ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକଙ୍କୁ ଭେଟି ଆଶିର୍ବାଦ ନେଲେ ସୁସଂଗଠିକା ଅନିମା

ଆସିକା (ୱାଇଏନ୍‍ଏସ୍‍) :ବିଜେଡି ସୁପ୍ରିମୋ ତଥା ବିରୋଧୀ ଦଳ ନେତା ପୂର୍ବତନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ଭେଟି ଆଶୀର୍ବାଦ ନେଇଛନ୍ତି ଆସିକା ବିଧାନସଭା ନିର୍ବାଚନ ମଣ୍ଡଳୀର ବରିଷ୍ଠ ବିଜେଡି ନେତ୍ରୀ ତଥା ଗଞ୍ଜାମ ଜିଲ୍ଲା ବିଜୁ ମହିଳା ଜନତା ଦଳର କାର୍ଯ୍ୟକାରୀ ସଭାନେତ୍ରୀ ଜିଲ୍ଲା ପରିଷଦ ସଦସ୍ୟା ଶ୍ରୀମତୀ ଅନିମା ପରିଡା । ବିଜୁ ଜନତା ଦଳର ରାଜ୍ୟ ସଭାପତି ନବୀନ ପଟ୍ଟନାୟକଙ୍କ ଅନୁମୋଦନକ୍ରମେ ଗଞ୍ଜାମ ଜିଲ୍ଲା ବିଜୁ ମହିଳା ଜନତା ଦଳର କାର୍ଯ୍ୟକାରୀ ସଭାନେତ୍ରୀ ରୂପେ ଗତ କିଛି ଦିନ ତଳେ ନିଯୁକ୍ତି ପାଇଥିବା ସୁସଂଗଠିକା ଜିଲ୍ଲା ପରିଷଦ ସଦସ୍ୟା ଶ୍ରୀମତୀ ଅନିମା ପରିଡାଙ୍କୁ ବିଭିନ୍ନ ମହଲରୁ ଶୁଭେଚ୍ଛା ଓ ଅଭିନନ୍ଦନର ସୁଅ ଛୁଟୁଥିବା ଦେଖିବାକୁ ମିଳୁଛି । ଗଞ୍ଜାମ ଜିଲ୍ଲା ବିଜୁ ମହିଳା ଜନତା ଦଳର ନବନିଯୁକ୍ତ କାର୍ଯ୍ୟକାରୀ ସଭାନେତ୍ରୀ ଶ୍ରୀମତୀ ଅନିମା ପରିଡା ଭୂବନେଶ୍ୱର ନବୀନ ନିବାସରେ ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକଙ୍କୁ ଭେଟିି ଆଶୀର୍ବାଦ ଭିକ୍ଷା କରିବା ସାଙ୍ଗକୁ ତାଙ୍କ ଉପରେ ଆସ୍ଥା ଓ ବିଶ୍ୱାସ ପ୍ରକଟ କରି ଏହି ଗୁରୁ ଦାୟିତ୍ୱ ଦେଇଥିବାରୁ କୃତଜ୍ଞତା ଜ୍ଞାପନ କରିଥିଲେ । ଏହି ଅବସରରେ ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ ବିଜୁ ମହିିଳା ଜନତା ଦଳର ଗଞ୍ଜାମ ଜିଲ୍ଲାରେ ସାଙ୍ଗଠନିକ ସ୍ଥିତି ଉପରେ ବିସ୍ତୃତ ଭାବେ ପଚାରି ବୁଝିବା ସାଙ୍ଗକୁ ତୃଣମୂଳ ସ୍ତରରେ ସଂଗଠନକୁ ସୁଦୃଢ କରିବା ସହ ଲୋକଙ୍କ ସେବା ଜାରି ରଖିବା ଓ ସାଧାରଣ ଲୋକଙ୍କ ସମସ୍ୟାର ସମାଧାନ ଦିଗରେ ପ୍ରୟାସ ଜାରି ରଖିବାକୁ ଗଞ୍ଜାମ ଜିଲ୍ଲା ବିଜୁ ମହିଳା ଜନତା ଦଳର କାର୍ଯ୍ୟକାରୀ ସଭାନେତ୍ରୀ ଶ୍ରୀମତୀ ଅନିମା ପରିଡାଙ୍କୁ ପରାମର୍ଶ ଦେଇଥିବା ଜଣାପଡିଛି । ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକଙ୍କ ଅନୁମୋଦନକ୍ରମେ ବିଜୁ ମହିଳା ଜନତା ଦଳର କାର୍ଯ୍ୟକାରୀ ସଭାନେତ୍ରୀ ରୂପେ ନିଯୁୁକ୍ତି ପାଇଥିବା ଜିଲ୍ଲା ପରିଷଦ ସଦସ୍ୟା ଶ୍ରୀମତୀ ଅନିମା ପରିଡାଙ୍କ ଦୀର୍ଘ ଦିନର ସାଙ୍ଗଠନିକ ଦକ୍ଷତା ସାଙ୍ଗକୁ ଆସିକା ବିଧାନସଭା ନିର୍ବାଚନ ମଣ୍ଡଳୀର ପୂର୍ବତନ ବିଧାୟିକା ଶ୍ରୀମତୀ ମଂଜୁଳା ସ୍ୱାଇଁଙ୍କ ମାର୍ଗଦର୍ଶନରେ ଦଳର ସଂଗଠନ ଆସିକା ବିଧାନସଭା ନିର୍ବାଚନ ମଣ୍ଡଳୀରେ ଆହୁରି ସୁଦୃଢ ହେବ ବୋଲି ରାଜନୈତିକ ପର୍ଯ୍ୟବେକ୍ଷକ ମହଲରେ ଆଲୋଚିତ ହେଉଥିବା ଲକ୍ଷ୍ୟ କରାଯାଉଛି

Spread the love

Leave a Reply

Your email address will not be published. Required fields are marked *

Advertisement

ଏବେ ଏବେ