ଗୁରୁବାର ଭଦ୍ରକ ଜିଲାର ସମସ୍ତ ବିଦ୍ୟାଳୟ ଓ ଅଙ୍ଗନବାଡି କେନ୍ଦ୍ର ବନ୍ଦ
ଭଦ୍ରକ,(ଚାନ୍ଦିନୀ ମହାନ୍ତି) : ଭଦ୍ରକ ଜିଲାରେ ସୃଷ୍ଟି ହୋଇଥିବା ବନ୍ୟା ପରିସ୍ଥିତି ଏବଂ ଲଗାତର ବର୍ଷାକୁ ଦୃଷ୍ଟିରେ ରଖି ଜିଲାପାଳ ତଥା ଜିଲା ମାଜିଷ୍ଟ୍ରେଟ ଦିଲୀପ ରାଉତରାଏଙ୍କ ନିର୍ଦ୍ଦେଶକ୍ରମେ ଗୁରୁବାର ଜିଲାର ସମସ୍ତ ସରକାରୀ, ସରକାରୀ ଅନୁଦାନପ୍ରାପ୍ତ, ବେସରକାରୀ ବିଦ୍ୟାଳୟ ସମେତ ସମସ୍ତ ଅଙ୍ଗନବାଡି କେନ୍ଦ୍ରରେ ପାଠପଢ଼ା ସ୍ଥଗିତ ରଖାଯାଇଛି। ତେବେ ସମସ୍ତ ବିଦ୍ୟାଳୟର ଶିକ୍ଷକ, ଶିକ୍ଷୟିତ୍ରୀ ଏବଂ ଶିକ୍ଷା କର୍ମଚାରୀ ମାନେ ଯେକୌଣସି ଜରୁରୀ ପରିସ୍ଥିତିର ମୁକାବିଲା ପାଇଁ ସଜାଗ ରହିବେ ଏବଂ ପ୍ରଶାସନର ଆବଶ୍ୟକତା ଅନୁଯାୟୀ ସେମାନେ ତୁରନ୍ତ ଦାୟିତ୍ୱ ପାଳନ କରିବେ ବୋଲି ଜିଲା ପ୍ରଶାସନ ପକ୍ଷରୁ ସୂଚନା ମିଳିଛି l


