ବାତ୍ୟା ‘ଅର୍ଣ୍ଣବ’ ପରବର୍ତ୍ତୀ ବନ୍ୟାରେ ଗଞ୍ଜାମର ୪୯୮ ବିଦ୍ୟାଳୟ କ୍ଷତିଗ୍ରସ୍ତ

ଛତ୍ରପୁର, (ଓ୍ବାଇଏନଏସ): ବାତ୍ୟା ‘ଅର୍ଣ୍ଣବ’ ପରବର୍ତ୍ତୀ ବନ୍ୟାରେ ଗଞ୍ଜାମ ଜିଲ୍ଲାର ୪୯୮ଟି ବିଦ୍ୟାଳୟ କ୍ଷତିଗ୍ରସ୍ତ ହୋଇଛି। ଜିଲ୍ଲାର ମୋଟ ୩୯ ୦୦ ରୁ ଊର୍ଧ୍ଵ  ପ୍ରାଥମିକ, ଉଚ୍ଚ ପ୍ରାଥମିକ ଓ ଉଚ୍ଚ ବିଦ୍ୟାଳୟ ମଧ୍ୟରୁ ୪୯୮ଟି ବିଦ୍ୟାଳୟର କ୍ଷୟକ୍ଷତି ହୋଇଥିବା ପ୍ରାଥମିକ ଆକଳନରୁ ଜଣାପଡ଼ିଛି। ଏଥିମଧ୍ୟରେ ୧୦୩୨ଟି ଶ୍ରେଣୀଗୃହ ଏବଂ ୨୧୫ଟି ବିଦ୍ୟାଳୟର ପାଚେରି କ୍ଷତିଗ୍ରସ୍ତ ହୋଇଛି। ବନ୍ୟା ପରବର୍ତ୍ତୀ ସଫେଇ, ବିଶୋଧନ, ପୁନରୁଦ୍ଧାର ଓ ମରାମତି କାର୍ଯ୍ୟ ଜାରି ରହିଥିବାରୁ ଗଞ୍ଜାମ ଜିଲ୍ଲାର ସମସ୍ତ ବିଦ୍ୟାଳୟ ଓ ଅଙ୍ଗନବାଡ଼ି କେନ୍ଦ୍ରକୁ ଆସନ୍ତା ୭ ତାରିଖ ପର୍ଯ୍ୟନ୍ତ ଛୁଟି ଘୋଷଣା କରାଯାଇଛି। ଏନେଇ ଜିଲ୍ଲାପାଳ ଭି. କୀର୍ତ୍ତି ଭାସନ ସୂଚନା ଦେଇଛନ୍ତି। ଅନ୍ୟପକ୍ଷରେ ବନ୍ୟାରେ କ୍ଷତିଗ୍ରସ୍ତ ବିଦ୍ୟାଳୟଗୁଡ଼ିକର କ୍ଷୟକ୍ଷତିର ସଠିକ୍ ଆକଳନ କରିବା ସହ ଆବଶ୍ୟକ ମରାମତି ଓ ପୁନରୁଦ୍ଧାର କାର୍ଯ୍ୟ ଧାର୍ଯ୍ୟ ସମୟସୀମା ମଧ୍ୟରେ ଶେଷ କରିବାକୁ ପ୍ରଶାସନ ପକ୍ଷରୁ ଗୁରୁତ୍ୱ ଦିଆଯାଉଛି।
Spread the love

Leave a Reply

Your email address will not be published. Required fields are marked *

Advertisement

ଏବେ ଏବେ