ଜିଲ୍ଲାସ୍ତରୀୟ ହକି ଓ ହ୍ୟାଣ୍ଡବଲ୍ ଚୟନ କାର୍ଯ୍ୟକ୍ରମ

ପାରଳାଖେମୁଣ୍ଡି (ତାରିଣୀ ପ୍ରସାଦ ପଣ୍ଡା ): ଗଜପତି ଜିଲ୍ଲା ରାୟଗଡ ଠାରେ ଥିବା ସରକାରୀ ଏସ୍ଏସଡି ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ଖେଳ ପଡିଆ ଠାରେ ଜିଲ୍ଲା ଶିକ୍ଷା କାର୍ଯ୍ୟାଳୟ ତରଫରୁ ଜିଲ୍ଲାସ୍ତରୀୟ ହକି ଓ ହ୍ୟାଣ୍ଡବଲ୍ ଚୟନ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଛି। ଏହି କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ସ୍ଥାନୀୟ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟର ଅଧ୍ୟକ୍ଷା ଶ୍ରୀମତୀ ରାଜେଶ୍ବରୀ ମହାନ୍ତି ଓ ପ୍ରଧାନ ଶିକ୍ଷକ ଶ୍ରୀ ସୁରେଶ କୁମାର ସାହୁକାର, ଜିଲ୍ଲା ଶାରୀରିକ ଶିକ୍ଷା ଅଧିକାରୀଙ୍କ ସହ ରାୟଗଡ଼ ଉଚ୍ଚ ବିଦ୍ୟାଳୟର ପ୍ରଧାନ ଶିକ୍ଷକ ଶ୍ରୀ ମନୋଜ କୁମାର ବେହେରା,କରଡାସି ଉଚ୍ଚ ବିଦ୍ୟାଳୟର ପ୍ରଧାନ ଶିକ୍ଷକ ଶ୍ରୀ ସଂଜିବ କୁମାର ଗମାଙ୍ଗ, ନିଳମଣୀ ଉଚ୍ଚ ବିଦ୍ୟାଳୟ ର ପ୍ରଧାନ ଶିକ୍ଷୟିତ୍ରୀ ଶ୍ରୀମତୀ ଜୟନ୍ତୀ ଶବର ଉପସ୍ଥିତ ରହିବା ସହ କ୍ରୀଡ଼ା ଚୟନ ରେ ଭାଗ ନେଇଥିବା କ୍ରୀଡ଼ାବିତ୍ ମାନଙ୍କୁ ଉସ୍ଛାହିତ କରିଥିଲେ। ଏହି କାର୍ଯ୍ୟକ୍ରମ ରେ ଉଭୟ ବାଳକ ଓ ବାଳିକା ହକି ଓ ହ୍ୟାଣ୍ଡବଲ୍ ଦଳ ଚୟନ ହେବାର କାର୍ଯ୍ୟକ୍ରମ ରହିଛି। ଏହି କାର୍ଯ୍ୟକ୍ରମ ରେ ମୋଟ ୨୭୬ଜଣ କ୍ରୀଡ଼ାବିତ୍ ଓ ୨୬ ଜଣ ବିଭିନ୍ନ ବିଦ୍ୟାଳୟ ର କ୍ରୀଡ଼ା ଶିକ୍ଷକ ଉପସ୍ଥିତ ଥିଲେ। ଭୁଷୁକୁଡି ଉଚ୍ଚ ବିଦ୍ୟାଳୟ ର କ୍ରୀଡ଼ା ଶିକ୍ଷକ ଶ୍ରୀ କିଶୋର ସାମଲ କାର୍ଯ୍ୟକ୍ରମ ପରିଚାଳନା କରିଥିବା ବେଳେ ଶେଷରେ ନୀଳମଣି ଉଚ୍ଚ ବିଦ୍ୟାଳୟ ର କ୍ରୀଡ଼ା ଶିକ୍ଷକ ଶ୍ରୀ ପ୍ରୀୟଦର୍ଶୀ ମିଶ୍ର ଧନ୍ୟବାଦ ଅର୍ପଣ କରିଥିଲେ। ସୁଚନା ଯୋଗ୍ୟ ଏହି ମାସର ତୃତୀୟ ସପ୍ତାହରେ ରାଜ୍ୟ ସ୍ତରୀୟ ଚାମ୍ପିୟନସିପ୍ ସୂଦୂର ଯାଜପୁର ଓ ବାଲେଶ୍ଵର ଠାରେ ଅନୁଷ୍ଠିତ ହେବ ।

Spread the love

Leave a Reply

Your email address will not be published. Required fields are marked *

Advertisement

ଏବେ ଏବେ