ଜିଲ୍ଲା ଶିକ୍ଷା କାର୍ଯ୍ୟାଳୟରେ ସ୍ୱାଧୀନତା ଦିବସ

କେନ୍ଦ୍ରାପଡ଼ା, (ଚିତ୍ତ ରଞ୍ଜନ ଦାଶ):କେନ୍ଦ୍ରାପଡା ଜିଲ୍ଲା ଶିକ୍ଷା କାର୍ଯ୍ୟାଳୟରେ ୮୦ତମ ସ୍ୱାଧୀନତା ଦିବସ ପାଳିତ ହୋଇଯାଇଛି। ଏହି ଉପଲକ୍ଷେ ଅନୁଷ୍ଠିତ ଉତ୍ସବରେ ଜିଲ୍ଲା ଶିକ୍ଷାଧିକାରୀ ପବିତ୍ର ମୋହନ ବାରିକ ଯୋଗଦେଇ ଜାତୀୟ ପତାକା ଉତ୍ତୋଳନ କରି କାର୍ଯ୍ୟାଳୟ ପରିସରରେ ଥିବା ଜାତିର ପିତା ମହାତ୍ମାଗାନ୍ଧୀଙ୍କ ପ୍ରତିମୂର୍ତ୍ତିରେ ପୁଷ୍ପମାଲ୍ୟ ଅର୍ପଣ ଶ୍ରଦ୍ଧାଞ୍ଜଳୀ ଜ୍ଞାପନ କରିଥିଲେ। ଏହି ଅବସରରେ ଜିଲ୍ଲା ଶିକ୍ଷାଧିକାରୀ ଶ୍ରୀ ବାରିକ କହିଥିଲେ ଯେ ଆମ ଦେଶକୁ ପରାଧୀନତାର ଶୃଙ୍ଖଳରୁ ମୁକ୍ତ କରି ସ୍ୱାଧୀନତା ପ୍ରଦାନ କରିଥିବା ସେହି ମହା ମନିଷୀମାନଙ୍କ ସଂଗ୍ରାମକୁ ଆମେ କେଭେବି ବୁଲିବା ଉଚିତ ନୁହେଁ। ତେଣୁ ସେହି ସଂଗ୍ରାମୀମାନଙ୍କ ଆଦର୍ଶରେ ଅନୁପ୍ରାଣିତ ହୋଇ ଆମେ ଲୋକମାନଙ୍କୁ ସେବା ପ୍ରଦାନରେ କେଭେବି ଅବହେଳା ନକରିବାକୁ ଆଜି ଶପଥ ନେବା। ଏହି କାର୍ଯ୍ୟକ୍ରମରେ ଅତିରିକ୍ତ ଜିଲ୍ଲା ଶିକ୍ଷାଧିକାରୀ ସ୍ୱାଗତିକା ସ୍ୱାଇଁ, ଶୁଭସ୍ମିତା ତ୍ରିପାଠୀ, ଦିପ୍ତିମୟୀ ନାୟକ, ଜିଲ୍ଲା ଶାରିରୀକ ଶିକ୍ଷା ଅଧିକାରୀ ସ୍ମିତାପ୍ରତିଭା ସାହୁଙ୍କ ସମେତ କାର୍ଯ୍ୟାଳୟର କର୍ମଚାରୀମାନେ ଉପସ୍ଥିତ ଥିଲେ।

Spread the love

Leave a Reply

Your email address will not be published. Required fields are marked *

Advertisement

ଏବେ ଏବେ