ବାଲେଶ୍ୱରରେ ଜିଲ୍ଲା ସ୍ତରୀୟ ମାଣ୍ଡିଆ ଦିବସ
ବାଲେଶ୍ୱର, (ସରୋଜ ପଣ୍ଡା): ସହନଶୀଳ ଖାଦ୍ୟ ପ୍ରଣାଳୀ ପାଇଁ ଗୋଷ୍ଠୀ ଭିତ୍ତିକ ବିହନ ବ୍ୟବସ୍ଥା ଓ କୃଷି ଜୈବ ବିବିଧତା ପରିପ୍ରେକ୍ଷୀରେ କୃଷି ଓ କୃଷକ ସଶକ୍ତିକରଣ ବିଭାଗ, ବାଲେଶ୍ୱର ଆନୁକୂଲ୍ୟରେ ଜିଲ୍ଲା ସ୍ତରୀୟ ମାଣ୍ଡିଆ ଦିବସ ତଥା କ୍ଷେତ ବଞ୍ଚାଅ ଅଭିଯାନ ଆନୁକୂଲ୍ୟରେ ଜିଲ୍ଲା ସ୍ତରୀୟ କିଷାନ୍ ମେଳା ସ୍ଥାନୀୟ ଗାନ୍ଧୀ ସ୍ମୃତି ଭବନ ଠାରେ ଆୟୋଜିତ ହୋଇଥିଲା । ଜିଲ୍ଲା ମୁଖ୍ୟ କୃଷି ଅଧିକାରୀ ଶ୍ରୀଯୁକ୍ତ ବିଶ୍ୱଜିତ ପଣ୍ଡାଙ୍କ ପୌରହିତ୍ୟରେ ଆୟୋଜିତ ଏହି କାର୍ଯ୍ୟକ୍ରମରେ ମାନ୍ୟବର ଜିଲ୍ଲା ପରିଷଦ ସଭାପତି, ବାଲେଶ୍ୱର ଶ୍ରୀଯୁକ୍ତ ନାରାୟଣ ପ୍ରଧାନ ମୁଖ୍ୟ ଅତିଥି ଭାବେ ଯୋଗ ଦେଇ ମାଣ୍ଡିଆ ଚାଷର ଗୁରୁତ୍ୱ ତଥା ମାଣ୍ଡିଆ ଜାତୀୟ ଦ୍ରବ୍ୟର ସ୍ୱାସ୍ଥ୍ୟ ପାଇଁ ଉପାଦେୟତା ସମ୍ପର୍କରେ ଆଲୋଚନା କରିଥିଲେ । ଅନ୍ୟ ମାନଙ୍କ ମଧ୍ୟରେ ମାନ୍ୟବର ସଦର ବିଧାୟକ ଶ୍ରୀଯୁକ୍ତ ମାନସ କୁମାର ଦତ୍ତ, ମାନ୍ୟବର ବସ୍ତା ବିଧାୟିକା ଶ୍ରୀମତୀ ସୁବାସିନୀ ଜେନା, ଜିଲ୍ଲା ପରିଷଦ ଉପ ସଭାପତି ଶ୍ରୀମତୀ ଅନୁସୁୟା ପ୍ରଧାନ ସମ୍ମାନିତ ଅତିଥି ଭାବେ ଯୋଗ ଦେଇଥିଲେ । ବାଲେଶ୍ୱର ଜିଲ୍ଲାର ବିଭିନ୍ନ ବ୍ଲକରୁ ୩୦୦ ରୁ ଉର୍ଦ୍ଧ୍ୱ ଚାଷୀ ଏଠାରେ ଯୋଗଦାନ କରିଥିଲେ । ସହକାରୀ କୃଷି ନିର୍ଦ୍ଦେଶକ ଶ୍ରୀଯୁକ୍ତ ଅଜିତ କୁମାର ମଲ୍ଲିକ ଧନ୍ୟବାଦ ଅର୍ପଣ କରିଥିଲେ ।


