ନନ୍ଦିପଦା ଥାନା ଅଞ୍ଚଳର ଘଟଣା: ୧୬ ବର୍ଷୀୟା ନାବାଳିକାଙ୍କ ପ୍ରସବ, ଜନ୍ମ ଦେଲେ କନ୍ୟା ସନ୍ତାନ

ହାଟଡିହି, (ଓ୍ବାଇଏନଏସ): ହାଟଡିହି ବ୍ଲକ ଅନ୍ତର୍ଗତ ନନ୍ଦିପଦା ଥାନା ଅଞ୍ଚଳରେ ଜଣେ ୧୬ ବର୍ଷୀୟା ନାବାଳିକା କନ୍ୟା ସନ୍ତାନ ଜନ୍ମ ଦେଇଥିବା ଘଟଣା ଚର୍ଚ୍ଚାର ବିଷୟ ହୋଇଛି। ନାବାଳିକାଙ୍କୁ ପ୍ରଥମେ ଆନନ୍ଦପୁର ଉପଖଣ୍ଡ ଡାକ୍ତରଖାନାରେ ଭର୍ତ୍ତି କରାଯାଇଥିଲା। ସେଠାରେ ଡାକ୍ତରଙ୍କ ପରାମର୍ଶକ୍ରମେ ତାଙ୍କୁ ଅଧିକ ଚିକିତ୍ସା ପାଇଁ କେନ୍ଦୁଝର ଜିଲ୍ଲା ମୁଖ୍ୟ ଡାକ୍ତରଖାନାକୁ ରେଫର କରାଯାଇଥିଲା। ସେଠାରେ ଏକ କନ୍ୟା ସନ୍ତାନକୁ ଜନ୍ମ ଦେଇଛି ନାଁ ବାଳିକା।  କେନ୍ଦୁଝର ଜିଲ୍ଲା ମୁଖ୍ୟ ଡାକ୍ତରଖାନା ପକ୍ଷରୁ  ସୂଚନା ପାଇ  ଘଟଣା ସମ୍ପର୍କରେ ନନ୍ଦିପଦା ଥାନାରେ ୩୩୧/୨୦୨୬ରେ ଏକ ମାମଲା ରୁଜୁ ହୋଇଛି। ନାବାଳିକା ଗର୍ଭବତୀ ହେବାର ପରିସ୍ଥିତି ଓ ଏହା ପଛରେ କାହାର ସମ୍ପୃକ୍ତି ରହିଛି, ସେନେଇ ପୋଲିସ ପକ୍ଷରୁ ତଦନ୍ତ ଆରମ୍ଭ ହୋଇଛି। ଘଟଣାର ସମସ୍ତ ପାର୍ଶ୍ୱକୁ ଯାଞ୍ଚ କରିବା ସହ ସମ୍ପୃକ୍ତ ବ୍ୟକ୍ତିଙ୍କ ବିରୋଧରେ ଆଇନାନୁଯାୟୀ ପଦକ୍ଷେପ ନେବା ପାଇଁ ପୋଲିସ ତନାଘନା ଚଳାଇଛି।

Spread the love

Leave a Reply

Your email address will not be published. Required fields are marked *

Advertisement

ଏବେ ଏବେ