ଗଞ୍ଜାମରେ ସମସ୍ତ ଅଙ୍ଗନବାଡ଼ି, ସ୍କୁଲ ଓ କଲେଜ ୩୧ ଅକ୍ଟୋବର ପର୍ଯ୍ୟନ୍ତ ବନ୍ଦ

ଛତ୍ରପୁର,(ଓ୍ବାଇଏନଏସ): ଗଞ୍ଜାମ ଜିଲ୍ଲାରେ ଲଗାଣ ବର୍ଷା ସାଙ୍ଗକୁ ବିଭିନ୍ନ ଅଞ୍ଚଳରେ ବନ୍ୟା ପରିସ୍ଥିତି ଜାରି ରହିଥିବାରୁ ଜିଲ୍ଲା ପ୍ରଶାସନ ପକ୍ଷରୁ ସମସ୍ତ ଅଙ୍ଗନବାଡ଼ି କେନ୍ଦ୍ର, ସ୍କୁଲ, ଡିଗ୍ରୀ କଲେଜ, ବୈଷୟିକ ଶିକ୍ଷାନୁଷ୍ଠାନ ଓ ବିଶ୍ୱବିଦ୍ୟାଳୟର ବିଭାଗଗୁଡ଼ିକୁ ଅକ୍ଟୋବର ୩୧ ପର୍ଯ୍ୟନ୍ତ ବନ୍ଦ ରଖିବାକୁ ନିର୍ଦ୍ଦେଶ ଦିଆଯାଇଛି। ଗଞ୍ଜାମ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ପକ୍ଷରୁ ସୂଚନା ମିଳିଛି ।ପ୍ରଶାସନର ଏହି ନିଷ୍ପତ୍ତି ଅନୁଯାୟୀ, ୩୧ ଅକ୍ଟୋବର ୨୦୨୬ ପର୍ଯ୍ୟନ୍ତ ଉକ୍ତ ସମସ୍ତ ଶିକ୍ଷାନୁଷ୍ଠାନରେ ସାଧାରଣ ଶିକ୍ଷାଦାନ ବନ୍ଦ ରହିବ। ଜିଲ୍ଲାରେ ଜାରି ରହିଥିବା ପ୍ରତିକୂଳ ପାଣିପାଗ ଓ ବନ୍ୟା ପରିସ୍ଥିତି ମଧ୍ୟରେ ଛାତ୍ରଛାତ୍ରୀଙ୍କ ସୁରକ୍ଷାକୁ ପ୍ରାଥମିକତା ଦେଇ ପ୍ରଶାସନ ଏହି ପଦକ୍ଷେପ ନେଇଛି। ସମସ୍ତ ଶିକ୍ଷାନୁଷ୍ଠାନର ମୁଖ୍ୟମାନେ ଏହି ନିର୍ଦ୍ଦେଶକୁ କଡ଼ାକଡ଼ି ଭାବେ ପାଳନ କରିବା ସହ ଆଦେଶ ଅନୁଯାୟୀ ଆବଶ୍ୟକ ପଦକ୍ଷେପ ନେବାକୁ କୁହାଯାଇଛି।
Spread the love

Leave a Reply

Your email address will not be published. Required fields are marked *

Advertisement

ଏବେ ଏବେ