ଜିଲ୍ଲାସ୍ତରୀୟ ଜାତୀୟ କ୍ରୀଡ଼ା ଦିବସ ପାଳିତ

ପାରଳାଖେମୁଣ୍ଡି,(ତାରିଣୀ ପ୍ରସାଦ ପଣ୍ଡା): ମହାନ ହକି ଖେଳାଳି ତଥା ଭାରତୀୟ କ୍ରୀଡ଼ା ଜଗତର କିମ୍ବଦନ୍ତୀ ମେଜର ଧ୍ୟାନଚାନ୍ଦଙ୍କ ଜନ୍ମଜୟନ୍ତୀ ଅବସରରେ   ଜିଲ୍ଲାସ୍ତରୀୟ ଜାତୀୟ କ୍ରୀଡ଼ା ଦିବସ ପାଳିତ ହୋଇଯାଇଛି। ଜିଲ୍ଲାରେ ଆଜି  ୨୮ ଅଗଷ୍ଟ ରିଖଠାରୁ ୩୦ ତାରିଖ ପର୍ଯ୍ୟନ୍ତ ବିଭିନ୍ନ କ୍ରୀଡ଼ାଭିତ୍ତିକ କାର୍ଯ୍ୟକ୍ରମ ଆୟୋଜନ କରାଯାଉଛି। ଏହି ତିନିଦିନିଆ କାର୍ଯ୍ୟକ୍ରମର ପ୍ରଥମ ଦିନ ଅର୍ଥାତ୍ ଅଗଷ୍ଟ ୨୮ ତାରିଖକୁ ‘ଟ୍ରିବ୍ୟୁଟ୍’ ଦିବସ ଭାବେ ପାଳନ କରାଯାଇଥିଲା।ଏହି ଅବସରରେ ମୁଖ୍ୟ ଉନ୍ନୟନ ଅଧିକାରୀ ତଥା କାର୍ଯ୍ୟନିର୍ବାହୀ ଅଧିକାରୀ, ଜିଲ୍ଲାପରିଷଦ ଶ୍ରୀ ଦୟାମୟ ପାଢ଼ୀ ମୁଖ୍ୟ ଅତିଥି ଭାବେ ଯୋଗଦେଇ କାର୍ଯ୍ୟକ୍ରମର ଉଦ୍‌ଘାଟନ କରିଥିଲେ। ସମ୍ମାନିତ ଅତିଥି ଭାବେ ଡେପୁଟି କଲେକ୍ଟର ଶ୍ରୀ ବିନାୟକ ରାଉଳ, ଜିଲ୍ଲା ଶାରୀରିକ ଶିକ୍ଷା ଅଧିକାରୀ ଶ୍ରୀ ସୁରେନ୍ଦ୍ର ପାତ୍ର, ବିଶିଷ୍ଟ କ୍ରୀଡ଼ାବିତ୍ ଶ୍ରୀ କିଶୋର ରଥ ଏବଂ କ୍ରୀଡ଼ାପ୍ରେମୀ ତଥା କବି ଶ୍ରୀ ବିଚିତ୍ରାନନ୍ଦ ବେବର୍ତ୍ତା ଯୋଗଦେଇଥିଲେ। ଅତିଥିମାନେ ମହାନ ହକି ଖେଳାଳି ମେଜର ଧ୍ୟାନଚାନ୍ଦଙ୍କ ଫଟୋଚିତ୍ରରେ ପୁଷ୍ପମାଲ୍ୟ ଅର୍ପଣ କରି ତାଙ୍କର ଅମର କ୍ରୀଡ଼ା ପ୍ରତିଭା ଓ ଦେଶ ପାଇଁ ଅବଦାନକୁ ସ୍ମରଣ କରିଥିଲେ। ଏହି ଅବସରରେ ଅତିଥିମାନେ କହିଥିଲେ ଯେ, ଯୁବପିଢ଼ିଙ୍କ ମଧ୍ୟରେ କ୍ରୀଡ଼ା ପ୍ରତି ଆଗ୍ରହ ବୃଦ୍ଧି କରିବା, ଫିଟନେସ୍ ଓ ଶାରୀରିକ ସୁସ୍ଥତା ସମ୍ପର୍କରେ ସଚେତନତା ସୃଷ୍ଟି କରିବା ସହ ମେଜର ଧ୍ୟାନଚାନ୍ଦଙ୍କ ମହାନ କ୍ରୀଡ଼ା ଅବଦାନକୁ ସ୍ମରଣ କରିବା ହେଉଛି ଏହି ଆୟୋଜନର ମୁଖ୍ୟ ଉଦ୍ଦେଶ୍ୟ। ନିୟମିତ କ୍ରୀଡ଼ା ଓ ଶାରୀରିକ ବ୍ୟାୟାମ ଯୁବପିଢ଼ିଙ୍କୁ ସୁସ୍ଥ, ଶୃଙ୍ଖଳିତ ଓ ଆତ୍ମବିଶ୍ୱାସୀ କରିବାରେ ସହାୟକ ହୋଇଥାଏ ବୋଲି ସେମାନେ ମତବ୍ୟକ୍ତ କରିଥିଲେ। କାର୍ଯ୍ୟକ୍ରମରେ ଅଂଶଗ୍ରହଣ କରିଥିବା ଜାତୀୟସ୍ତରୀୟ କ୍ରୀଡ଼ାବିତ୍‌ମାନଙ୍କୁ ପ୍ରମାଣପତ୍ର ପ୍ରଦାନ ସହ ସମ୍ମାନିତ କରାଯାଇଥିଲା। ଏହାଦ୍ୱାରା ଜିଲ୍ଲାର ପ୍ରତିଭାବାନ କ୍ରୀଡ଼ାବିତ୍‌ମାନଙ୍କୁ ଉତ୍ସାହିତ କରିବା ସହ ଆଗାମୀ ଦିନରେ କ୍ରୀଡ଼ା କ୍ଷେତ୍ରରେ ଅଧିକ ସଫଳତା ହାସଲ ପାଇଁ ପ୍ରେରଣା ଯୋଗାଇବାର ପ୍ରୟାସ କରାଯାଇଛି। ଜିଲ୍ଲାସ୍ତରୀୟ ଜାତୀୟ କ୍ରୀଡ଼ା ଦିବସ ପାଳନ କାର୍ଯ୍ୟକ୍ରମକୁ ଭାରପ୍ରାପ୍ତ ଜିଲ୍ଲା କ୍ରୀଡ଼ା ଅଧିକାରୀ ଶ୍ରୀ ତ୍ରିନାଥ ସାହୁଙ୍କ ସଂଯୋଜନାରେ ସମସ୍ତ କାର୍ଯ୍ୟକ୍ରମ ଆୟୋଜନ କରାଯାଇଥିଲା।
Spread the love

Leave a Reply

Your email address will not be published. Required fields are marked *

Advertisement

ଏବେ ଏବେ