ହତ୍ୟା ଉଦ୍ୟମ ଘଟଣା : ଅଭିଯୁକ୍ତ ଗଲା ଜେଲ

ଦିଗପହଣ୍ଡି (ଅଳକ ନାଥ ମିଶ୍ର): ଗଞ୍ଜାମ ଜିଲ୍ଲା ସାନଖେମୁଣ୍ଡି ବ୍ଲକ ପଟିଗୁଡ଼ା ଗ୍ରାମର ନବୀନ ମହାଙ୍କୁଡ଼ ଙ୍କୁ ଗ୍ରାମର ଗୋପୀନାଥ ଡାକୁଆ ରବିବାର ଅପରାହ୍ନ ପ୍ରାୟ ସାଢେ ୪ ଟାରେ ନିଶାସକ୍ତ ଅବସ୍ଥାରେ ମାଡ଼ ମାରି ମୁଣ୍ଡ ଫଟାଇ ଦେଇଥିଲେ। ଏନେଇ ନବୀନ ପାଟପୁର ଥାନା ରେ ଏତଲା ଦେବାପରେ ଆଇଆଇସି ଦୀପ୍ତି ରଞ୍ଜନ ବେହେରା ମାମଲା ନଂ.୩୨୨/୨୬ ଅନୁଯାୟୀ ଅଭିଯୁକ୍ତ ଙ୍କ ନାଁ ରେ ମକଦ୍ଦମା ରୁଜୁ କରିଥିଲେ। ତଦନ୍ତକାରୀ ଅଧିକାରୀ ପୋଡ଼ାମାରି ଫାଣ୍ଡି ଏଏସଆଇ ପ୍ରଭାତ କୁମାର ବାଲିକାନା ସୋମବାର ଅଭିଯୁକ୍ତ ଙ୍କୁ ଗିରଫ କରି ସାନଖେମୁଣ୍ଡି ଗ୍ରାମ୍ୟ ନ୍ୟାୟାଳୟ କୁ ଚାଲାଣ କରିଥିଲେ। ଜାମିନ ଆବେଦନ ଖାରଜ ହେବାରୁ ଅଭିଯୁକ୍ତଙ୍କୁ ଦିଗପହଣ୍ଡି ସବ ଜେଲ ହାଜତକୁ ପଠାଇ ଦିଆଯାଇଛି।

Spread the love

Leave a Reply

Your email address will not be published. Required fields are marked *

Advertisement

ଏବେ ଏବେ