ଜିଲ୍ଲାପାଳ ଏବଂ ଉପ ଜିଲ୍ଲାପାଳଙ୍କ ବନ୍ୟା ପ୍ରଭାବିତ ଅଞ୍ଚଳ ପରିଦର୍ଶନ

ବାଲେଶ୍ବର(ସରୋଜ ପଣ୍ଡା): ଆଜି ବାଲେଶ୍ୱର ଜିଲ୍ଲାପାଳ ଶ୍ରୀଯୁକ୍ତ ସୂର୍ଯ୍ୟବଂଶୀ ମୟୂର ବିକାଶ ଏବଂ ଉପ ଜିଲ୍ଲାପାଳ ଶ୍ରୀଯୁକ୍ତ ଶିବ ମାଲବ୍ୟ ଭୋଗରାଇ ଓ ବାଲିଆପାଳ ବ୍ଲକ୍‌ର ବନ୍ୟା ପ୍ରଭାବିତ ଅଞ୍ଚଳ ପରିଦର୍ଶନ କରି ସ୍ଥଳସ୍ତରର ପରିସ୍ଥିତି ଅନୁଧ୍ୟାନ କରିଛନ୍ତି। ସେମାନେ ଚାଲୁଥିବା ଉଦ୍ଧାର ଓ ରିଲିଫ୍ କାର୍ଯ୍ୟର ତଦାରଖ କରିବା ସହ ବନ୍ୟା ପ୍ରଭାବିତ ପରିବାରମାନଙ୍କୁ ରନ୍ଧା ଖାଦ୍ୟ ଯୋଗାଇ ଦେଉଥିବା ମାଗଣା ରୋଷେଇଘରଗୁଡ଼ିକର କାର୍ଯ୍ୟକାରିତା ସମୀକ୍ଷା କରିଥିଲେ। ପରିଦର୍ଶନ ସମୟରେ ଜିଲ୍ଲାପାଳ ଓ ଉପଜିଲ୍ଲାପାଳ ବନ୍ୟା ପ୍ରଭାବିତ ଲୋକମାନଙ୍କ ସହ ସିଧାସଳଖ ଆଲୋଚନା କରି ସେମାନଙ୍କର ସମସ୍ୟା ଓ ଅଭିଯୋଗ ଶୁଣିଥିଲେ ଏବଂ ସେମାନଙ୍କର ତୁରନ୍ତ ଆବଶ୍ୟକତାଗୁଡ଼ିକର ଆକଳନ କରିଥିଲେ।
Spread the love

Leave a Reply

Your email address will not be published. Required fields are marked *

Advertisement

ଏବେ ଏବେ