ବ୍ଳକସ୍ତରୀୟ ଶିଶୁ ମହୋତ୍ସବ ‘ସୁରଭି’

ଦିଗପହଣ୍ଡି,(ଅଳକ ନାଥ ମିଶ୍ର): ଦିଗପହଣ୍ଡି ସ୍ଥିତ ପିଏମ୍ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟ ପରିସରରେ ସୋମବାର ବ୍ଳକସ୍ତରୀୟ ଶିଶୁ ମହୋତ୍ସବ’ ସୁରଭି ‘ ଅନୁଷ୍ଠିତ ହୋଇଯାଇଛି ।‌ ପ୍ରଧାନଶିକ୍ଷୟତ୍ରୀ ବିଷ୍ଣୁପ୍ରିୟା ପାଣିଗ୍ରାହୀ ଙ୍କ ସଂଯୋଜନାରେ ଆୟୋଜିତ ସଭାରେ ବ୍ଲକ ଗୋଷ୍ଠୀ ଶିକ୍ଷାଧିକାରୀ ଭୋପେନ କୁମାର ମହାନ୍ତ ଅଧ୍ୟକ୍ଷତା କରି  ଛାତ୍ର ଛାତ୍ରୀ ଙ୍କ ଅନ୍ତର୍ନିହିତ ଗୁଣାବଳୀ ଓ ପ୍ରତିଭାକୁ ଲୋକଲୋଚନକୁ ଆଣିବା ଏବଂ ବିଶେଷକରି ଶିଶୁର ପୂର୍ଣ୍ଣାଙ୍ଗ ବିକାଶ ସାଧନ କୁ ଶତ ପ୍ରତିଶତ ସୁନିଶ୍ଚିତ କରାଇବା ଏହି ‘ସୁରଭି’ କାର୍ଯ୍ୟକ୍ରମର ମୂଳ ଲକ୍ଷ୍ୟ ବୋଲି କହିଥିଲେ। ଆୟୋଜିତ କାର୍ଯ୍ୟକ୍ରମରେ ଦିଗପହଣ୍ଡି ବିଧାୟକ ଡ. ସିଦ୍ଧାନ୍ତ ମହାପାତ୍ର ମୁଖ୍ୟ ଅତିଥି ଭାବେ ଯୋଗଦେଇ  ଛାତ୍ର ଛାତ୍ରୀ ମାନଙ୍କ ପ୍ରତିଭା , କଳା ନୈପୁଣ୍ୟତା  ଏବଂ ସୃଜନଶୀଳତାର ବିକାଶ ଦିଗରେ  ଶିକ୍ଷକ ଶିକ୍ଷୟତ୍ରୀ ବୃନ୍ଦ ଯତ୍ନବାନ ହେବାକୁ ପରାମର୍ଶ ଦେଇଥିଲେ। ଭାରତୀୟ ସାଂସ୍କୃତିକ ସହଯୋଗ ଓ ମୈତ୍ରୀ ସମିତି(ଇସକଫ) ର ଗଞ୍ଜାମ ଜିଲ୍ଲା ସଭାପତି ହରପ୍ରସାଦ ରଥ , ଦିଗପହଣ୍ଡି ଏନ୍ଏସି ଅଧ୍ୟକ୍ଷ ପ୍ରଫୁଲ୍ଲ ପଣ୍ଡା , କାର୍ଯ୍ୟନିର୍ବାହୀ ଅଧିକାରୀ ଅବିନାଶ ମିଶ୍ର , କରପଡା ପଞ୍ଚାୟତ ସରପଞ୍ଚ ଫନୀନ୍ଦ୍ର ଚନ୍ଦ୍ର ଗୋସ୍ୱାମୀ , ସହଗୋଷ୍ଠୀ ଶିକ୍ଷାଧିକାରୀ ବାଳା ମାଝୀ , ରସାନନ୍ଦ ଘଡେଇ , ବିଶ୍ରବା ପାଇକ ପ୍ରମୁଖ ସମ୍ମାନିତ ଅତିଥି ଭାବେ ମଞ୍ଚାସିନ ଥିଲେ । ଆଞ୍ଚଳିକ ସାଧନ କେନ୍ଦ୍ର ସଂଯୋଜକ ଅନୀଲ କୁମାର ଦାସ ଓ ଶ୍ରୀକାନ୍ତ ସାମନ୍ତରାୟ ମିଳିତ ଭାବେ ମଞ୍ଚ ପରିଚାଳନା କରିଥିଲେ । ବ୍ଲକ ଅଧିନସ୍ଥ ୧୬ ଟି କ୍ଳଷ୍ଟରର ୪ର୍ଥ ଶ୍ରେଣୀ ଠାରୁ ଦ୍ବାଦଶ ଶ୍ରେଣୀର ୫ ଶହ ରୁ ଉର୍ଦ୍ଧ୍ବ  ଛାତ୍ରୀ ଛାତ୍ର ଙ୍କ ମଧ୍ୟରେ ନୃତ୍ୟ,ସଙ୍ଗୀତ,ଏକାଙ୍କିକା ସମେତ ଅନ୍ୟାନ୍ୟ ବିଚାରକ ମଣ୍ଡଳୀ  ବିଭିନ୍ନ ପ୍ରତିଯୋଗୀତାର ମୂଲ୍ଯାୟନ କରି ଶ୍ରେଷ୍ଠ ପ୍ରତିଭାକୁ ଚୟନ କରିଥିଲେ । ଶେଷରେ କୃତି ପ୍ରତିଯୋଗୀ ମାନଙ୍କୁ ମୁଖ୍ୟ ଅତିଥି ଙ୍କ ଦ୍ଵାରା ପୁରସ୍କୃତ କରାଯାଇଥିଲା । ଗୋଷ୍ଠୀ ସମ୍ବଳ ଶିକ୍ଷକ ସୁଶାନ୍ତ କୁମାର ପ୍ରଧାନ ଧନ୍ୟବାଦ ଅର୍ପଣ କରିଥିବା ବେଳେ ସମସ୍ତ ସିଆରସିସି , ବିଭିନ୍ନ ବିଦ୍ୟାଳୟ ର ପ୍ରଧାନଶିକ୍ଷକ, ପ୍ରଧାନଶିକ୍ଷୟତ୍ରୀ ଓ ଅନ୍ୟାନ୍ୟ ସହକାରୀ  ଶିକ୍ଷକ ଶିକ୍ଷୟତ୍ରୀ ବୃନ୍ଦ ଉପସ୍ଥିତ ରହି ସମସ୍ତ କାର୍ଯ୍ୟକ୍ରମ ପରିଚାଳନାରେ ସହଯୋଗ  କରିଥିଲେ ।

Spread the love

Leave a Reply

Your email address will not be published. Required fields are marked *

Advertisement

ଏବେ ଏବେ