ଦୁର୍ନୀତି ନିବାରଣ ସଚେତନତା ସପ୍ତାହ ପାଳିତ

ଛତ୍ରପୁର, (ଓ୍ବାଇଏନଏସ): ଦୁର୍ନୀତିମୁକ୍ତ ସମାଜ ଗଠନ ସହ ସରକାରୀ କାର୍ଯ୍ୟଧାରାରେ ସ୍ୱଚ୍ଛତା, ସଚ୍ଚୋଟତା ଓ ଉତ୍ତରଦାୟିତ୍ୱର ମୂଲ୍ୟବୋଧକୁ ସୁଦୃଢ଼ କରିବା ଉଦ୍ଦେଶ୍ୟରେ ‘ସାଧୁତାରୁ ସମୃଦ୍ଧି’ ବାର୍ତ୍ତା ସହ ଗଞ୍ଜାମ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟର ସଦ୍‌ଭାବନା ସମ୍ମିଳନୀ କକ୍ଷରେ ଅତିରିକ୍ତ ଜିଲ୍ଲାପାଳ (ରାଜସ୍ୱ) ଦେବଦତ୍ତ ପଣ୍ଡାଙ୍କ ଅଧ୍ୟକ୍ଷତାରେ ଦୁର୍ନୀତି ନିବାରଣ ସଚେତନତା ସପ୍ତାହ-୨୦୨୬ ପାଳିତ ହୋଇଯାଇଛି।  ଏହି ଅବସରରେ ଶ୍ରୀ ପଣ୍ଡା କହିଥିଲେ ଯେ, ଦୁର୍ନୀତି ନିବାରଣ କେବଳ ପ୍ରଶାସନର ଦାୟିତ୍ୱ ନୁହେଁ, ଏହା ସମାଜର ପ୍ରତ୍ୟେକ ନାଗରିକଙ୍କ ସାମୂହିକ ଦାୟିତ୍ୱ। ସରକାରୀ ସେବା ପ୍ରଦାନ ଓ କାର୍ଯ୍ୟ ସମ୍ପାଦନରେ ସ୍ୱଚ୍ଛତା ଏବଂ ନିରପେକ୍ଷତା ଅବଲମ୍ବନ କରିବା ସହ ଦୁର୍ନୀତି ପ୍ରତି ଶୂନ୍ୟ ସହନଶୀଳତା ମନୋଭାବ ପୋଷଣ କରିବା ଆବଶ୍ୟକ । ଏହି ଅବସରରେ କୃତି ଛାତ୍ରଛାତ୍ରୀମାନଙ୍କୁ ପୁରସ୍କୃତ କରାଯାଇଥିଲା।  ଏହି କାର୍ଯ୍ୟକ୍ରମରେ ସନ୍ଧ୍ୟାରାଣୀ ସାହୁ ଅତିରିକ୍ତ ଆରକ୍ଷୀ ଅଧିକ୍ଷକ,  ବ୍ରହ୍ମପୁର,  କ୍ରୀଷ୍ଣା କୁମାରୀ ପ୍ରଧାନ, ଉପ ଆରକ୍ଷୀ ଅଧିକ୍ଷକ, ଛତ୍ରପୁର, ବୈଦେହୀ କୁମାରୀ ବେହେରା, ଉପ ଆରକ୍ଷୀ ଅଧିକ୍ଷକ, ବ୍ରହ୍ମପୁର, ଗୀତାଞ୍ଜଳି ରଥ କ୍ଷିପ୍ର ଲେଖକଙ୍କ ସମେତ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟର ବିଭିନ୍ନ ବିଭାଗର ଅଧିକାରୀ ଓ କର୍ମଚାରୀ ଯୋଗଦେଇଥିଲେ। ଜିଲ୍ଲା ସୂଚନା ଓ ଲୋକସମ୍ପର୍କ ଅଧିକାରୀ ସୌରଭ ପ୍ରଧାନ କାର୍ଯ୍ୟକ୍ରମର ସଂଯୋଜନା କରିଥିଲେ।
Spread the love

Leave a Reply

Your email address will not be published. Required fields are marked *

Advertisement

ଏବେ ଏବେ