କ୍ଲଷ୍ଟର ସ୍ତରୀୟ ଶିଶୁ ମହୋତ୍ସବ ‘ସୁରଭି-୨୦୨୬’
ରାୟଗଡ଼ା (ଏଙ୍କେଟେଶ୍ୱର ପାଢ଼ୀ ): ରାୟଗଡ଼ା ଜିଲ୍ଲା କଲ୍ୟାଣସିଂହପୁର ବ୍ଲକ ଅନ୍ତର୍ଗତ ବୁଡାଗୁଡ଼ା ପଞ୍ଚାୟତର ପ୍ରାଥମିକ ସେବାଶ୍ରମ ଢେପାଗୁଡା ଠାରେ ବୁଡ଼ାଗୁଡ଼ା କ୍ଲଷ୍ଟର ସ୍ତରୀୟ ଶିଶୁ ମହୋତ୍ସବ ସୁରଭି ୨୦୨୬ ‘ସୁରଭି-୨୦୨୬’ କାର୍ଯ୍ୟକ୍ରମ ମହା ଆଡମ୍ବରରେ ଅନୁଷ୍ଠିତ ହୋଇଯାଇଛି। କ୍ଲଷ୍ଟର ଅଧୀନସ୍ଥ ବିଭିନ୍ନ ବିଦ୍ୟାଳୟର ଛାତ୍ରଛାତ୍ରୀ ଏଥିରେ ସକ୍ରିୟ ଭାବେ ଯୋଗଦେଇ ନିଜର ଲୁକ୍କାୟିତ ପ୍ରତିଭା ପ୍ରଦର୍ଶନ କରିଥିଲେ। କାର୍ଯ୍ୟକ୍ରମରେ କଳା, ସଂସ୍କୃତି, ନୃତ୍ୟ, ସଙ୍ଗୀତ, ଚିତ୍ରାଙ୍କନ, କୁଇଜ୍ ଓ ବିଭିନ୍ନ ସୃଜନଶୀଳ ପ୍ରତିଯୋଗିତା ଆୟୋଜିତ ହୋଇଥିଲା। ଛାତ୍ରଛାତ୍ରୀମାନେ ନିଜର ପ୍ରତିଭା ଓ ସୃଜନଶୀଳତାର ପରିଚୟ ଦେଇ ଉପସ୍ଥିତ ଅତିଥି, ଶିକ୍ଷକ ଓ ଅଭିଭାବକ, ଗ୍ରାମବାସୀଙ୍କ ମନ ଜିଣିଥିଲେ। ଏହି ଅବସରରେ ଛାତ୍ରଛାତ୍ରୀଙ୍କ ସୃଜନଶୀଳତା, କଳାତ୍ମକ ଦକ୍ଷତା ଓ ପ୍ରତିଭାର ବିକାଶ ଉପରେ ଗୁରୁତ୍ୱ ଦିଆଯାଇଥିଲା। ବିଭିନ୍ନ ପ୍ରତିଯୋଗିତାରେ କୃତିତ୍ୱ ହାସଲ କରିଥିବା ପ୍ରତିଯୋଗୀଙ୍କୁ ପୁରସ୍କାର ଓ ପ୍ରମାଣପତ୍ର ପ୍ରଦାନ କରାଯାଇଥିଲା। ଉକ୍ତ କାର୍ଯ୍ୟକ୍ରମର ସଫଳ ଆୟୋଜନରେ କ୍ଲଷ୍ଟର ସିଆରସିସି ବନମାଳୀ ଶବର , ମୂଖ୍ୟ ଅତିଥି ଶ୍ରୀଯୁକ୍ତ ସନ୍ତୋଷ କୁମାର ବଛା ଉପ ସଭାପତି ଜିଲ୍ଳା କଳା ଓ ସଂସ୍କୃତି ସଂଘ ରାୟଗଡ଼ା , ସଭାପତି ଶ୍ରୀ ଦେବାଶିଷ ସାମଲ, ମୁଖ୍ୟ ବକ୍ତା ରେବତୀ ସିଟ୍, ସମ୍ମାନୀତ ଅତିଥି ବିଦ୍ୟାଳୟ ପରିଚାଳନା କମିଟି ଅଧ୍ୟକ୍ଷ ସାରକା ଚିନା ଏବଂ ସମସ୍ତ ପ୍ରଧାନଶିକ୍ଷକ, ଶିକ୍ଷକ-ଶିକ୍ଷୟିତ୍ରୀ ଓ ସମସ୍ତ ବିଦ୍ୟାଳୟର କର୍ମଚାରୀମାନେ ସକ୍ରିୟ ସହଯୋଗ କରିଥିଲେ। ଆଜିର କାର୍ଯ୍ୟକ୍ରମ କୁ ଶ୍ରୀ ଅମରେଶ ଶେଣ୍ଢ ମଞ୍ଚ ପରିଚାଳନା କରିଥିଲେ। ସମସ୍ତ ଶିକ୍ଷକମାନଙ୍କ ମିଳିତ ପ୍ରୟାସ ଓ ଛାତ୍ରଛାତ୍ରୀଙ୍କ ଉତ୍ସାହ ଯୋଗୁଁ ସମଗ୍ର କାର୍ଯ୍ୟକ୍ରମ ଏକ ସୁନ୍ଦର ଶିକ୍ଷଣୀୟ ଓ ସାଂସ୍କୃତିକ ପରିବେଶ ସୃଷ୍ଟି କରିଥିଲା।


