁଗୁଡ଼ା ବ୍ଲକ୍ ଅନ୍ତର୍ଗତ ପିଏମଶ୍ରୀ ସର୍ଦ୍ଦାର ଅନ୍ତର୍ଯ୍ୟାମୀ ଉଚ୍ଚ ବିଦ୍ୟାଳୟ ପକ୍ଷରୁ ୦୬/୭/୨୬ ତାରିଖ ଦିନ ବନ ମହୋତ୍ସବ ସପ୍ତାହ ପାଳିତ ହୋଇଯାଇଛି । ଶିକ୍ଷାନୁଷ୍ଠାନର ପ୍ରଧାନ ଶିକ୍ଷୟତ୍ରୀ  ସରୋଜିନୀ ହାଁସଦା ବୃକ୍ଷ ରୋପଣ କାର୍ଯ୍ୟକ୍ରମର ଶୁଭାରମ୍ଭ କରି ଛାତ୍ରଛାତ୍ରୀ ବୃନ୍ଦଙ୍କୁ ବୃକ୍ଷର ଉପକାରିତା ଓ ପରିବେଶ ସୁରକ୍ଷା ବିଷୟରେ ସଚେତନତା କରାଇଥିଲେ । ଏହି କାର୍ଯ୍ୟକ୍ରମରେ ଅତିଥି ଭାବେ ବରିଷ୍ଠ ସମାଜସେବୀ ତଥା ଶିକ୍ଷାବିତ ଗୋପାଳ ଚନ୍ଦ୍ର ନାୟକ, ସ୍ଥାନୀୟ ସରପଞ୍ଚ ଡି.ଚାନ୍ଦିନୀ ଆଚାରୀ , ଜିଲ୍ଲା ପରିଷଦ ସଦସ୍ୟା ଚାନ୍ଦିନୀ ନାୟକ, ଦକ୍ଷିଣ ଘୁମୁସର ବନ ଖଣ୍ଡ ଅନ୍ତର୍ଗତ ବୁଗୁଡ଼ା ବନାଞ୍ଚଳର ବନପାଳ ସୁଧୀର କୁମାର ପଟ୍ଟନାୟକ ଏବଂ ବନରକ୍ଷୀ ଦଣ୍ଡପାଣି ଶବର ଓ ଯଶସ୍ଵୀନି ସାହୁ ଯୋଗଦେଇ ବୃକ୍ଷ ରୋପଣ ଓ ତାହାର ଯତ୍ନ ନେବାକୁ ପରାମର୍ଶ ଦେଇଥିଲେ।ବିଦ୍ୟାଳୟ ର ସମସ୍ତ ଶିକ୍ଷକ ଓ ଶିକ୍ଷୟତ୍ରୀ ବନ ମହୋତ୍ସବ କାର୍ଯ୍ୟକ୍ରମରେ ସହଯୋଗ କରିଥିଲେ ।

Spread the love

Leave a Reply

Your email address will not be published. Required fields are marked *

Advertisement

ଏବେ ଏବେ