ସେବା ସଂକଳ୍ପ ଅଭିଯାନ ଅବସରରେ ବୃକ୍ଷରୋପଣ କାର୍ଯ୍ୟକ୍ରମ
ହାଟଡିହି, (ଓ୍ବାଇଏନଏସ): ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ଜନ୍ମଦିବସ ଅବସରରେ ମାସେ ବ୍ୟାପୀ ଚାଲିଥିବା ସେବା ସଂକଳ୍ପ ଅଭିଯାନ ଅନ୍ତର୍ଗତ ଭାରତୀୟ ଜନତା ପାର୍ଟି ଶାଳଣିଆଁ ମଣ୍ଡଳ ପକ୍ଷରୁ ସମଣା ଗ୍ରାମ ପଞ୍ଚାୟତ ଅନ୍ତର୍ଗତ ମରୁଆ ପ୍ରାଥମିକ ବିଦ୍ୟାଳୟ ପରିସରରେ ଏକ ବୃକ୍ଷରୋପଣ କାର୍ଯ୍ୟକ୍ରମ ଆୟୋଜିତ ହୋଇଯାଇଛି। ଏହି ଅବସରରେ ମଣ୍ଡଳ ପ୍ରଭାରୀ ଯୁଧିଷ୍ଠିର ମଲ୍ଲିକ, ମଣ୍ଡଳ ସଭାପତି ଜଗନ୍ନାଥ ବାରିକ, ଗେଡ଼ମା ସରପଞ୍ଚଙ୍କ ପ୍ରତିନିଧି ସୁରେନ୍ଦ୍ର କାଣ୍ଡି, ବରିଷ୍ଠ କର୍ମକର୍ତ୍ତା ଗୌରାଙ୍ଗ ନାୟକ, ରମାକାନ୍ତ ନାୟକ, ଦୀପୁ ଶାସିନି, ସୁଶାନ୍ତ ସାହୁ ଓ ଅନନ୍ତ ବେହେରାଙ୍କ ସମେତ ବହୁ ଦଳୀୟ କର୍ମକର୍ତ୍ତା ଉପସ୍ଥିତ ରହି ମିଳିତ ଭାବେ ବିଦ୍ୟାଳୟ ପରିସରରେ ବିଭିନ୍ନ କିସମର ଚାରା ରୋପଣ କରିଥିଲେ। ଏହି କାର୍ଯ୍ୟକ୍ରମ ମାଧ୍ୟମରେ ପରିବେଶ ସୁରକ୍ଷା ଓ ସବୁଜିମା ବୃଦ୍ଧି ଦିଗରେ ବୃକ୍ଷରୋପଣର ଗୁରୁତ୍ୱକୁ ଗୁରୁତ୍ୱ ଦିଆଯାଇଥିଲା।


