ଶ୍ରମିକଙ୍କୁ ହତ୍ୟା ଉଦ୍ୟମ ଘଟଣା ଅଭିଯୁକ୍ତ ଗିରଫ

ଦିଗପହଣ୍ଡି,(ଅଳକ ନାଥ ମିଶ୍ର): ସାନଖେମୁଣ୍ଡି ବ୍ଲକ ପ୍ରତାପଗିରି ଗ୍ରାମର କଂସ ଜେନା  ଗ୍ରାମର ଶ୍ରମିକ ସୁନୀଲ ଗୌଡ଼ ଙ୍କୁ ହତ୍ୟା ଉଦ୍ୟମ କରିଥିବା ଅଭିଯୋଗରେ ପାଟପୁର ପୋଲିସ ଶନିବାର ଅଭିଯୁକ୍ତ କଂସ ଙ୍କୁ ଗିରଫ କରି ସାନଖେମୁଣ୍ଡି ଗ୍ରାମ୍ୟ ନ୍ୟାୟାଳୟ କୁ ଚାଲାଣ କରିଛନ୍ତି।ଥାନା ମାମଲା ନଂ.୨୧୯/୨୬ ଅନୁଯାୟୀ ଜାମିନ ଆବେଦନ ଖାରଜ ହେବାରୁ ଅଭିଯୁକ୍ତଙ୍କୁ ଦିଗପହଣ୍ଡି ସବ ଜେଲ ହାଜତକୁ ପଠାଇ ଦିଆଯାଇଛି। ଦିନ ମଜୁରିଆ ଶ୍ରମିକ ସୁନୀଲ ଙ୍କୁ କାମ କରିବା ପାଇଁ ଗତ ଶୁକ୍ରବାର କଂସ ଡ଼କାଇଥିଲେ।ସେ କାମ ଅଛି କହି ମନା କରିବାରୁ କଂସ କୌଶଳ କରି ତାଙ୍କୁ ଡାକି ନେଇଥିଲେ।ଉଭୟଙ୍କ ମଧ୍ୟରେ ବଚସା ହୋଇଥିଲା। ଏଥିରେ ଉତ୍ତେଜିତ ହୋଇ କଂସ  ଅପରାହ୍ନ ପ୍ରାୟ ୧ ଟାରେ ତାଙ୍କୁ ଗୋଡ଼ାଇ ଗୋଡ଼ାଇ ଠେଙ୍ଗା ରେ  ମରଣାନ୍ତକ ଆକ୍ରମଣ କରିଥିଲେ। ଠେଙ୍ଗା ମାଡ଼ ରେ ତାଙ୍କ ବାମ ହାତ ଭାଙ୍ଗି ଯାଇଥିଲା। ଏନେଇ ଏତଲା ହେବା ପରେ ଆଇଆଇସି ଦୀପ୍ତି ରଞ୍ଜନ ବେହେରା ଅଭିଯୁକ୍ତ ଙ୍କ ବିରୋଧରେ ମକଦ୍ଦମା ରୁଜୁ କରିଥିଲେ। ତଦନ୍ତକାରୀ ଅଧିକାରୀ ଏସ.ଆଇ ଶ୍ରୀନିବାସ ଦାସ  ଅଭିଯୁକ୍ତ ଙ୍କୁ ଗିରଫ କରି କୋର୍ଟ ଚାଲାଣ କରିଥିବା ଜଣାପଡିଛି।

Spread the love

Leave a Reply

Your email address will not be published. Required fields are marked *

Advertisement

ଏବେ ଏବେ