ପଣ୍ଡିତ ଉତ୍କଳମଣିଙ୍କ ଶ୍ରାଦ୍ଧୋତ୍ସବ ପାଳିତ
ଆସିକା (ୱାଇଏନ୍ଏସ୍): ଯୁବପିଢୀ ପଣ୍ଡିତ ଉତ୍କଳମଣି ଗୋପବନ୍ଧୁ ଦାସଙ୍କ ନୀତି ଓ ଆଦର୍ଶରେ ଅନୁପ୍ରାଣିତ ହେବାକୁ ଆସିକା ବ୍ଳକ ଅନ୍ତର୍ଗତ ଗୁଣ୍ଠପଡା ଗ୍ରାମ ସ୍ଥିତ ଜଗଦଳପୁର ଉଚ୍ଚ ବିଦ୍ୟାଳୟରେ ମଙ୍ଗଳବାର ଅନୁଷ୍ଠିତ ପୁଣ୍ୟାତ୍ମା ଉତ୍କଳମଣି ପଣ୍ଡିତ ଗୋପବନ୍ଧୁ ଦାସଙ୍କ ୯୮ତମ ଶ୍ରାଦ୍ଧୋତ୍ସବ ପାଳନ କାର୍ଯ୍ୟକ୍ରମରେ ଶିକ୍ଷାନୁଷ୍ଠାନର ପ୍ରଧାନଶିକ୍ଷକ ନାରାୟଣ ମହାପାତ୍ର ମତବ୍ୟକ୍ତ କରିଥିବା ଜଣାପଡିଛି । ଆସିକା ବ୍ଳକ ଅନ୍ତର୍ଗତ ଗୁଣ୍ଠପଡା ଗ୍ରାମ ସ୍ଥିତ ଜଗଦଳପୁର ଉଚ୍ଚ ବିଦ୍ୟାଳୟ ପରିସରରେ ମଙ୍ଗଳବାର ପୁଣ୍ୟାତ୍ମା ଉତ୍କଳମଣି ଗୋପବନ୍ଧୁ ଦାସଙ୍କ ୯୮ତମ ଶ୍ରାଦ୍ଧ ଦିବସ ପାଳନ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ଏହି କାର୍ଯ୍ୟକ୍ରମରେ ଜଗଦଳପୁର ହାଇସ୍କୁଲ ଗୁଣ୍ଠପଡାର ପ୍ରଧାନଶିକ୍ଷକ ନାରାୟଣ ମହାପାତ୍ର, ସହକାରୀ ଶିକ୍ଷକ ସୁଶିଲ୍ ମୋହନ ପାତ୍ର, ସହକାରୀ ଶିକ୍ଷୟିତ୍ରୀ ସୁନିତା ପରିଚ୍ଛା, ଇଶ୍ୱରୀ ମହାପାତ୍ର, ମନ୍ଦାକିନୀ ପ୍ରଧାନ, ସନ୍ଧ୍ୟାରାଣୀ ବେହେରା, ରୁଦ୍ରପ୍ରସାଦ ସେଠୀ, ସୁନିଲ୍ ସେଠୀ, ଜି.ଆନନ୍ଦ ପାତ୍ର, କର୍ମଚାରୀ ଆଶାଲତା ପ୍ରଧାନ, ପ୍ରଶାନ୍ତ କୁମାର ମୁନି, ନୀଳମାଧବ ସ୍ୱାଇଁ ପ୍ରମୁଖ ଯୋଗଦେଇ ଉତ୍କଳମଣି ପଣ୍ଡିତ ଗୋପବନ୍ଧୁ ଦାସଙ୍କ ପ୍ରତିମୂର୍ତ୍ତିରେ ପୁଷ୍ପମାଲ୍ୟାର୍ପଣ କରି ଭକ୍ତିପୂତ ଶ୍ରଦ୍ଧାଞ୍ଜଳୀ ଜ୍ଞାପନ କରିଥିଲେ । ଜଗଦଳପୁର ଉଚ୍ଚ ବିଦ୍ୟାଳୟ ଗୁଣ୍ଠପଡା ପରିସରରେ ଉତ୍କଳମଣି ପଣ୍ଡିତ ଗୋପବନ୍ଧୁ ଦାସଙ୍କ ଶ୍ରାଦ୍ଧଦିବସ ପାଳନ କାର୍ଯ୍ୟକ୍ରମରେ ଶିକ୍ଷାନୁଷ୍ଠାନର ପ୍ରଧାନଶିକ୍ଷକ ନାରାୟଣ ମହାପାତ୍ର ଯୋଗଦେଇ ବିଶିଷ୍ଟ ସ୍ୱାଧୀନତା ସଂଗ୍ରାମୀ, କବି, ଲେଖକ, ସମାଜ ସଂସ୍କାରକ, ସାହିତ୍ୟିକ ଉତ୍କଳମଣି ପଣ୍ଡିତ ଗୋପବନ୍ଧୁ ଦାସଙ୍କ ଜୀବନୀ ଓ ତ୍ୟାଗ ଉପରେ ଆଲୋକପାତ କରିବା ସାଙ୍ଗକୁ ତାଙ୍କର ତ୍ୟାଗ ଓ ନିଷ୍ଠା ଭଳି ମହନୀୟ ଗୁଣ ଗୁଡିକୁ ଯୁବପିଢୀ ଓ ଛାତ୍ରଛାତ୍ରୀ ଅନୁସରଣ କରିବାକୁ ଆହ୍ୱାନ କରିଥିବା ଦେଖିବାକୁ ମିଳିଥିଲା । ଏହି କାର୍ଯ୍ୟକ୍ରମରେ ଶିକ୍ଷାନୁଷ୍ଠାନର ଛାତ୍ରଛାତ୍ରୀ ଓ ଶିକ୍ଷକ ଶିକ୍ଷୟିତ୍ରୀ ଉପସ୍ଥିତ ଥିବା ଦେଖିବାକୁ ମିଳିଥିଲା ।


