ଆସନ୍ତା ସୋମବାର ଜିଲ୍ଲାପାଳଙ୍କ ଯୁଗ୍ମ ଜନ ଅଭିଯୋଗ ଶୁଣାଣି
କଟକ,(ଓ୍ବାଇଏନଏସ): ଜୁଲାଇ ୨୦ ତାରିଖ ସୋମବାର ଜିଲ୍ଲାପାଳଙ୍କ କାର୍ଯ୍ୟାଳୟସ୍ଥିତ ଓସୱାନ କକ୍ଷଠାରେ ଜିଲ୍ଲାପାଳଙ୍କ ଯୁଗ୍ମ ଜନ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ ହେବ । ଏହି ଅଭିଯୋଗ ଶୁଣାଣି ଶିବିର ସକାଳ ୧୦ ଘଟିକା ସମୟରେ ଆରମ୍ଭ ହୋଇ ଅପରାହ୍ନ ୧ ଘଟିକା ପର୍ଯ୍ୟନ୍ତ ଚାଲିବ । ଅଭିଯୋଗକାରୀମାନେ ଏହି ସମୟରେ ଉପସ୍ଥିତ ରହି ନିଜ ଅଭିଯୋଗଗୁଡିକ ପଞ୍ଜିକରଣ କରି ପାଳି ଆସିବା ପର୍ଯ୍ୟନ୍ତ ଅପେକ୍ଷା କରିବା ସହ ଶୃଙ୍ଖଳିତ ଭାବେ ଅଭିଯୋଗ ଶୁଣାଣିରେ ଭାଗ ନେବାକୁ ଜିଲ୍ଲା ପ୍ରଶାସନ ପକ୍ଷରୁ ଅନୁରୋଧ କରାଯାଇଛି । ଏହି ଶିବିରରେ ଜିଲ୍ଲାପାଳ ଏବଂ ଅନ୍ୟାନ୍ୟ ଜିଲ୍ଲାସ୍ତରୀୟ ବିଭାଗୀୟ ଅଧିକାରୀମାନେ ଉପସ୍ଥିତ ରହି ଲୋକଙ୍କ ଅଭିଯୋଗର ଶୁଣାଣି କରିବେ । ଏଥିସହ ଜିଲ୍ଲାର ବିଭିନ୍ନ ପଞ୍ଚାୟତ ସ୍ତରରେ ହେଉଥିବା ଜନ ଅଭିଯୋଗ ଶୁଣାଣିଗୁଡିକ ମଧ୍ୟ ସକାଳ ୧୦ ଘଟିକାଠାରୁ ୧ ଘଟିକା ପର୍ଯ୍ୟନ୍ତ ଅନୁଷ୍ଠିତ ହେବ ।


