ସମ୍ଭାବ୍ୟ ବାତ୍ୟାକୁ ନେଇ ଗଞ୍ଜାମ ପ୍ରଶାସନର ଆଗୁଆ ପଦକ୍ଷେପ

ଛତ୍ରପୁର, (ଓ୍ବାଇଏନଏସ): ସମ୍ଭାବ୍ୟ ବାତ୍ୟାକୁ ଦୃଷ୍ଟିରେ ରଖି ଗଞ୍ଜାମ ଜିଲ୍ଲା ପ୍ରଶାସନ ପକ୍ଷରୁ ଆଗୁଆ ପଦକ୍ଷେପ ଗ୍ରହଣ କରାଯାଇଛି। ଆସନ୍ତା ୩୦ ତାରିଖ ପର୍ଯ୍ୟନ୍ତ ଜିଲ୍ଲାର ସମସ୍ତ ମତ୍ସ୍ୟଜୀବୀଙ୍କୁ ସମୁଦ୍ର ମଧ୍ୟକୁ ନ ଯିବାକୁ ପ୍ରଶାସନ ପକ୍ଷରୁ ନିର୍ଦ୍ଦେଶ ଦିଆଯାଇଛି। ଏହାସହ ସମୁଦ୍ରରେ କୌଣସି ଡଙ୍ଗା କିମ୍ବା ଟ୍ରଲର ଚଳାଚଳ ଉପରେ ମଧ୍ୟ ବାରଣ ଜାରି କରାଯାଇଛି। ବାତ୍ୟାର ସମ୍ଭାବ୍ୟ ପ୍ରଭାବ ଓ ସୁରକ୍ଷା ବ୍ୟବସ୍ଥା ସମ୍ପର୍କରେ ମତ୍ସ୍ୟଜୀବୀ ଓ ସମୁଦ୍ରକୂଳବର୍ତ୍ତୀ ଅଞ୍ଚଳର ଲୋକଙ୍କୁ ସଚେତନ କରାଯାଉଛି। ବିଶେଷକରି ସାଗର ମିତ୍ର’ ଙ୍କ ମାଧ୍ୟମରେ ମତ୍ସ୍ୟଜୀବୀମାନଙ୍କୁ ସତର୍କ କରାଯିବା ସହ ସମୁଦ୍ରକୁ ନ ଯିବା ପାଇଁ ସଚେତନତା ସୃଷ୍ଟି କରାଯାଉଛି। ସମ୍ଭାବ୍ୟ ବାତ୍ୟା ସମୟରେ ଜନସାଧାରଣଙ୍କ ସୁରକ୍ଷାକୁ ପ୍ରାଥମିକତା ଦେଇ ପ୍ରଶାସନ ପକ୍ଷରୁ ସମସ୍ତ ପ୍ରକାରର ପ୍ରସ୍ତୁତି ଜାରି ରହିଛି।
Spread the love

Leave a Reply

Your email address will not be published. Required fields are marked *

Advertisement

ଏବେ ଏବେ