ସଂସ୍କୃତ ମହାବିଦ୍ୟାଳୟରେ ଚାରାରୋପଣ କାର୍ଯ୍ୟକ୍ରମ

ଆସିକା (ୱାଇଏନ୍‍ଏସ୍‍):  ୭୭ତମ ବନ ମହୋତ୍ସବ ସପ୍ତାହ ପାଳନ ଅବସରରେ ପରିବେଶର ସୁରକ୍ଷା ଲାଗି ଆସିକା ସହରର ଅତି ପୁରାତନ ମେକ୍‍ ମାଇକେଲ୍‍ ସଂସ୍କୃତ ସ୍ନାତକ ମହାବିଦ୍ୟାଳୟ ପରିସରରେ ଶିକ୍ଷାନୁୁଷ୍ଠାନର ଜାତୀୟ ସେବା ଯୋଜନା ପକ୍ଷରୁ ଏକ ମେଗା ଚାରାରୋପଣ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ଆସିକା ମେକ୍‍ ମାଇକେଲ୍‍ ସଂସ୍କୃତ ସ୍ନାତକ ମହାବିଦ୍ୟାଳୟ ଏବଂ ମେକ୍‍ ମାଇକେଲ୍‍ ସଂସ୍କୃତ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟର ଅଧ୍ୟକ୍ଷ ବାବାନାଥ ମିଶ୍ର ଯୋଗଦେଇ ଚାରାରୋପଣ କାର୍ଯ୍ୟକ୍ରମର ଲକ୍ଷ୍ୟ ଓ ଆଭିମୁଖ୍ୟ ଉପରେ ଆଲୋକପାତ କରିବା ସାଙ୍ଗକୁ ଜଙ୍ଗଲ ଓ ପ୍ରକୃତି ସୁରକ୍ଷା, ଚାରା ରୋପଣର ଆବଶ୍ୟକତା, ଗଛ ଲଗାଇବା ଓ ତାର ଯତ୍ନ ନେବା, ବୃକ୍ଷର ମାନବ ସମାଜ ପ୍ରତି ଅବଦାନ ଉପରେ ଆଲୋକପାତ କରିଥିଲେ। ଏହି ଅବସରରେ ମେକ୍‍ ମାଇକେଲ୍‍ ସଂସ୍କୃତ ସ୍ନାତକ ମହାବିଦ୍ୟାଳୟର ପରିବେଶକୁ ସବୁଜ ବନାନୀରେ ପରିଣତ କରିବା ନିମନ୍ତେ କରଂଜ, କଦମ୍ବ, ନୀଳଗିରି, ବାଦାମ୍‍, କୃଷ୍ଣଚୁଡା, ଅଁଳା, ଆକାଶିଆ, ନିମ୍ବ ସମେତ ବିଭିନ୍ନ କିସମର ଔଷଧିୟ ଓ ଛାୟା ପ୍ରଦାନକାରୀ ଚାରା ରୋପଣ କରାଯାଇଥିଲା ବେଳେ ପରିବେଶର ସୁରକ୍ଷା ଲାଗି ଅଧିକରୁ ଅଧିକ ଚାରା ରୋପଣ କରି ସେଗୁଡିକ ଯେପରି ବଞ୍ଚି ରହିପାରିବ ସେ ସଂକ୍ରାନ୍ତରେ ସଚେତନତା ସୃଷ୍ଟି କରାଯାଇଥିଲା । ମେକ୍‍ ମାଇକେଲ୍‍ ସଂସ୍କୃତ ସ୍ନାତକ ମହାବିଦ୍ୟାଳୟ ପରିସରରେ ଅନୁଷ୍ଠିତ ମେଗା ଚାରାରୋପଣ କାର୍ଯ୍ୟକ୍ରମକୁ ସୁପରିଚାଳନା କରିବା ଦିଗରେ ଶିକ୍ଷାନୁଷ୍ଠାନର ଅଧ୍ୟାପିକା କବିତା କୁମାରୀ ଦାଶ, ଅଧ୍ୟାପକ ଶିଶିର କୁମାର ମିଶ୍ର, କିରାଣୀ ଟୁନା ମହାରଣା, କର୍ମଚାରୀ ପ୍ରଦୀପ କୁମାର ଷଡଙ୍ଗୀ ପ୍ରମୁଖ ସହଯୋଗ କରିଥିଲା ବେଳେ ଏହି କାର୍ଯ୍ୟକ୍ରମରେ ବହୁ ବିଦ୍ୟାର୍ଥୀ ଉପସ୍ଥିତ ଥିବା ଲକ୍ଷ୍ୟ କରାଯାଇଥିଲା।

Spread the love

Leave a Reply

Your email address will not be published. Required fields are marked *

Advertisement

ଏବେ ଏବେ