ବ୍ରହ୍ମପୁର ବିଶ୍ୱବିଦ୍ୟାଳୟର ସିନେଟ୍‍ ସଭ୍ୟ ହେଲେ ଆସିକା ବିଧାୟକ ସରୋଜ

ଆସିକା (ୱାଇଏନ୍‍ଏସ୍‍) : ବ୍ରହ୍ମପୁର ବିଶ୍ୱବିଦ୍ୟାଳୟର ସିନେଟ୍‍ ସଭ୍ୟ ଭାବେ ଆସିକା ବିଧାୟକ ସରୋଜ କୁମାର ପାଢୀଙ୍କୁ ମନୋନୀତ କରାଯାଇଥିବା ଜଣାପଡିଛି । ଓଡିଶା ସରକାରଙ୍କ ଉଚ୍ଚ ଶିକ୍ଷା ବିଭାଗ ପକ୍ଷରୁ ପ୍ରକାଶିତ ବିଜ୍ଞପ୍ତି ଅନୁଯାୟୀ ଆସିକା ବିଧାୟକ ସରୋଜ କୁମାର ପାଢୀଙ୍କୁ ବ୍ରହ୍ମପୁର ବିଶ୍ୱବିଦ୍ୟାଳୟର ସିିନେଟ୍‍ ସଭ୍ୟ ରୂପେ ମନୋନୀତ କରାଯାଇଥିବା ଖବର ଜଣାପଡିବା ପରେ ଶୁଭେଚ୍ଛୁ ଓ ସମର୍ଥକଙ୍କ ମହଲରେ ଖୁସି ଓ ଆନନ୍ଦର ଲହରୀ ଖେଳିଯାଇଥିବା ଲକ୍ଷ୍ୟ କରାଯାଇଛି । ବ୍ରହ୍ମପୁର ବିଶ୍ୱବିଦ୍ୟାଳୟର ସିନେଟ୍‍ ସଭ୍ୟ ରୂପେ ଆସିକା ବିଧାୟକ ସରୋଜ କୁମାର ପାଢୀଙ୍କୁ ମନୋନୀତ କରାଯାଇଥିବାରୁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ, ଓଡିଶା ବିଧାନସଭାର ବାଚଷ୍ପତି ସୁରମା ପାଢୀ, ଉଚ୍ଚଶିକ୍ଷା ମନ୍ତ୍ରୀ ସୂର୍ଯ୍ୟବଂଶୀ ସୁରଜଙ୍କୁ ବରିଷ୍ଠ ବିଜେପି ନେତା ନିରଞ୍ଜନ ମହାନ୍ତି ଓ ଶିବ କୁମାର ନାୟକ ଏବଂ ବିଜୟ କୁମାର ସ୍ୱାଇଁଙ୍କ ସମେତ ବହୁ ଦଳୀୟ ନେତା କୃତଜ୍ଞତା ଜ୍ଞାପନ କରିଥିବା ଜଣାପଡିଛି । ବ୍ରହ୍ମପୁର ବିଶ୍ୱବିଦ୍ୟାଳୟର ନବନିଯୁକ୍ତ ସିନେଟ୍‍ ସଭ୍ୟ ଆସିକା ବିଧାୟକ ସରୋଜ କୁମାର ପାଢୀଙ୍କୁ ବରିଷ୍ଠ ବିଜେପି ନେତା ନିରଞ୍ଜନ ମହାନ୍ତି ଓ ଶିବ କୁମାର ନାୟକ ଏବଂ ବିଜୟ କୁମାର ସ୍ୱାଇଁ ଅଭିନନ୍ଦନ ଓ ଶୁଭେଚ୍ଛା ଜଣାଇଥିବା ଲକ୍ଷ୍ୟ କରାଯାଇଛି ।

Spread the love

Leave a Reply

Your email address will not be published. Required fields are marked *

Advertisement

ଏବେ ଏବେ