କ୍ଲଷ୍ଟର ସ୍ତରୀୟ ସୁରଭି ମହୋତ୍ସବ ଅନୁଷ୍ଠିତ

ଗାଙ୍ଗପୁର,(ସନ୍ତୋଷ କୁମାର ବିଷୋଇ):ବେଲଗୁଣ୍ଠା ପଟେଲ୍ ରୋଡ୍ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ପରିସରରେ ଉଢ଼ୁରା କ୍ଲଷ୍ଟର ସ୍ତରୀୟ ସୁରଭି ମହୋତ୍ସବ ଉତ୍ସାହ ଓ ଉଦ୍ଦୀପନାର ସହ ଅନୁଷ୍ଠିତ ହୋଇଯାଇଛି। ଏଥିରେ କ୍ଲଷ୍ଟର ଅନ୍ତର୍ଗତ ୧୧ଟି ବିଦ୍ୟାଳୟର ଛାତ୍ରଛାତ୍ରୀ ବିଭିନ୍ନ ପ୍ରତିଯୋଗିତାରେ ଭାଗ ନେଇ ନିଜର ପ୍ରତିଭା ପ୍ରଦର୍ଶନ କରିଥିଲେ।ଉତ୍ସବରେ ସୋରଡ଼ା ବିଧାୟକ ନୀଳମଣି ବିଷୋୟୀ ମୁଖ୍ୟ ଅତିଥି ଏବଂ ସହକାରୀ ଗୋଷ୍ଠୀ ଶିକ୍ଷା ଅଧିକାରୀ ପ୍ରଶାନ୍ତ କୁମାର ପଟ୍ଟନାୟକ ମୁଖ୍ୟବକ୍ତା ଭାବେ ଯୋଗଦେଇଥିଲେ। ବିଧାୟକ ପ୍ରତିନିଧି ଜିତେନ୍ଦ୍ର କୁମାର ନାୟକ, ଅବସରପ୍ରାପ୍ତ ପ୍ରଧାନ ଶିକ୍ଷକ ଶରତ ଚନ୍ଦ୍ର ପତି ଓ ରବୀନ୍ଦ୍ରନାଥ ରଥ, ଅବସରପ୍ରାପ୍ତ ଶିକ୍ଷକ ଦୁଷ୍ମନ୍ତ କୁମାର ଶତପଥୀ, ବିଦ୍ୟାଳୟ ପରିଚାଳନା କମିଟି ସଭାପତି କାଶୀନାଥ ସାହୁ, ଉପଦେଷ୍ଟା ଦେବୀ ପ୍ରସାଦ ପାତ୍ର, କାଉନସିଲର ପ୍ରତିନିଧି କେ. ଜିତେନ୍ଦ୍ର ସୁବୁଦ୍ଧି, ଗୋଷ୍ଠୀ ସହଯୋଗୀ ପ୍ରକାଶ ଚନ୍ଦ୍ର ଡାକୁଆ, ବରିଷ୍ଠ କଳାକାର ଏ. ସୁରେଶ ଚନ୍ଦ୍ର ପାତ୍ର ଓ ଶିକ୍ଷକ ବିଷ୍ଣୁ ପ୍ରସାଦ ପଣ୍ଡା ପ୍ରମୁଖ ସମ୍ମାନିତ ଅତିଥି ଭାବେ ଯୋଗଦେଇଥିଲେ। ମହୋତ୍ସବରେ ବିଭିନ୍ନ ପ୍ରତିଯୋଗିତା ସହ ସାଂସ୍କୃତିକ କାର୍ଯ୍ୟକ୍ରମ ଆୟୋଜିତ ହୋଇଥିଲା। ଛାତ୍ରଛାତ୍ରୀମାନେ ନିଜର କଳା, ସୃଜନଶୀଳତା ଓ ସାଂସ୍କୃତିକ ପ୍ରତିଭା ପ୍ରଦର୍ଶନ କରି ଉପସ୍ଥିତ ଅତିଥି ଓ ଦର୍ଶକଙ୍କ ମନ ଜିଣିଥିଲେ। ଶ୍ରେଷ୍ଠ ସାଂସ୍କୃତିକ ଦଳ ଭାବେ ପଟେଲ୍ ରୋଡ୍ ପ୍ରାଥମିକ ବିଦ୍ୟାଳୟର ଛାତ୍ରଛାତ୍ରୀ ମନୋନୀତ ହୋଇ ବ୍ଲକ୍ ସ୍ତରୀୟ ପ୍ରତିଯୋଗିତାକୁ ଉନ୍ନୀତ ହୋଇଥିଲେ। ଉଢ଼ୁରା ସିଆରସିସି ତଥା ମହୋତ୍ସବର ଆବାହକ ରମେଶ କୁମାର ପାଣିଗ୍ରାହୀଙ୍କ ଆବାହକତ୍ୱରେ ଅନୁଷ୍ଠିତ ଏହି କାର୍ଯ୍ୟକ୍ରମକୁ ପଟେଲ୍ ରୋଡ୍ ପ୍ରାଥମିକ ବିଦ୍ୟାଳୟର ପ୍ରଧାନ ଶିକ୍ଷୟିତ୍ରୀ ଗାୟତ୍ରୀ ବେହେରା ଓ ପ୍ରଧାନ ଶିକ୍ଷୟିତ୍ରୀ ସ୍ୱପ୍ନା ଖଡ଼ଗରାୟଙ୍କ ତତ୍ତ୍ୱାବଧାନରେ ପରିଚାଳନା କରାଯାଇଥିଲା। ଏଥିରେ ପଟେଲ୍ ରୋଡ୍ ବିଦ୍ୟାଳୟର ସମସ୍ତ ଶିକ୍ଷକ-ଶିକ୍ଷୟିତ୍ରୀଙ୍କ ସମେତ ବିଭିନ୍ନ ବିଦ୍ୟାଳୟରୁ ଆସିଥିବା ଶିକ୍ଷକ-ଶିକ୍ଷୟିତ୍ରୀ ସହଯୋଗ କରିଥିଲେ।

Spread the love

Leave a Reply

Your email address will not be published. Required fields are marked *

Advertisement

ଏବେ ଏବେ