ବିଜେଡି ଜିଲ୍ଲା ସଭାପତି ବିକ୍ରମ ପଣ୍ଡାଙ୍କୁ ସ୍ୱାଗତ ସମ୍ବର୍ଦ୍ଧନା

ଆସିକା (ୱାଇଏନ୍‍ଏସ୍‍): ଗଞ୍ଜାମ ଜିଲ୍ଲା ବିଜୁ ଜନତା ଦଳର ସଭାପତି ତଥା ପୂର୍ବତନ ବିଧାୟକ ବିକ୍ରମ ପଣ୍ଡା ଜମିନ୍‍ରେ ଜେଲ୍‍ରୁ ବାହାରିବା ପରେ ସପରିବାର ଭଂଜନଗର କୁଲାଡ ସ୍ଥିତ ଅଧିଷ୍ଟାତ୍ରୀ ଦେବୀ ମା ବ୍ୟାଘ୍ରଦେବୀଙ୍କ ପୀଠରେ ପହଞ୍ଚି ପୂଜାର୍ଚ୍ଚନା ଓ ଦର୍ଶନ ସମେତ ଅନ୍ୟାନ୍ୟ କାର୍ଯ୍ୟକ୍ରମରେ ଯୋଗଦେଇ ଫେରିବା ବେଳେ ଆସିକା ବିଧାନସଭା ନିର୍ବାଚନ ମଣ୍ଡଳୀ ବିଜୁ ଜନତା ଦଳ ପକ୍ଷରୁ ଉଚ୍ଛ୍ୱସିତ ଭବ୍ୟ ସ୍ୱାଗତ ସମ୍ବର୍ଦ୍ଧନା ଜ୍ଞାପନ କରାଯାଇଥିବା ଦେଖିବାକୁ ମିଳିଥିଲା । ଆସିକା ବିଧାନସଭା ନିର୍ବାଚନ ମଣ୍ଡଳୀର ପୂର୍ବତନ ବିଧାୟିକା ଶ୍ରୀମତୀ ମଂଜୁଳା ସ୍ୱାଇଁ ଏବଂ ଗଞ୍ଜାମ ଜିଲ୍ଲା ଯୁବ ବିଜେଡି ସଭାପତି ନଚିକେତା ସ୍ୱାଇଁ ପରାମର୍ଶକ୍ରମେ ସ୍ଥାନୀୟ ବିଜୁ ଜନତା ଦଳ କାର୍ଯ୍ୟାଳୟରେ ଅନୁଷ୍ଠିତ ସ୍ୱାଗତ ସମ୍ବର୍ଦ୍ଧନା କାର୍ଯ୍ୟକ୍ରମରେ ବିଜୁ ମହିଳା ଜନତା ଦଳର ଜିଲ୍ଲା କାର୍ଯ୍ୟକାରୀ ସଭାନେତ୍ରୀ ତଥା ଜିଲ୍ଲା ପରିଷଦ ସଦସ୍ୟା ଶ୍ରୀମତୀ ଅନିମା ପରିଡା, ବିଜୁ ଯୁବ ଜନତା ଦଳର ରାଜ୍ୟ ଉପସଭାପତି ତଥା ଜିଲ୍ଲା ପରିଷଦ ସଦସ୍ୟ ବି.ମନୋଜ କୁମାର ଦୋରା, ଆସିକା ବ୍ଳକର ପୂର୍ବତନ ଅଧ୍ୟକ୍ଷ ତଥା ଆସିକା ବିଧାନସଭା ନିର୍ବାଚନ ମଣ୍ଡଳୀର ବରିଷ୍ଠ ବିଜେଡି ନେତା ସୂର୍ଯ୍ୟକାନ୍ତ ପରିଡା, ବିଜେଡି ନେତା ଅଜୟ କୁମାର ମହାରଣା, ଦିଲୀପ କୁମାର ପାଣିଗ୍ରାହୀ, ଅନିଲ୍‍ କୁମାର ନାୟକ, ଅଜିତ୍‍ କୁମାର ଚୌଧୁରୀ, ସନ୍ତୋଷ କୁମାର ନାୟକ, ଜିତେନ୍ଦ୍ର କୁମାର ବିଷୋୟୀ, ରଂଜନ କୁମାର ବିଷୋୟୀ, ଜୟସେନ ସ୍ୱାଇଁ, ମାନସ ରଂଜନ ଗୌଡ, ଜିତେନ୍ଦ୍ର କୁମାର ମହାରଣା, ବିମଳ ପ୍ରଧାନ, ସାଇରାଜ ଦଳେଇ, ପ୍ରଣବ କୁମାର ପାଢୀ, ଟୁକୁନା ନାହାକ, ବାପିନା ଜେନା, ଭଗବାନ ବିଶ୍ୱାଳଙ୍କ ସମେତ ବହୁ ଦଳୀୟ ନେତା ଉପସ୍ଥିତ ରହି ବିଜୁ ଜନତା ଦଳର ଜିଲ୍ଲା ସଭାପତି ତଥା ପୂର୍ବତନ ବିଧାୟକ ବିକ୍ରମ ପଣ୍ଡାଙ୍କୁ ପୁଷ୍ପଗୁଚ୍ଛ ଓ ଉତ୍ତରୀୟ ପ୍ରଦାନ ପୂର୍ବକ ଭବ୍ୟ ସ୍ୱାଗତ ସମ୍ବର୍ଦ୍ଧନା ଜ୍ଞାପନ କରିଥିବା ଲକ୍ଷ୍ୟ କରାଯାଇଥିଲା । ବିଜୁ ଜନତା ଦଳର ଗଞ୍ଜାମ ଜିଲ୍ଲା ସଭାପତି ତଥା ପୂର୍ବତନ ବିଧାୟକ ବିକ୍ରମ ପଣ୍ଡା ଆସିକା ବିଧାନସଭା ନିର୍ବାଚନ ମଣ୍ଡଳୀର ଦଳୀୟ ନେତାମାନଙ୍କ ସହ ଦଳର ସାଙ୍ଗଠନିକ ସ୍ଥିତିକୁ ଆହୁରି ସୁଦୃଢ କରିବାକୁ ପରାମର୍ଶ ଦେବା ସାଙ୍ଗକୁ ବିଜେଡି ସୁୁପ୍ରିମୋ ନବୀନ ପଟ୍ଟନାୟକଙ୍କ ହାତମୁଠାକୁ ଟାଣ କରି ଏକ ମନ ଏକ ପ୍ରାଣରେ କାର୍ଯ୍ୟ କରି ଆଗାମୀ ପଞ୍ଚାୟତ, ପୌର ଓ ସମବାୟ ନିର୍ବାଚନ ପାଇଁ ଏବେଠୁ ପ୍ରସ୍ତୁତ ହୋଇ ରହିବା ସାଙ୍ଗକୁ ଲୋକଙ୍କ ସେବା ଜାରି ରଖିବା ସହ ସାଧାରଣ ଲୋକଙ୍କ ବିଭିନ୍ନ ସମସ୍ୟାର ସମାଧାନ ପାଇଁ ପ୍ରୟାସ କରିବାକୁ ପରାମର୍ଶ ଦେଇଥିବା ଦେଖିବାକୁ ମିଳିଥିଲା । ବିଜୁ ଜନତା ଦଳର ଗଞ୍ଜାମ ଜିଲ୍ଲା ସଭାପତି ତଥା ପୂର୍ବତନ ବିଧାୟକ ବିକ୍ରମ ପଣ୍ଡାଙ୍କୁ ଆସିକାରେ ଉଚ୍ଛ୍ୱସିତ ସ୍ୱାଗତ ସମ୍ବର୍ଦ୍ଧନା ଜ୍ଞାପନ କରାଯାଇଥିଲା ।

Spread the love

Leave a Reply

Your email address will not be published. Required fields are marked *

Advertisement

ଏବେ ଏବେ