ଜିଲ୍ଳାପାଳଙ୍କ ଯୁଗ୍ମ ଜନ ଅଭିଯୋଗ ଶୁଣାଣି

କଟକ,(ଓ୍ବାଇଏନଏସ): କିଶନନଗର ତହସିଲ କାର୍ଯ୍ୟାଳୟଠାରେ ଆଜି ଜିଲ୍ଲାପାଳଙ୍କ ଯୁଗ୍ମ ଜନ ଅଭିଯୋଗ ଶୁଣାଣି ଅନୁଷ୍ଠିତ ହୋଇଯାଇଛି । ଜିଲ୍ଲାପାଳ ଓ ଜିଲ୍ଲା ମାଜିଷ୍ଟ୍ରେଟ,ଶ୍ରୀ ଦତ୍ତାତ୍ରୟ ଭାଉସାହେବ ଶିନ୍ଦେଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଏହି ଯୁଗ୍ମ ଜନ ଅଭିଯୋଗ ଶୁଣାଣିରେ ସମୁଦାୟ ୫୪ଟି ଅଭିଯୋଗ ହସ୍ତଗତ ହୋଇଥିଲା । ତନ୍ମଧ୍ୟରେ ୫୨ଟି ବ୍ୟକ୍ତିଗତ ଅଭିଯୋଗ ଏବଂ ୦୨ ଗୋଟି ସାମୁହିକ ଅଭିଯୋଗ ରହିଥିଲା । ଅଭିଯୋଗ ଶୁଣାଣି ଶିବିରରେ ୦୫ଟି ଅଭିଯୋଗର ତ୍ୱରିତ ସମାଧାନ ନିମନ୍ତେ ବିହିତ ପଦକ୍ଷେପ ଗ୍ରହଣ କରାଯାଇଥିଲା । ଏହି ଅଭିଯୋଗ ଶୁଣାଣି କାଳରେ ଅତିରିକ୍ତ ଜିଲ୍ଲାପାଳ ଶ୍ରୀ କମଲଜିତ୍ ଦାସ, ମୁଖ୍ୟ ଉନ୍ନୟନ ଅଧିକାରୀ ତଥା ନିର୍ବାହୀ ଅଧିକାରୀ ଜିଲ୍ଲା ପରିଷଦ,ଶ୍ରୀ ପ୍ରଶାନ୍ତ କୁମାର ନାୟକ, ଅତିରିକ୍ତ ଆରକ୍ଷୀ ଅଧୀକ୍ଷକ, ଶ୍ରୀ ପ୍ରଦୀପ କୁମାର ସାହୁ,କଟକ ସଦର ଉପଜିଲ୍ଳାପାଳ, ଶ୍ରୀ ଦିବ୍ୟଜ୍ୟୋତି ସ୍ମୃତି ରଞ୍ଜନ ଦେଓଙ୍କ ସମେତ ଅନ୍ୟାନ୍ୟ ବିଭାଗୀୟ ଅଧିକାରୀ ଓ ଯନ୍ତ୍ରୀମାନେ ଉପସ୍ଥିତ ଥିଲେ । ସ୍ଥାନୀୟ ଲୋକମାନଙ୍କର ଉପସ୍ଥିତିରେ ପାନୀୟ ଜଳ, ବାର୍ଦ୍ଧକ୍ୟ ଭତ୍ତା, ଭିନ୍ନକ୍ଷମ ଭତ୍ତା, ସ୍ୱାସ୍ଥ୍ୟ, ଶିକ୍ଷା, କୃଷି, ପ୍ରାଣୀ ସମ୍ପଦ ଆଦି ସମ୍ପର୍କିତ ବିଭିନ୍ନ ପଞ୍ଜିକୃତ ଅଭିଯୋଗର ଶୁଣାଣି ପରେ ତୁରନ୍ତ କାର୍ଯ୍ୟାନୁଷ୍ଠାନ ନିମନ୍ତେ ବିଭିନ୍ନ ଅଧିକାରୀ ଓ ଯନ୍ତ୍ରୀମାନଙ୍କୁ ନିର୍ଦ୍ଦେଶ ଦିଆଯାଇଛି । ଏଠାରେ ସୂଚନାଯୋଗ୍ୟ ଆସନ୍ତା ୩ତାରିଖରେ ଡମପଡା ବ୍ଲକ କାର୍ଯ୍ୟାଳୟଠାରେ ଯୁଗ୍ମ ଜନ ଅଭିଯୋଗ ଶୁଣାଣି ଅନୁଷ୍ଠିତ ହେବ ।

Spread the love

Leave a Reply

Your email address will not be published. Required fields are marked *

Advertisement

ଏବେ ଏବେ