ବିଭିନ୍ନ ସ୍ଥାନରେ ଦୁର୍ଗାପୂଜା ମହାସମାରୋହରେ ପାଳିତ

ଗାଙ୍ଗପୁର,(ସନ୍ତୋଷ କୁମାର ବିଷୋଇ):ପବିତ୍ର ଶାରଦୀୟ ଦୁର୍ଗାପୂଜା ଅବସରରେ ବେଲଗୁଣ୍ଠା ସହରର ବିଭିନ୍ନ ସ୍ଥାନରେ ମା’ ଦୁର୍ଗାଙ୍କ ପୂଜା ମହାସମାରୋହରେ ଅନୁଷ୍ଠିତ ହୋଇଛି। ଏହି ଅବସରରେ ସହରର ବିଦ୍ୟୁତ ବିଭାଗ କାର୍ଯ୍ୟାଳୟ ପରିସର ଓ କଂସାରି ସାହିରେ ଭକ୍ତିମୟ ପରିବେଶ ମଧ୍ୟରେ ପୂଜାର୍ଚ୍ଚନା, ଆଳତି ଓ ପ୍ରସାଦ ବଣ୍ଟନ କାର୍ଯ୍ୟକ୍ରମ ଆୟୋଜିତ ହୋଇଛି।ବିଦ୍ୟୁତ ବିଭାଗ କାର୍ଯ୍ୟାଳୟ ପରିସରରେ ଅଷ୍ଟମୀଠାରୁ ଦଶମୀ ପର୍ଯ୍ୟନ୍ତ ୧୦୮ ଆଳତି କାର୍ଯ୍ୟକ୍ରମ ଆୟୋଜନ କରାଯାଇଥିବା ବେଳେ ପୂଜକ ଗାଣ୍ଡୁ ପତି ପୂଜାକାର୍ଯ୍ୟ ସମ୍ପାଦନ କରିଥିଲେ। ଏଥିସହିତ ଭକ୍ତମାନଙ୍କୁ ପ୍ରସାଦ ବଣ୍ଟନ କରାଯାଇଥିଲା। ସେହିପରି କଂସାରି ସାହିରେ ମା’ଙ୍କ ପୂଜା ଅବସରରେ ୧୦୦୮ ଆଳତି ଅନୁଷ୍ଠିତ ହୋଇଥିଲା। ପୂଜକ ଯୋଗୀ ପତି ପୂଜାବିଧି ସମ୍ପନ୍ନ କରିଥିଲେ। ଏହି ଅବସରରେ ଜୟ ଜଗନ୍ନାଥ ଭଜନ ମଣ୍ଡଳୀ ପକ୍ଷରୁ ଭଜନ ସମାରୋହ ଆୟୋଜିତ ହୋଇଥିଲା। ଭଜନ ଓ ଭକ୍ତି ସଙ୍ଗୀତରେ ପରିବେଶ ଭକ୍ତିମୟ ହୋଇଉଠିଥିଲା।ପୂଜାର ଅନ୍ୟତମ ଆକର୍ଷଣ ଭାବେ ଆଜି କାନିକା ପ୍ରସାଦ ବଣ୍ଟନ କରାଯାଇଥିଲା। ପ୍ରସାଦ ପାଇବା ପାଇଁ ଶ୍ରଦ୍ଧାଳୁଙ୍କ ମଧ୍ୟରେ ବିଶେଷ ଉତ୍ସାହ ପରିଲକ୍ଷିତ ହୋଇଥିଲା। ଉଭୟ ପୂଜାସ୍ଥଳୀରେ ପ୍ରବଳ ଜନସମାଗମ ହେବା ସହ ଶ୍ରଦ୍ଧାଳୁମାନେ ମା’ଙ୍କ ଦର୍ଶନ କରି ଆଶୀର୍ବାଦ ଲାଭ କରିଥିଲେ। ଦୁର୍ଗାପୂଜାକୁ ନେଇ ସମଗ୍ର ସହରରେ ଆଧ୍ୟାତ୍ମିକ ଓ ଉତ୍ସବମୁଖର ପରିବେଶ ସୃଷ୍ଟି ହୋଇଥିଲା।

Spread the love

Leave a Reply

Your email address will not be published. Required fields are marked *

Advertisement

ଏବେ ଏବେ