ଜିଲ୍ଲାପାଳଙ୍କ ମିଳିତ ଜନ ଶୁଣାଣି ଶିବି

ଧାମନଗର (ଓ୍ବାଇଏନଏସ): ଧାମନଗର ବ୍ଳକ ଅନ୍ତର୍ଗତ ଅସୁରାଳି  ପଞ୍ଚାୟତ କାର୍ଯ୍ୟାଳୟ କକ୍ଷ ପରିସରଠାରେ ସୋମବାର ଜିଲ୍ଲାପାଳଙ୍କ ମିଳିତ ଅଭିଯୋଗ ଜନ ଶୁଣାଣି ଅନୁଷ୍ଠିତ ହୋଇଯାଇଛି। ଜିଲ୍ଲାପାଳ ସୋମେଶ ଉପାଧ୍ୟାୟଙ୍କ ଅଧ୍ୟକ୍ଷତାରେ ଆୟୋଜିତ ଏହି ପ୍ରକୋଷ୍ଠରେ ଅତିରିକ୍ତ ଜିଲ୍ଲାପାଳ ସରୋଜ କୁମାର ଦତ୍ତ,ଉପଜିଲ୍ଲାପାଳ ସୌରଭ ଚକ୍ରବର୍ତ୍ତୀ,ଅତିରିକ୍ତ ଆରକ୍ଷୀ ଅଧିକାରିଣୀ ଗାୟତ୍ରୀ ପ୍ରଧାନ,ଧାମନଗର ବିଡିଓ ବନବିହାରୀ ଦିଣ୍ଡା,ଜିଲ୍ଲା ମୁଖ୍ୟ ଚିକିତ୍ସାଧିକାରୀ ପ୍ରମୋଦ ପ୍ରହରାଜ,ଧାମନଗର ତହସିଲଦାର ଜ୍ଞାନରଞ୍ଜନ ସାହୁ,ଏନ ଏ ସି ନିର୍ବାହୀ ଅଧିକାରୀ ସନ୍ତୋଷ କୁମାର ନାୟକଙ୍କ ସମେତ ବିଭିନ୍ନ ବିଭାଗର ଜିଲ୍ଲାସ୍ତରୀୟ ଅଧିକାରୀ ଜନଶୁଣାଣୀ କରିଥିଲେ। ଏହି ଶୁଣାଣିରେ ମୋଟ ୧୬୪ଟି ଅଭିଯୋଗ ଗ୍ରହଣ କରାଯାଇଥିଲା। ଏଥିରୁ ୧୫୦ଟି ବ୍ୟକ୍ତିଗତ ସମସ୍ୟା ସମ୍ବନ୍ଧୀୟ ଥିବାବେଳେ ୧୨ଟି ଗ୍ରାମୀଣ ସମସ୍ୟା ସମ୍ବନ୍ଧୀୟ ଓ ରେଡ କ୍ରଶ ଅଧିନସ୍ଥ ୨ଟି ଅଭିଯୋଗ ରହିଥିଲା। ଶୁଣାଣି ସମୟରେ ୨୨ଟି ଅଭିଯୋଗର ସ୍ଥଳୀୟ ସମାଧାନ କରାଯାଇଥିବାବେଳେ ଜିଲ୍ଲା ରେଡକ୍ରସ ପାଣ୍ଠି ମାଧ୍ୟମରେ ୨ଜଣ ଅସହାୟ ଆବେଦନକାରିଙ୍କୁ ମୋଟ ୬,୦୦୦/- ଟଙ୍କା ମଞ୍ଜୁର ସହ ପ୍ରଦାନ କରାଯାଇଛି।ପରବର୍ତ୍ତୀ ସମୟରେ ଶବିଭିନ୍ନ ବିଭାଗ ସମ୍ପର୍କିତ ଅଭିଯୋଗ ଉପରେ ଜିଲ୍ଲାପାଳଙ୍କ ସମେତ ଉପସ୍ଥିତ ଅଧିକାରୀମାନେ ଆଲୋଚନା କରିଥିଲେ।ଅଭିଯୋଗଗୁଡ଼ିକର ତ୍ୱରିତ ସମାଧାନ ଦିଗରେ ଆବଶ୍ୟକ ପଦକ୍ଷେପ ନେବା ସହ ସମସ୍ୟାଗୁଡ଼ିକର ଯଥାଶୀଘ୍ର ସମାଧାନ କରିବାକୁ ସମ୍ପୃକ୍ତ ବିଭାଗୀୟ ଅଧିକାରୀମାନଙ୍କୁ ଜିଲ୍ଲାପାଳ ନିର୍ଦ୍ଦେଶ ଦେଇଥିଲେ।

Spread the love

Leave a Reply

Your email address will not be published. Required fields are marked *

Advertisement

ଏବେ ଏବେ