ବିଷମକଟକ ବ୍ଲକରେ ଜିଲ୍ଲାସ୍ତରୀୟ ଯୁଗ୍ମ ଅଭିଯୋଗ ଶୁଣାଣୀ
ଗୁଣପୁର(ୱାଇଏନଏସ): ବିଷମକଟକ ବ୍ଲକ ସଦଭାବନା ସଭାଗୃହ ରେ ଜିଲ୍ଲାସ୍ତରୀୟ ଯୁଗ୍ମ ଅଭିଯୋଗ ଶୁଣାଣୀ ଶିବିର ରାୟଗଡ଼ ଜିଲ୍ଲାପାଳ ଆଶୁତୋଷ କୁଲକର୍ଣ୍ଣିଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଯାଇଛି। ଏହି ଜନ ଶୁଣାଣି ଶିବିରରେ ଜିଲ୍ଲା ଆରକ୍ଷୀ ଅଧିକ୍ଷକ ରାଜ ପ୍ରସାଦ, ମୁଖ୍ୟ ଉନ୍ନୟନ ତଥା ନିର୍ବାହୀ ଅଧିକାରୀ ଜିଲ୍ଲା ପରିଷଦ ଅକ୍ଷୟ କୁମାର ଖେମୁଣ୍ଡୁ, ଗୁଣପୁର ଉପ ଜିଲ୍ଲାପାଳ ଦୁଧାଲ ଅଭିଷେକ ଦିଲ୍ଲୀପ, ଜିଲ୍ଲା ମୁଖ୍ୟ ଚିକିତ୍ସା ତଥା ଜନ ସ୍ୱାସ୍ଥ୍ୟ ଅଧିକାରୀ ବିଶ୍ୱମ୍ବର ବେହେରା, ଗୁଣପୁର ସମନ୍ୱିତ ଆଦିବାସୀ ଉନ୍ନୟନ ସଂସ୍ଥା ପ୍ରକଳ୍ପ ପ୍ରଶାସକ ଅଜୟ କୁମାର ପ୍ରଧାନ, ବିଷମକଟକ ତହସିଲଦାର କେ ଭେଙ୍କେଟସ୍ଵର ରେଡ୍ଡୀ, ଗୋଷ୍ଠୀ ଉନ୍ନୟନ ଅଧିକାରୀ ଶିବ ପ୍ରସାଦ ପଟ୍ଟନାୟକ ପ୍ରମୁଖ ଉପସ୍ଥିତ ଥିଲେ। ମୋଟ ୫୭ଟି ଅଭିଯୋଗ ର ଶୁଣାଣୀ ହୋଇଥିବା ବେଳେ, ସେଥିରୁ ୪୩ଟି ବ୍ୟକ୍ତିଗତ ଏବଂ ୧୦ଟି ସାମୁହିକ ଦରଖାସ୍ତ ଓ ସ୍ୱାସ୍ଥ୍ୟଗତ ୦୪ଟି ପଞ୍ଜିକରଣ ହୋଇଥିଲା। ଏହି ଅଭିଯୋଗ ପ୍ରକୋଷ୍ଠରେ ଜିଲ୍ଲାପାଳ ଚାରି ଜଣଙ୍କୁ ମୁଖ୍ୟମନ୍ତ୍ରୀ ସହାୟତା ପାଣ୍ଠିରୁ ୫୦,୦୦୦ଟଙ୍କାର ଆର୍ଥିକ ସହାୟତା ପ୍ରଦାନ କରିଥିବା ବେଳେ ୦୭ଟି ଅଭିଯୋଗର ତୁରନ୍ତ ସମାଧାନ କରାଯାଇଥିଲା । ଏହି ଅଭିଯୋଗ ଶୁଣାଣି ଶିବିରରେ ବିଷମକଟକ ଉପଖଣ୍ଡ ଅରକ୍ଷୀ ଅଧିକାରୀ ସନ୍ତୋଷିନୀ ହେମ୍ବ୍ରମ, ଜିଲ୍ଲା ମଙ୍ଗଳ ଅଧିକାରୀ ଅସୀମା ରାଓ, ସମାଜ କଲ୍ୟାଣ ଅଧିକାରୀ ମିନତୀ ଦେଓଙ୍କ ସମେତ ଜିଲ୍ଲା ସ୍ତରୀୟ ଅଧିକାରୀ ଯୋଗ ଦେଇଥିଲେ ।


